ଆଉ ଛପା ହେବନି ୧୦୦୦ ଟଙ୍କିଆ ନୋଟ୍‌; ରଦ୍ଦ ହେଲା ଆଇନ

ନୂଆଦିଲ୍ଲୀ,୫-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ)କୁ ୧ହଜାର ଟଙ୍କିଆ ନୋଟ୍‌ ଛାପିବା ପାଇଁ ଅନୁମତି ଦେଉଥିବା ୧୯୯୮ର ଉଚ୍ଚ ମୂଲ୍ୟର ସଂଶୋଧିତ ଆଇନକୁ ପାର୍ଲାମେଣ୍ଟ ରଦ୍ଦ କରିଦେଇଛି। ଅର୍ଥନୀତିରେ ନଗଦ ସଙ୍କଟ ଦୂର କରିବା ଲାଗି ସେତେବେଳେ କେନ୍ଦ୍ର ସରକାର ଏହି ଆଇନ ପ୍ରଣୟନ କରିଥିଲେ। ଏଥିସହ ବେକାର ହୋଇଯାଇଥିବା ୫୮ ପୁରୁଣା ଆଇନକୁ ରଦ୍ଦ କରିବାକୁ ଗତ ସପ୍ତାହରେ ପାର୍ଲାମେଣ୍ଟ ଅନୁମୋଦନ କରିଥିଲେ। ପୂର୍ବତନ ଅର୍ଥମନ୍ତ୍ରୀ ଯଶୋବନ୍ତ ସିହ୍ନା ଏହି ସଂଶୋଧନ ବିଲ୍‌କୁ ୧୯୯୮ ଡିସେମ୍ବରରେ ପାର୍ଲାମେଣ୍ଟରେ ଉପସ୍ଥାପନ କରିଥିଲେ। ଏହା ଅନୁମୋଦନ ଲାଭ କରିବା ପରେ ଆର୍‌ବିଆଇ ୧୦୦୦ ଟଙ୍କିଆ ନୋଟ୍‌ ଛାପିବା ଆରମ୍ଭ କରିଥିଲା। ଉଲ୍ଲେଖଥାଉ କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନ୍‌ଡିଏର ପ୍ରଥମ ଶାସନ କାଳରେ ୨୦୧୬ ନଭେମ୍ବରରେ ୫୦୦ ଓ ୧୦୦୦ ଟଙ୍କିଆ ନୋଟ୍‌କୁ ଅଚଳ କରିଦେଇଥିଲେ। ଏଥିସହିତ ସେ ନୂଆ ୫୦୦ ଓ ୨୦୦୦ ଟଙ୍କିଆ ନୋଟ୍‌ ପ୍ରଚଳନ ଘୋଷଣା କରିଥିଲେ। ବଜାରରେ ଅନ୍ୟ ମୂଲ୍ୟର ନୋଟ୍‌ ଉପରେ ଚାପ କମାଇବା ଲାଗି ସରକାର ସେତେବେଳେ ହଜାରେ ଟଙ୍କିଆ ନୋଟ୍‌ ପ୍ରଚଳନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri