Posted inଖେଳ

ଆଇସିସି ମହିଳା ବିଶ୍ୱକପ୍‌ : ଏକାଠି ହେଲେ ୧୦ ଦଳର ଅଧିନାୟିକା

ସିଡ୍‌ନୀ, ୧୮।୨- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ର ୭ମ ସଂସ୍କରଣ ଆସନ୍ତା ୨୧ରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବ। ଡିଫେଣ୍ଡିଂ ଚାମ୍ପିୟନ ତଥା ଘରୋଇ ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଉଦ୍‌ଘାଟନୀ ମ୍ୟାଚ୍‌ ଖେଳାଯିବ। ତେବେ ଏଥିପୂର୍ବରୁ ଅଂଶଗ୍ରହଣକାରୀ ୧୦ଦଳର ଅଧିନାୟିକା ସୋମବାର ସିଡ୍‌ନୀସ୍ଥିତ ତାରୋଙ୍ଗା ଜୁ’ରେ ଏକାଠି ହୋଇଛନ୍ତି। ‘ଅଫିସିଆଲି ମିଡିଆ କ୍ୟାପ୍‌ଟେନ୍ସ ଲଞ୍ଚ୍‌’ ପ୍ରୋଗ୍ରାମ ଅବସରରେ ୧୦ ଦଳର ଅଧିନାୟିକା ଗଣମାଧ୍ୟମ ସମ୍ମୁଖକୁ ଆସି ବିଶ୍ୱକପ୍‌ ସମ୍ପର୍କରେ ସେମାନଙ୍କ ମତ ରଖିବା ସହ ପଶୁପକ୍ଷୀଙ୍କ ସହ ଫଟୋ ଉଠାଇଥିଲେ। ସୋମନଙ୍କ ମଧ୍ୟରେ ଆୟୋଜକ ଅଷ୍ଟ୍ରେଲିଆ ଅଧିନାୟିକା ମେଗ୍‌ ଲାନ୍ନିଂ, ନ୍ୟୁଜିଲାଣ୍ଡର ସୋଫି ଡେଭିନ୍‌, ଭାରତର ହର୍‌ମନପ୍ରୀତ୍‌ କୌର, ଶ୍ରୀଲଙ୍କାର ଚାମାରି ଆଥାପାଥୁ, ଇଂଲଣ୍ଡର ହେଥର ନାଇଟ୍‌, ଓ୍ବେଷ୍ଟଇଣ୍ଡିଜର ଷ୍ଟଫାନୀ ଟେଲର, ଦକ୍ଷିଣ ଆଫ୍ରିକାର ଡାନେ ଭାନ୍‌ ନିଏକର୍କ, ପାକିସ୍ତାନର ବିସ୍‌ମା ମହାରୁଫ୍‌, ବାଂଲାଦେଶର ସଲ୍‌ମା ଖାତୁନ ଓ ଥାଇଲାଣ୍ଡର ସୋର୍ନାରିନ ତିପୋଚ୍‌ ରହିଛନ୍ତି। ବିଶ୍ୱକପ୍‌ର ଫାଇନାଲ ମେଲବୋର୍ନରେ ମାର୍ଚ୍ଚ ୮ରେ ଖେଳାଯିବ। ଏହିଦିନ ବିଶ୍ୱ ମହିଳା ଦିବସ ପଡ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ରେକର୍ଡ ସଂଖ୍ୟକ ଦର୍ଶକ ମ୍ୟାଚ୍‌ ଦେଖିବାକୁ ଆଗୁଆ ଟିକେଟ୍‌ କ୍ରୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

୬ ବଲ୍‌ରେ ୫ ଉଇକେଟ୍‌ ନେଇ କ୍ରିକେଟ୍‌ ଜଗତରେ ହଇଚଇ କଲେ ଏହି କ୍ରିକେଟର୍‌: ପ୍ରଥମଥର ଘଟିଲା…

ଜାକର୍ତ୍ତା,୨୩।୧୨: ଟି-୨୦ କ୍ରିକେଟରେ ପାଞ୍ଚ ଉଇକେଟ ହାସଲ କରିବା ପ୍ରତ୍ୟେକ ବୋଲରଙ୍କ ସ୍ବପ୍ନ, କାରଣ ଚାରି ଓଭର ସ୍ପେଲରେ ଏହି ସଫଳତା ହାସଲ କରିବା ଅତ୍ୟନ୍ତ...

ମେସିଙ୍କ ଉପରେ ଖସିଲା ଦୁଃଖର ପାହାଡ଼: ଘଟିଗଲା ଏମିତି କିଛି…

ନୂଆଦିଲ୍ଲୀ,୨୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କ ଭଉଣୀ ମାରିଆ ସୋଲ ମିଆମିରେ ତାଙ୍କ ଏସ୍ୟୁଭି ଚଲାଉଥିବା ସମୟରେ ଏକ ଦୁର୍ଘଟଣାର ଶିକାର ହୋଇଛ୍‌ତି। ତାଙ୍କୁ...

କୋହଲିଙ୍କ ପ୍ରଶଂସକଙ୍କୁ ଲାଗିଲା ବଡ଼ ଝଟ୍‌କା: ଆଉ ଦେଖିପାରିବେନି…

ବେଙ୍ଗାଲୁରୁ,୨୩।୧୨: ବିଜୟ ହଜାରେ ଟ୍ରଫି ପୂର୍ବରୁ ବେଙ୍ଗାଲୁରୁର କ୍ରିକେଟ ପ୍ରେମୀଙ୍କ ପାଇଁ ନିରାଶାଜନକ ଖବର ଆସିଛି। ଷ୍ଟାର ବ୍ୟାଟ୍ସମ୍ୟାନ ବିରାଟ କୋହଲି ଆଉ ଏମ. ଚିନ୍ନାସ୍ବାମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri