ଆଇସୋଲେଶନ ସେଣ୍ଟରକୁ ବିରୋଧ

ବିଶୋଇ,୧୧ା୫(ଡି.ଏନ୍‌.ଏ.)- ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବାହାର ରାଜ୍ୟରୁ ପ୍ରବାସୀଓଡ଼ିଆ ମାନେ ନିଜ ଅଞ୍ଚଳକୁ ଆସି ପ୍ରଥମେ ଆଇସୋଲେଶନ ସେଣ୍ଟରରେ ରହିବା ନିୟମ ଥିବାରୁ ଏହି ସେଣ୍ଟରକୁ ଲାଗି ରହୁଥିବା ଜନସାଧାରଣ ଭୟଭୀତ ହୋଇ ପଡ଼ିଛନ୍ତି। ମୟୂରଭଞ୍ଜ ଜିଲାର ବିଶୋଇ ବ୍ଲକ ଅଧୀନ ଖଡ଼ମବେଡା ଗ୍ରାମରେ ଖୋଲାଯାଇଥିବା ଏଭଳି ଏକ ଆଇସୋଲେଶନ ସେଣ୍ଟରକୁ ନେଇ ବିବାଦ ଦେଖାଦେଇଛି। ଏହି ବ୍ଲକର ପ୍ରବାସୀ ଓଡ଼ିଆମାନଙ୍କ ପାଇଁ ୪୯ ନଂ. ଜାତୀୟ ରାଜପଥ ମଝିରେ ଥିବା ଖଡ଼ମବେଡା ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଶୋଇ ବ୍ଲକର ଆଇସୋଲେଶନ ସେଣ୍ଟର ଖୋଲାଯାଇଥିବାରୁ ଏହାକୁ ଗ୍ରାମବାସୀମାନେ ବିରୋଧ କରିଛନ୍ତି। ରବିବାର ଗ୍ରାମବାସୀମାନେ ଏକ ବୈଠକ କରି ଏହି ଆଇସୋଲେଶନ ସେଣ୍ଟରକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଖଡ଼ମବେଡା ସରପଞ୍ଚ ଅମର ସିଂ ଟୁଡୁ ଏବଂ ଜିଲାପାଳଙ୍କ ଉଦ୍ଦେଶ୍ୟରେ ବିଶୋଇ ତହସିଲଦାରଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି ଏହି ବିଦ୍ୟାଳୟ ଖଡ଼ମବେଡା ପଞ୍ଚାୟତର ସଙ୍ଗରୋଧ କେନ୍ଦ୍ର ହୋଇଥିବାରୁ ଏଠାକାର ଗ୍ରାମବାସୀମାନଙ୍କ ଏଥିପ୍ରତି କୌଣସି ଆପତ୍ତି ନାହିଁ। ମାତ୍ର ଏହି ସେଣ୍ଟରକୁ ବିଶୋଇ ବ୍ଲକର ଆଇସୋଲେଶନ ସେଣ୍ଟର ଭାବରେ ଚୟନ କରାଯାଇଥିବାରୁ ଗ୍ରାମବାସୀ ଏହାକୁ ବିରୋଧ କରିଛନ୍ତି। ସୂଚନାଥାଉକି, ଏହି ସେଣ୍ଟରରେ ପାଚେରୀ ନ ଥିବା ବେଳେ ଏହି ସେଣ୍ଟରକୁ ଲାଗି ଏକ ଗ୍ରାମ ରହିଛି। ଏହି ଗ୍ରାମରେ ସମସ୍ତ ଜନସାଧାରଣ ଆଦିବାସୀ ସମ୍ପ୍ରଦାୟର ହୋଇଥିବା ବେଳେ କରୋନା ଭୂତାଣୁର ସଂକ୍ରମଣ ବିଷୟରେ ସେମାନେ ଏତେ ସଚେତନ ନୁହନ୍ତି। ତେଣୁ ଏହି ଅଞ୍ଚଳରେ ଆଇସୋଲେଶନ ସେଣ୍ଟର ହେଲେ ଆଗାମୀ ଦିନରେ ସଂକ୍ରମଣ ଆଶଙ୍କା କରି ଗ୍ରାମବାସୀ ଏହାକୁ ଅନ୍ୟତ୍ର ସ୍ଥାନାନ୍ତର କରିବା ପାଇଁ ଦାବି କରିଛନ୍ତି। ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେଲେ ଗ୍ରାମବାସୀ ୪୯ ନଂ. ଜାତୀୟ ରାଜପଥକୁ ଅବରୋଧ କରିବେ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ପରେ ବଳାତ୍କାର: ବନ୍ଧା ହେଲେ ଅଭିଯୁକ୍ତ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ୧୫ ବର୍ଷୀୟା ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ ଏବଂ ବଳାତ୍କାର ମାମଲାରେ ସମ୍ପୃକ୍ତ ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri