ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ପଜିଟିଭ ସଂଖ୍ୟା ହେଲା ୪୦

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୨ବର୍ଷୀୟ ଏହି ଆକ୍ରାନ୍ତ ଯୁବକ କେନ୍ଦ୍ରାପଡ଼ାର ବୋଲି ସୂଚନା ମିଳିଛି। ସେ ଗତ ୨୪ ତାରିଖରେ ଦୁବାଇରୁ ଫେରିଥିଲେ। ସୋମବାର ତାଙ୍କର କରୋନା ପଜିଟିଭ ରିପୋର୍ଟ ଆସିଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ାରେ ଏହା ପ୍ରଥମ ଘଟଣା ହୋଇଥିବା ବେଳେ ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୦ରେ ପହଞ୍ଚିଛି।