Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ସେମିରେ ଇଂଲଣ୍ଡକୁ ଭେଟିବ ଭାରତ

ସିଡ୍‌ନୀ, ୩।୩ (ପି.ଟି.)- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ମଙ୍ଗଳବାର ଖେଳାଯାଇଥିବା ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ବର୍ଷା ଲାଗି ବାତିଲ ହୋଇଯିବା ଫଳରେ ସେମିଫାଇନାଲ ଲାଇନ୍‌ଅପ୍‌ ସ୍ପଷ୍ଟ ହୋଇଥିଲା। ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଖେଳାଯିବ। ସେହିଭଳି ୪ଥରର ଚାମ୍ପିୟନ ଅଷ୍ଟ୍ରେଲିଆ ୨ୟ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଉଭୟ ସେମିଫାଇନାଲ ଗୋଟିଏ ଦିନରେ (ମାର୍ଚ୍ଚ ୫, ଗୁରୁବାର) ଅନୁଷ୍ଠିତ ହେବ। ଭାରତ ଗ୍ରୁପ୍‌ ପର୍ଯ୍ୟାୟରେ ୪ ମ୍ୟାଚ୍‌ ଖେଳି ୪ ବିଜୟ ସହ ୮ ପଏଣ୍ଟ ପାଇ ଗ୍ରୁପ୍‌-ଏ’ରେ ଶୀର୍ଷ ସ୍ଥାନରେ ରହିଛି।
ଯୋଗୁ ମ୍ୟାଚ୍‌ ବାତିଲ୍‌ ହେବା ଫଳରେ ଉଭୟ ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଇଣ୍ଡିଜ ଗୋଟିଏ ଲେଖାଏ ପଏଣ୍ଟ ବାଣ୍ଟି ନେଇଥିଲେ। ଫଳରେ ୪ ମ୍ୟାଚ୍‌ରୁ ମୋଟ୍‌ ୭ ପଏଣ୍ଟ ସହ ଦକ୍ଷିଣ ଆଫ୍ରିକା ଗ୍ରୁପ୍‌-ବି’ରେ ଶୀର୍ଷ ସ୍ଥାନରେ ହାସଲ କରିଛି। ସେହିଭଳି ଇଂଲଣ୍ଡ ମୋଟ ୬ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହି ସେମିଫାଇନାଲରେ ଭାରତକୁ ଭେଟିବ। ଏଥିସହ ୨୦୧୮ ସେମିଫାଇନାଲର ରିପିଟ୍‌ ଏହି ବିଶ୍ୱକପ୍‌ରେ ଦେଖିବାକୁ ମିଳିଛି। ୨୦୧୮ ସଂସ୍କରଣରେ ମଧ୍ୟ ଭାରତ ଓ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲ ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତକୁ ପରାସ୍ତ କରି ଇଂଲଣ୍ଡ ଫାଇନାଲକୁ ଉଠିଥିଲା। କିନ୍ତୁ ଫାଇନାଲରେ ଅଷ୍ଟ୍ରେଲିଆ ନିକଟରୁ ହାରି ଇଂଲଣ୍ଡ ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାମଣ୍ଡା କପ୍‌ କ୍ରିକେଟ୍‌: ୟୁନିୟନ ସ୍ପୋର୍ଟିଂ ଚାମ୍ପିୟନ

ଦେବଗଡ଼,୨୮ା୧୨(ଶଶାଙ୍କ ଶେଖର ଝାଙ୍କର): ସ୍ଥାନୀୟ ଇନ୍ଦିରା ଗାନ୍ଧୀ ଷ୍ଟାଡିୟମରେ ଚାଲିଥିବା ୩୫ତମ ବାମଣ୍ଡା କପ୍‌ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଯାଇଛି। ଫାଇନାଲରେ କଟକର ୟୁନିୟନ...

ଇତିହାସ ରଚିଲେ ସ୍ମୃତି ମନ୍ଧାନା: ମିତାଲି ରାଜଙ୍କ ପରେ ଦ୍ୱିତୀୟ ଭାରତୀୟ ଭାବେ କଲେ ବଡ ରେକର୍ଡ

ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍‌ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

କୋଚ ପଦ ଛାଡିବେ କି ଗୌତମ ଗମ୍ଭୀର, BCCI କହିଲା…

ନୂଆଦିଲ୍ଲୀ,୨୮।୧୨: ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଏକ ବଡ଼ ଖବର ପ୍ରସାରିତ ହୋଇଥିଲା । ଏହାକୁ ନେଇ ଅନେକ କଳ୍ପନାଜଳ୍ପନାର ଲହରୀ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ବାମଣ୍ଡା କପ୍‌ କ୍ରିକେଟ: ଫାଇନାଲରେ ୟୁନିୟନ ସ୍ପୋର୍ଟିଂ କଟକ

ଦେବଗଡ଼, ୨୭ା୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଚାଲିଥିବା ୩୫ତମ ବାମଣ୍ଡା କପ କ୍ରିକେଟ ଟୁର୍ନାମେଣ୍ଟର ଶନିବାର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ ଅରୁଣୋଦୟ ରାଞ୍ଚି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri