Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ଇଂଲଣ୍ଡକୁ ବୃହତ୍‌ ବିଜୟ ଦେଲେ ନାଇଟ୍‌

କାନ୍‌ବେରା, ୨୬।୨ (ପି.ଟି.)- ଅଧିନାୟିକା ହେଥର୍‌ ନାଇଟ୍‌ଙ୍କ ପ୍ରଥମ ଟି୨୦ ଶତକ ବଳରେ ଇଂଲଣ୍ଡ ଏଠାରେ ଅନୁଷ୍ଠିତ ଆଇସିସି ମହିଳା ଟି୨୦ କ୍ରିକେଟ୍‌ର ଏକ ମ୍ୟାଚ୍‌ରେ ୯୮ ରନରେ ଥାଇଲାଣ୍ଡକୁ ପରାସ୍ତ କରିଛି। ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଇଂଲଣ୍ଡ ପ୍ରାରମ୍ଭରୁ ଦୁଇ ଓପନର୍‌ ଏମି ଏଲିନେ ଜୋନ୍ସ (୦) ଓ ଡାନିଲେ ଓ୍ବେଟ୍‌ (୦)ଙ୍କ ଉଇକେଟ୍‌ ହରାଇଥିଲା। ତେବେ ନାଇଟ୍‌ଙ୍କ ବିସ୍ଫୋରକ ଶତକ ବଳରେ ଦଳ ୨୦ ଓଭରରେ ୨ ଉଇକେଟ୍‌ ହରାଇ ୧୭୬ ରନ କରିଥିଲା। ନାଇଟ୍‌ ୬୬ ବଲରୁ ୧୦୮ ରନର (୧୩ ଚୌକା, ୪ ଛକା) ଅପରାଜିତ ଇନିଂସ ଖେଳିଥିଲେ। ଏହି ଇଭେଣ୍ଟରେ ୪ର୍ଥ ବ୍ୟାଟର୍‌ ଭାବେ ନାଇଟ୍‌ ଶତକ ହାସଲ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ନାଟାଲି ସ୍କିଭର ମଧ୍ୟ ୫୯ ରନର ଉପଯୋଗୀ ଇନିଂସ ଖେଳିଥିଲେ। ଦ୍ୱିତୀୟ ଉଇକେଟ୍‌ରେ ଉଭୟ ୧୬୯ ରନର ପାର୍ଟନରଶିପ୍‌ କରିଥିଲେ। ଆଇସିସି ମହିଳା ଟି୨୦ କ୍ରିକେଟ୍‌ରେ କୌଣସି ଉଇକେଟ୍‌ରେ ଏହା ସର୍ବାଧିକ ପାର୍ଟନରଶିପ୍‌।
ଥାଇଲାଣ୍ଡ ନିର୍ଦ୍ଧାରିତ ଓଭର ଖେଳିଥିଲେ ମଧ୍ୟ ୭ ଉଇକେଟ୍‌ରେ ମାତ୍ର ୭୮ ରନ ସଂଗ୍ରହ କରିଥିଲା। ଫଳରେ ଇଂଲଣ୍ଡ ୯୮ ରନରେ ବିଜୟୀ ହୋଇଥିଲା। ଟୁର୍ନାମେଣ୍ଟରେ ରନ୍‌ ବ୍ୟବଧାନରେ ବିଜୟୀ ହେବାରେ ଏହା ମଧ୍ୟ ଏକ ରେକର୍ଡ ହୋଇଛି। ନାଇଟ୍‌ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ପୁରସ୍କାର ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri