ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌: ୧୪ ଦେଶର କଳାକାର ନିର୍ମାଣ କରିଛନ୍ତି ୨ ଶହ କଳାକୃର୍ତ୍ତି

ବେଜିଂ,୩।୧: ଚାଇନାରେ ଆଇସ୍‌-ସ୍ନୋ ଫେଷ୍ଟିଭାଲ୍‌ ଆରମ୍ଭ ହୋଇଛି। ସ୍ଥାନୀୟ ହେଲୋଙ୍ଗୟାଙ୍ଗ୍‌ ପ୍ରଦେଶର ହାର୍ବିନ୍‌ଠାରେ ଅନୁଷ୍ଠିତ ହେଉଥିବା ଏହି ଉତ୍ସବରେ ୧୪ ଦେଶର କଳାକାର ଯୋଗଦେଇ ୨ ଶହ ଆକର୍ଷଣୀୟ କଳାକୃର୍ତ୍ତି ନିର୍ମାଣ କରିଛନ୍ତି। ୬ ଲକ୍ଷ ବର୍ଗ ମିଟରରେ ଥିବା ଏହି ସ୍ନୋ ଓ୍ବାଲର୍‌ଡରେ ୨.୨୦ କ୍ୟୁବିକ୍‌ ମିଟର ବରଫରେ ଶହେ ମିଟର ଉଚ୍ଚା ପର୍ଯ୍ୟନ୍ତ ବିଭିନ୍ନ କଳାକୃତ୍ତି ନିର୍ମିତ ହୋଇଛି। ପ୍ରଥମେ ୧୯୮୫ରେ ଏହି ଉତ୍ସବ ଆରମ୍ଭ ହୋଇଥିଲା। ଲୋକେ ଏହାକୁ ବେଶ୍‌ ପସନ୍ଦ କରିଥିଲେ। ପରେ ପ୍ରତିବର୍ଷ ଏଠାରେ ଏହି ଉତ୍ସବ ଶୀତଦିନେ ଅନୁଷ୍ଠିତ ହୋଇଆସୁଛି। ବରଫରେ ନିର୍ମିତ ହୋଇଥିବା ବିଭିନ୍ନ କଳାକୃର୍ତ୍ତି ଦେଖିବା ପାଇଁ ପ୍ରତିବର୍ଷ ଏଠାରେ ପର୍ଯ୍ୟଟକଙ୍କ ଭିଡ଼ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri