Posted inଖେଳ

ଆଇସିସି ମହିଳା ଟି୨୦ ର଼୍ୟାଙ୍କିଙ୍ଗ୍‌ ଶୀର୍ଷରେ ଶେଫାଳି

ସିଡ୍‌ନୀ,୪ା୩(ପି.ଟି.)- ଭାରତୀୟ ମହିଳା ବ୍ୟାଟିଂ ସେନସେଶନ ଶେଫାଳି ବର୍ମା ବୁଧବାର ଆଇସିସି ମହିଳା ଟି୨୦ ଅନ୍ତର୍ଜାତୀୟ ବ୍ୟାଟ୍ସଓମେନଙ୍କ ର଼୍ୟାଙ୍କିଙ୍ଗ୍‌ ଶୀର୍ଷକୁ ଉଠିଛନ୍ତି। ଚଳିତ ବିଶ୍ୱକପ୍‌ରେ ଚମତ୍କାର ପ୍ରଦର୍ଶନ ଯୋଗୁ ୧୬ ବର୍ଷୀୟା ଶେଫାଳିଙ୍କ ର଼୍ୟାଙ୍କିଙ୍ଗ୍‌ରେ ଉଲ୍ଲେଖନୀୟ ଉନ୍ନତି ଆସିଛି। ନ୍ୟୁଜିଲାଣ୍ଡର ସୁଜି ବାଟେଙ୍କୁ ହଟାଇ ଶେଫାଳି ଶୀର୍ଷସ୍ଥାନ ଅଧିକାର କରିଛନ୍ତି। ବାଟେ ଗତବର୍ଷ ଅକ୍ଟୋବରଠାରୁ ଶୀର୍ଷରେ ଥିଲେ। ତାଙ୍କ ପୂର୍ବରୁ ଶୀର୍ଷ ସ୍ଥାନରେ ଥିଲେ ଓ୍ବେଷ୍ଟଇଣ୍ଡିଜ ଅଧିନାୟିକା ଷ୍ଟେଫାନି ଟେଲର। ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଶୀର୍ଷ ସ୍ଥାନ ହାତେଇବାରେ ଶେଫାଳି ଦେଶର ଦ୍ୱିତୀୟ ବ୍ୟାଟ୍ସଓମେନ। ତାଙ୍କ ପୂର୍ବରୁ ମିଥାଲି ରାଜ ଏହି ସଫଳତା ପାଇଥିଲେ। ଭାରତୀୟ ଓପନର ସ୍ମୃତି ମନ୍ଧାନା ୨ଟି ପାହାଚ ତଳକୁ ଖସି ୬ଷ୍ଠ ସ୍ଥାନରେ ରହିଛନ୍ତି। ଶେଫାଳି ଓ ଇଂଲଣ୍ଡ ସ୍ପିନର ସୋଫି ଇକଲେଷ୍ଟୋନ ଶୀର୍ଷ ର଼୍ୟାଙ୍କଧାରୀ ବ୍ୟାଟ୍ସଓମ୍ୟାନ ଓ ବୋଲର ଭାବେ ବିଶ୍ୱକପ୍‌ ସେମିଫାଇନାଲରେ ଖେଳିବେ। ଭାରତ ଗୁରୁବାର ଇଂଲଣ୍ଡକୁ ଭେଟିବ। ବର୍ମା ୪ ଇନିଂସରେ ସର୍ବାଧିକ ୧୬୧ ରନ୍‌ କରିଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷରେ ୪୭ ଓ ନ୍ୟୁଜିଲାଣ୍ଡ ବିପକ୍ଷରେ ୪୬ ରନ୍‌ କରିଥିଲେ। ଇକଲେଷ୍ଟୋନଙ୍କ ନେତୃତ୍ୱାଧୀନ ଟପ୍‌ ବୋଲରଙ୍କ ତାଲିକାରେ ପୁନମ ଯାଦବ ୪ ସ୍ଥାନ ଉପରକୁ ଉଠି ୮ମ ସ୍ଥାନ ହାସଲ କରିଛନ୍ତି। ଟପ ୧୦ ଅଲରାଉଣ୍ଡଙ୍କ ତାଲିକାରେ ପ୍ରଥମ ଥର ପାଇଁ ସ୍ଥାନ ପାଇଛନ୍ତି ଦୀପ୍ତି ଶର୍ମା। ସେ ୭ମ ସ୍ଥାନରେ ରହିଛନ୍ତି। ବ୍ୟାଟ୍ସଓମେନଙ୍କ ତାଲିକାରେ ତାଙ୍କ ର଼୍ୟାଙ୍କିଙ୍ଗ୍‌ ୫୩। ଦଳଗତ ର଼୍ୟାଙ୍କିଙ୍ଗ୍‌ରେ ଅଷ୍ଟ୍ରେଲିଆ ସର୍ବାଧିକ ୨୯୦ ପଏଣ୍ଟ ସହ ଶୀର୍ଷରେ ରହିଛି। ଟପ୍‌ ୫ରେ ଇଂଲଣ୍ଡ (୨୭୮ ପଏଣ୍ଟ), ନ୍ୟୁଜିଲାଣ୍ଡ (୨୭୧), ଭାରତ (୨୬୬) ଓ ଦକ୍ଷିଣ ଆଫ୍ରିକା (୨୪୭) ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri