Posted inଖେଳ

ଆଇସିସି ମହିଳା ବିଶ୍ୱକପ୍‌ ୨୦୨୧ ନ୍ୟୁଜିଲାଣ୍ଡରେ

ଖ୍ରିଷ୍ଟଚର୍ଚ୍ଚ, ୧୯ା୬ (ପି.ଟି.)-ଆଇସିସି ମହିଳା କ୍ରିକେଟ ବିଶ୍ୱକପ୍‌ ୨୦୨୧ ନ୍ୟୁଜିଲାଣ୍ଡରେ ସେହିବର୍ଷ ଜାନୁୟାରୀ ୩୦ରୁ ହେବ। ସେମିଫାଇନାଲ ଏବଂ ଫାଇନାଲ ସମେତ ଏଥିରେ ମୋଟ ୩୧ ମ୍ୟାଚ ଖେଳାଯିବ। ନ୍ୟୁଜିଲାଣ୍ଡ ପୂର୍ବରୁ ଏକାକି ଅବା ମିଳିତ ଭାବେ ହେଉ ଏଭଳି ଇଭେଣ୍ଟ ଚତୁର୍ଥ ଥର ଆୟୋଜନ କରିବାକୁ ଯାଉଛି। ପୂର୍ବରୁ ଏହି ଦେଶ ୧୯୯୨ ଏବଂ ୨୦୧୫ରେ ପୁରୁଷ ବିଶ୍ୱ କପ୍‌ ଏବଂ ୨୦୦୦ରେ ମହିଳା ଇଭେଣ୍ଟ ସଫଳତାର ସହିତ ଆୟୋଜନ କରିସାରିଛି। ୫୦ ଓଭର ବିଶିଷ୍ଟ ଏହି ଟୁର୍ନାମେଣ୍ଟ ଜାନୁୟାରୀ ୩୦ରୁ ଫେବୃୟାରୀ ୨୦ ପର୍ଯ୍ୟନ୍ତ ହେବ। ନ୍ୟୁଜିଲାଣ୍ଡ କ୍ରିକେଟ ତରଫରୁ ଏକ ବିବୃତ୍ତିରେ ଏହା ପ୍ରକାଶ କରାଯାଇଛି। ୨୦୨୧ ଆଇସିସି ମହିଳା କ୍ରିକେଟ ବିଶ୍ୱକପ୍‌ ହେଉଛି ଇଭେଣ୍ଟର ଦ୍ୱାଦଶ ସଂସ୍କରଣ। ଏଥିପାଇଁ ଆୟୋଜକ ହିସାବରେ ନ୍ୟୁଜିଲାଣ୍ଡ ଆପେ ଯୋଗ୍ୟତା ଅର୍ଜନ କରିଛି। ଏହି ସମ୍ମାନଜନକ ଇଭେଣ୍ଟ ଲାଗି ଆଇସିସି ମହିଳା ଚାମ୍ପିୟନଶିପ୍‌ ଷ୍ଟାଣ୍ଡିଂର ଶ୍ରେଷ୍ଠ ୪ ଦଳ ସିଧାସଳଖ ଯୋଗ୍ୟତା ଅର୍ଜନ କରିଛନ୍ତି। ଅବଶିଷ୍ଟ ୩ ଦଳକୁ କ୍ୱାଲିଫାୟର ଇଭେଣ୍ଟ ଜରିଆରେ ଯୋଗ୍ୟତା ହାସଲ ଅର୍ଜନ କରିବାକୁ ପଡ଼ିବ। କ୍ୱାଲିଫାୟର ଇଭେଣ୍ଟରେ ୨୦୧୯ରେ ଆଫ୍ରିକା, ଆମେରିକା, ଏସିଆ, ଇଷ୍ଟ ଏସିଆ ପ୍ୟାସିଫିକ୍‌ ଏବଂ ୟୁରୋପରେ ହେବାକୁଥିବା ଆଞ୍ଚଳିକ ଟୁର୍ନାମେଣ୍ଟର ବିଜେତା ବ୍ୟତୀତ ବାଂଲାଦେଶ ଏବଂ ଆୟର୍ଲାଣ୍ଡ ଭାଗ ନେବେ। ବର୍ତ୍ତମାନ ପଏଣ୍ଟ ଟେବୁଲର ଶ୍ରେଷ୍ଠ ୪ ସ୍ଥାନରେ ରହିଥିବା ଦଳଗୁଡ଼ିକ ହେଲେ ଅଷ୍ଟ୍ରେଲିଆ (୨୨ପଏଣ୍ଟ), ଗତଥରର ଚାମ୍ପିୟନ ଇiଂଲଣ୍ଡ(୨୨), ଭାରତ (୧୬) ଏବଂ ଦକ୍ଷିଣ ଆଫ୍ରିକା(୧୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri