ଆଇସୋଲେଶନ କେନ୍ଦ୍ରର ପ୍ରସ୍ତୁତି କାର୍ଯ୍ୟ ତଦାରଖ କଲେ ଜିଲାପାଳ

ଶେରଗଡ଼,୨୯ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ଆଦର୍ଶ ବିଦ୍ୟାଳୟରେ ପ୍ରଶାସନ ପକ୍ଷରୁ ଏକ ଆଇସୋଲେଶନ କେନ୍ଦ୍ର ଖୋଲାଯାଇଛି। ବୁଧବାର ସନ୍ଧ୍ୟାରେ ସୁରଟରୁ ଫେରୁଥିବା ୧୧୪ ଜଣଙ୍କୁ ଏଠାରେ ରଖାଯିବ। ସେମାନଙ୍କୁ ୧୪ଦିନ ରଖାଯିବା ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ। ସ୍ବାସ୍ଥ୍ୟ ଠିକ୍‌ ଥିଲେ ନିଜ ଘରକୁ ଛଡ଼ାଯିବ। ଏଣୁ ଶେରଗଡ଼ ବ୍ଲକ ପ୍ରଶାସନ ପକ୍ଷରୁ କରାଯାଇଥିବା ପ୍ରସ୍ତୁତି କାର୍ଯ୍ୟକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ତଦାରଖ କରିଛନ୍ତି। ଏଠାରେ ପିଇବା, ପାଣି, ଆଲୁଅ, ପାଇଖାନା, ପରିବେଶ, ସେମାନଙ୍କ ରହିବା ଗୃହ, ରୋଷେଇ ସ୍ଥାନ ଆଦି ବୁଲି ଦେଖିଥିଲେ ଜିଲାପାଳ। ଉକ୍ତ ଗସ୍ତ ସମୟରେ ବିଡିଓ ସୁରଞ୍ଜନ କୁମାର ସାହୁ, ତହସିଲଦାର ଡ.ଦୟାସିନ୍ଧୁ ପରିଡ଼ା,ସହକାରୀ ନିର୍ବାହୀ ଯନ୍ତ୍ରୀ ମହୀନ୍ଦ୍ର କୁମାର ଷଡ଼ଙ୍ଗୀ, ଚୋରିଆ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri