Posted inଖେଳ

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌: ସେମିରେ ଇଂଲଣ୍ଡକୁ ଭେଟିବ ଭାରତ

ସିଡ୍‌ନୀ, ୩।୩ (ପି.ଟି.)- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ର ସେମିଫାଇନାଲ ଲାଇନ୍‌ଅପ୍‌ ଚୂଡ଼ାନ୍ତ ହୋଇଯାଇଛି। ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ମଙ୍ଗଳବାର ଖେଳାଯାଇଥିବା ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ବର୍ଷା ଲାଗି ବାତିଲ ହୋଇଯିବା ଫଳରେ ସେମିଫାଇନାଲ ଲାଇନ୍‌ଅପ୍‌ ସ୍ପଷ୍ଟ ହୋଇଥିଲା। ଭାରତ ଓ ଇଂଲଣ୍ଡ ମଧ୍ୟରେ ପ୍ରଥମ ସେମିଫାଇନାଲ ମ୍ୟାଚ୍‌ ଖେଳାଯିବ। ସେହିଭଳି ୪ଥରର ଚାମ୍ପିୟନ ଅଷ୍ଟ୍ରେଲିଆ ୨ୟ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ଭେଟିବ। ଉଭୟ ସେମିଫାଇନାଲ ଗୋଟିଏ ଦିନରେ (ମାର୍ଚ୍ଚ ୫, ଗୁରୁବାର) ଅନୁଷ୍ଠିତ ହେବ। ଭାରତ ଗ୍ରୁପ୍‌ ପର୍ଯ୍ୟାୟରେ ୪ ମ୍ୟାଚ୍‌ ଖେଳି ୪ ବିଜୟ ସହ ୮ ପଏଣ୍ଟ ପାଇ ଗ୍ରୁପ୍‌-ଏ’ରେ ଶୀର୍ଷ ସ୍ଥାନରେ ରହିଛି।
ଯୋଗୁ ମ୍ୟାଚ୍‌ ବାତିଲ୍‌ ହେବା ଫଳରେ ଉଭୟ ଦକ୍ଷିଣ ଆଫ୍ରିକା ଓ ଓ୍ବେଷ୍ଟଇଣ୍ଡିଜ ଗୋଟିଏ ଲେଖାଏ ପଏଣ୍ଟ ବାଣ୍ଟି ନେଇଥିଲେ। ଫଳରେ ୪ ମ୍ୟାଚ୍‌ରୁ ମୋଟ୍‌ ୭ ପଏଣ୍ଟ ସହ ଦକ୍ଷିଣ ଆଫ୍ରିକା ଗ୍ରୁପ୍‌-ବି’ରେ ଶୀର୍ଷ ସ୍ଥାନରେ ହାସଲ କରିଛି। ସେହିଭଳି ଇଂଲଣ୍ଡ ମୋଟ ୬ ପଏଣ୍ଟ ସହ ଦ୍ୱିତୀୟ ସ୍ଥାନରେ ରହି ସେମିଫାଇନାଲରେ ଭାରତକୁ ଭେଟିବ। ଏଥିସହ ୨୦୧୮ ସେମିଫାଇନାଲର ରିପିଟ୍‌ ଏହି ବିଶ୍ୱକପ୍‌ରେ ଦେଖିବାକୁ ମିଳିଛି। ୨୦୧୮ ସଂସ୍କରଣରେ ମଧ୍ୟ ଭାରତ ଓ ଇଂଲଣ୍ଡ ମଧ୍ୟରେ ସେମିଫାଇନାଲ ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତକୁ ପରାସ୍ତ କରି ଇଂଲଣ୍ଡ ଫାଇନାଲକୁ ଉଠିଥିଲା। କିନ୍ତୁ ଫାଇନାଲରେ ଅଷ୍ଟ୍ରେଲିଆ ନିକଟରୁ ହାରି ଇଂଲଣ୍ଡ ରନର୍ସଅପ୍‌ରେ ସନ୍ତୁଷ୍ଟ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri