Posted inଖେଳ

ଆଇସିସି ମହିଳା ଦିନିକିଆ, ଟି୨୦ ଦଳରେ ମନ୍ଧାନା

ଦୁବାଇ, ୧୭।୧୨ (ପି.ଟି.)- କ୍ରିକେଟର ସର୍ବୋଚ୍ଚ ସଂସ୍ଥା ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ଚଳିତ ବର୍ଷ ଲାଗି ମହିଳା ଦିନିକିଆ ଓ ଟି୨୦ ଦଳ ଘୋଷଣା କରାଯାଇଛି। ଭାରତୀୟ ମହିଳା କ୍ରିକେଟ୍‌ ଦଳର ଷ୍ଟାର୍‌ ଓପନର୍‌ ସ୍ମୃତି ମନ୍ଧାନା ୨୦୧୯ ଲାଗି ଉଭୟ ଆଇସିସି ମହିଳା ଦିନିକିଆ ଓ ଟି୨୦ ଦଳରେ ସ୍ଥାନ ପାଇବାରେ ସଫଳ ହୋଇଛନ୍ତି। ମନ୍ଧାନାଙ୍କ ବ୍ୟତୀତ ଅଭିଜ୍ଞ ଦ୍ରୁତ ବୋଲର ଝୁଲଣ ଗୋସ୍ବାମୀ, ପୁନମ ଯାଦବ ଓ ଶିଖା ପାଣ୍ଡେ ଆଇସିସି ମହିଳା ଦିନିକିଆ ଦଳରେ ସ୍ଥାନ ପାଇଛନ୍ତି। ସେହିଭଳି ଅଲ୍‌ରାଉଣ୍ଡର ଦୀପ୍ତି ଶର୍ମା ଓ ରାଧା ଯାଦବ ଆଇସିସି ଟି୨୦ ଦଳରେ ସ୍ମୃତିଙ୍କ ସହ ରହିଛନ୍ତି। ୨୩ ବର୍ଷୀୟା ମନ୍ଧାନା ଭାରତ ପକ୍ଷରୁ ୫୧ ଦିନିକିଆ, ୬୬ ଟି୨୦ ଓ ୨ଟି ଟେଷ୍ଟ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରୁଛନ୍ତି। ଦିନିକିଆ ଓ ଟି୨୦ରେ ମୋଟ୍‌ ଉପରେ ସେ ୩୪୭୬ ସଂଗ୍ରହ କରିଛନ୍ତି। ଅଷ୍ଟ୍ରେଲିଆର ଆଲିସା ହେଲୀ ଆଇସିସି ପକ୍ଷରୁ ବର୍ଷର ଶ୍ରେଷ୍ଠ ମହିଳା ଟି୨୦ ଖେଳାଳି ଭାବେ ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ପ୍ରାରମ୍ଭରେ ଶ୍ରୀଲଙ୍କା ବିପକ୍ଷରେ ସେ ୧୪୮ ରନର ମାରାଥନ ଇନିଂସ ଖେଳିଥିଲେ। ସେହିଭଳି ଅନ୍ୟତମ ଅଷ୍ଟ୍ରେଲିଆ ଖେଳାଳି ଏଲିସେ ପେରୀ ଆଇସିସି ମହିଳା ଦିନିକିଆ କ୍ରିକେଟର୍‌ ପୁରାସ୍କାର ପାଇଁ ବିବେଚିତ ହୋଇଛନ୍ତି। ପେରୀ ଚଳିତ ବର୍ଷ ୭୩ ଆଭରେଜରେ ୪୪୧ ରନ ସଂଗ୍ରହ କରିବା ସହିତ ୧୩.୫୨ ଆଭରେଜରେ ୨୧ ଉଇକେଟ୍‌ ମଧ୍ୟ ଅକ୍ତିଆର କରିଛନ୍ତି। ଏଥିସହ ପେରୀ ଆଇସିସି ମହିଳା କ୍ରିକେଟର୍‌ ଅଫ୍‌ ଦି ଇୟର ଭାବେ ରାପେଲ ହେହୋଏ-ଫ୍ଲିଣ୍ଟ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି। ୨୯ ବର୍ଷୀୟା ପେରୀ ୨୦୧୯ରେ କ୍ରିକେଟ୍‌ର ୩ଟି ଯାକ ଫର୍ମାଟ୍‌ରେ ୩ଟି ଶତକ ହାସଲ କରିଛନ୍ତି। ମହିଳା ଟି୨୦ କ୍ରିକେଟ୍‌ରେ ପ୍ରଥମ ଖେଳାଳି ଭାବେ ଏକ ହଜାର ରନ୍‌ ଓ ୧୦୦ ଉଇକେଟ୍‌ ନେବାର କୀର୍ତ୍ତିମାନ ମଧ୍ୟ ତାଙ୍କ ନାମରେ ରହିଛି। ଅଷ୍ଟ୍ରେଲିଆର ଗେମ୍‌ ଲାନ୍ନିଂ ଉଭୟ ଆଇସିସି ମହିଳା ଦିନିକିଆ ଓ ଟି୨୦ ଦଳର ଅଧିନାୟିକା ଭାବେ ଚୟନ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

ପାକିସ୍ତାନ କ୍ରିକେଟକୁ ନେଇ ଆସିଲା ବଡ଼ ଖବର, ସୋଏବ ଅଖତର ଦେଲେ ଏମିତି ଉତ୍ତର ସମସ୍ତେ ଚକିତ

ଇସଲାମାବାଦ,୪।୧୦: ଶୋଏବ ଅଖତର କ’ଣ ପାକିସ୍ତାନ କ୍ରିକେଟ ଦଳର ମୁଖ୍ୟ ଚୟନକର୍ତ୍ତା (ଚିଫ ସିଲେକ୍ଟର) ହେବାକୁ ଯାଉଛନ୍ତି? ସାମ୍ପ୍ରତିକ ସମୟରେ ଇଣ୍ଟରନେଟରେ ଏହାକୁ ନେଇ ବ୍ୟାପକ ଚର୍ଚ୍ଚା…

ଅକ୍ଟୋବରରେ ଅଷ୍ଟ୍ରେଲିଆ ବିପକ୍ଷରେ ପ୍ରଥମ ଦିନିକିଆ ମ୍ୟାଚ ଖେଳିବ ଟିମ ଇଣ୍ଡିଆ; ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ଥାନ ନେବେ ଏହି ଖେଳାଳି

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳ ଅକ୍ଟୋବର ୬ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ ଟି-୨୦ ସିରିଜ ଖେଳିବାକୁ ଯାଉଛି। ଏହି ସମୟରେ, ଅନ୍ୟ ଏକ ଭାରତୀୟ ଦଳ ଅଷ୍ଟ୍ରେଲିଆର…

ଏମ.ଏସ. ଧୋନିଙ୍କ ଯୋଗୁ ଟିମ ଇଣ୍ଡିଆ ତୃତୀୟ ଦିନିକିଆ ମ୍ୟାଚ ହାରିଗଲା; ଐତିହାସିକ ବିଜୟ ପରେ ଏକ ବଡ଼ ରହସ୍ୟ ଖୁଲାସା କଲେ…

ନୂଆଦିଲ୍ଲୀ,୪।୧୦: ଶନିବାର ନୂଆ ଚଣ୍ଡିଗଡ଼ରେ ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟାଚରେ ଭାରତୀୟ କ୍ରିକେଟ ଦଳ ୱେଷ୍ଟଇଣ୍ଡିଜ ଠାରୁ ପରାଜିତ ହୋଇଛି। ଶାଇ ହୋପଙ୍କ ଚମତ୍କାର ଶତକ ବଳରେ…

IND vs WI:‘ବର୍ତ୍ତମାନ ପରୀକ୍ଷା-ନିରୀକ୍ଷା କରିବାର ସମୟ ନୁହେଁ’ ରୋହିତ ଶର୍ମା, ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ଶୁବମନ ଗିଲ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ ଦଳର ଦୁଇ ପ୍ରମୁଖ ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କୁ ନେଇ, ବିଶେଷକରି ଆସନ୍ତା ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପରେ…

ଡବଲ ପର୍ସନାଲିଟିର ଶିକାର ହୋଇଛନ୍ତି ବୈଭବ ସୂର୍ଯ୍ୟବଂଶୀ! ଶ୍ରେୟସ ଆୟର ଖୋଲିଲେ ବିସ୍ଫୋରକ ବ୍ୟାଟରଙ୍କ ରାଜ

ନୂଆଦିଲ୍ଲୀ,୪।୧୦: ଯୁବ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ ତାଙ୍କର ଧୂଆଁଧାର ବ୍ୟାଟିଂ ପାଇଁ ଜଣାଶୁଣା; ଯେତେବେଳେ ସେ ଲୟକୁ ଆସନ୍ତି, ସେତେବେଳେ ତାଙ୍କ ପ୍ରଭାବ ସାରା ବିଶ୍ୱରେ…

୩୫୧ ରନ୍ କରି ବି ହାରିଲା ଭାରତ: ୱେଷ୍ଟଇଣ୍ଡିଜ୍‌ର ରେକର୍ଡ ରନ୍ ଚେଜ୍‌, ଏକାକୀ ବିଜୟ ଛଡ଼ାଇ ନେଲେ ଶେ ହୋପ୍

ନ୍ୟୁ ଚଣ୍ଡୀଗଡ଼,୩।୧୦: ଏଠାର ପିସିଏ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ତୃତୀୟ तथा ଚୂଡ଼ାନ୍ତ ଦିନିକିଆ ମ୍ୟାଚ୍‌ରେ ଭାରତକୁ ୫ ଉଇକେଟରେ ପରାସ୍ତ କରିଛି ୱେଷ୍ଟଇଣ୍ଡିଜ୍। ଟସ୍ ଜିତି…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?