Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ସେମିରେ ଦକ୍ଷିଣ ଆଫ୍ରିକା

ସିଡ୍‌ନୀ,୧ା୩(ପି.ଟି.)- ଲୌରା ଓ୍ବଲଭାର୍ଡଙ୍କ ଅପରାଜିତ ଅର୍ଦ୍ଧଶତକୀୟ ଇନିଂସ ସହାୟତାରେ ଦକ୍ଷିଣ ଆଫ୍ରିକା ୧୭ ରନ୍‌ରେ ପାକିସ୍ତାନକୁ ହରାଇ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିଛି। ରବିବାର ଖେଳାଯାଇଥିବା ଗ୍ରୁପ୍‌ ବି’ର ମ୍ୟାଚ୍‌ରେ ଲୌରା (୫୩*)ଙ୍କ ଯୋଗୁ ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୬ ଉଇକେଟ ହରାଇ ୧୩୬ ରନ୍‌ କରିଥିଲା। ମାରିଜାନ୍ନେ କାପ ୩୧ ରନ୍‌ କରିଥିଲେ। ଇନିଂସର ଅନ୍ତିମ ୮ ବଲରେ ଲୌରା ୪ ଚୌକା ମାରିଥିଲେ, ଯାହାକି ଶେଷକୁ ନିର୍ଣ୍ଣାୟକ ସାବ୍ୟସ୍ତ ହୋଇଥିଲା। ପାକିସ୍ତାନ ପକ୍ଷରୁ ବୋଲିଂରେ ଡାଇନା ବେଗ ୨ ଉଇକେଟ ନେଇଥିଲେ। ଜବାବରେ ପାକସ୍ତାନ ଦଳ ଶେଷ ପର୍ଯ୍ୟନ୍ତ ଖେଳି ୫ ଉଇକେଟ କ୍ଷତିରେ ୧୧୯ ରନ୍‌ କରିଥିଲେ। ଦଳ ଲାଗି ଜାଭେରିଆ ଖାଁ ୩୧, ଆଲିୟା ରିଆଜ ୩୯ ଓ ଇରାମ ଜାଭେଦ ୧୭ ରନ୍‌ କରିଥିଲେ। ଏହି ବିଜୟ ସହ ଦକ୍ଷିଣ ଆଫ୍ରିକା ୩ ମ୍ୟାଚ୍‌ରୁ ୩ ବିଜୟ ସହ ୬ ପଏଣ୍ଟ ହାସଲ କରି ଗ୍ରୁପ୍‌ର ଦ୍ୱିତୀୟ ସ୍ଥାନରେ ରହିଛି। ଗ୍ରୁପ୍‌ର ଅନ୍ୟ ଏକ ମ୍ୟାଚ୍‌ରେ ଇଂଲଣ୍ଡ ୪୬ ରନ୍‌ରେ ଓ୍ବେଷ୍ଟଇଣ୍ଡିଜକୁ ହରାଇ ସେମିଫାଇନାଲରେ ପ୍ରବେଶ କରିଛି। ଇଂଲଣ୍ଡ ୪ ମ୍ୟାଚ୍‌ରୁ ୩ୟ ବିଜୟ ସହ ଗ୍ରୁପ୍‌ର ଶୀର୍ଷରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…

ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…

ଇରାନ ଯୁଦ୍ଧ ସମୟରେ ଭାରତୀୟ ନୌସେନା କରିଥିଲା ଶକ୍ତି ପ୍ରଦର୍ଶନ; ୧୮ଟି ଜାହାଜକୁ ସୁରକ୍ଷିତ ଭାରତକୁ ନେଇଆସିଥିଲା

ନୂଆଦିଲ୍ଲୀ,୧୧।୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ରବିବାର (୧୧ ଜୁଲାଇ) କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ସଂଘର୍ଷ ସମୟରେ, ଭାରତୀୟ ନୌସେନା ପ୍ରାୟ ୯,୦୦୦ କୋଟି ଟଙ୍କାର ମାଲ…

ଗୁଡାରିରେ କଡ଼ାକଡ଼ି ଗାଡ଼ି ଯାଞ୍ଚ: ୭ ହଜାର ଟଙ୍କାର ଚାଲାଣ କାଟିଲା…

ଗୁଡାରି, ୧୧।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ପୋଲିସ ସୁପରିଣ୍ଟେଣ୍ଡେଣ୍ଟ (ଏସ୍‌ପି) ରାଜ ପ୍ରସାଦଙ୍କ ନିର୍ଦ୍ଦେଶକ୍ରମେ ଗୁଡାରି ଥାନା ଅଧିକାରିଣୀ ବିଶ୍ୱବନ୍ଦିନୀ ବାଗଙ୍କ ନେତୃତ୍ୱରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri