ଆଇସିୟୁରେ ବିଜୟ ମହାନ୍ତି

ଭୁବନେଶ୍ୱର,୨୭ା୫(ବ୍ୟୁରୋ)- ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଗୁରୁତର ଅସୁସ୍ଥ ହୋଇ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେ ଆଇସିୟୁରେ ଥିବାବେଳେ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ଗତ କିଛିବର୍ଷ ହେଲା ନିଜ ପରିବାର ସହ ହାଇଦ୍ରାବାଦରେ ରହୁଥିବା ମହାନ୍ତି ମଧୁମେହ ରୋଗରେ ଆକ୍ରାନ୍ତ। ମଙ୍ଗଳବାର ରାତିରେ ହଠାତ୍‌ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଚିକିତ୍ସା ଲାଗି ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ସେ ସାମାନ୍ୟ ସୁସ୍ଥ ଥିବା ପତ୍ନୀ ତନ୍ଦ୍ରା ରାୟ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଓଡ଼ିଆ ଫିଲ୍ମ ଜଗତର ଏହି ପ୍ରତିଷ୍ଠିତ କଳାକାର ପ୍ରତି ଓଡ଼ିଆଙ୍କ ଘରେ ଘରେ ପରିଚିତ। ୧୯୫୦ରେ କେନ୍ଦ୍ରାପଡ଼ାରେ ଜନ୍ମଗ୍ରହଣ କରିଥିବା ମହାନ୍ତି ୨୦୦ରୁ ଊର୍ଦ୍ଧ୍ୱ ଓଡ଼ିଆ ଚଳଚ୍ଚିତ୍ରରେ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିଣିପାରିଛନ୍ତି। ନାୟକ, ଖଳନାୟକ ଓ ବିଭିନ୍ନ ଚରିତ୍ର ଭୂମିକାରେ ଅବତୀର୍ଣ୍ଣ ହୋଇଛନ୍ତି। ଦିଲ୍ଲୀ ନ୍ୟାଶନାଲ ସ୍କୁଲ୍‌ ଅଫ୍‌ ଡ୍ରାମାରୁ ଶିକ୍ଷାଗ୍ରହଣ କରିଥିବା ବିଜୟ ୧୯୭୬ରେ ‘ନାଗଫାଶ’ ଚଳଚ୍ଚିତ୍ରରେ ଅଭିନୟ କରି ଚର୍ଚ୍ଚାକୁ ଆସିଥିଲେ। ଉତ୍କୃଷ୍ଟ ଅଭିନୟ ଲାଗି ସେ ଏକାଧିକ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ଜିତିଥିବା ବେଳେ ଜୀବନବ୍ୟାପୀ ସାଧନା ପାଇଁ ଓଡ଼ିଆ ଚଳଚ୍ଚିତ୍ରର ସର୍ବୋଚ୍ଚ ସମ୍ମାନ ‘ଜୟଦେବ ପୁରସ୍କାର’ ପାଇଛନ୍ତି। ତେବେ ଗତ କିଛିବର୍ଷ ହେବ ସେ ଭୁବନେଶ୍ୱର ଛାଡ଼ି ହାଇଦ୍ରାବାଦରେ ନିଜ ଝିଅ ପାଖରେ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ଭାରତର ନୂଆ କ୍ରିକେଟ୍‌ ବିସ୍ମୟ ତନ୍ମୟ: ଗୋଟିଏ ଟେଷ୍ଟରେ ୧୪ ଉଇକେଟ ନେଇ ରଚିଲେ ଇତିହାସ

ଅହମ୍ମଦାବାଦ,୯।୧୦: କ୍ରିକେଟ ପଡ଼ିଆରେ ଭାରତୀୟ ଯୁବ ସ୍ପିନର ତନ୍ମୟ ବଲୋଦାଙ୍କ କମାଲ। ଅଷ୍ଟ୍ରେଲିଆର ଅଣ୍ଡର-୧୯ ଦଳ ବିପକ୍ଷରେ ଦ୍ୱିତୀୟ ଅନୌପଚାରିକ ଟେଷ୍ଟ ମ୍ୟାଚ୍‌ରେ ନିଜର ଘାତକ ବୋଲିଂରେ…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ଇତିହାସ ବଦଳାଇବେ ଅଭିଷେକ ଶର୍ମା: କରିବେ ଏହି ବଡ଼ ବିଶ୍ୱ ରେକର୍ଡ

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ ଆଜି ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ ଦଳର ବିସ୍ଫୋରକ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?