ଆଉ ଜଣେ ପାକ୍‌ ଚରମପନ୍ଥୀଙ୍କୁ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୪।୯: ପାକିସ୍ତାନର ଆଉ ଜଣେ  ଚରମପନ୍ଥୀଙ୍କୁ ଆମେରିକା ୨ ଦିନ ତଳେ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କରିଛି। ଏହାସହ ଆମେରିକା ଉକ୍ତ ଆତଙ୍କବାଦୀଙ୍କ ଉପରେ ୫୦ ଲକ୍ଷ ଡଲାର ପୁରସ୍କାର ମଧ୍ୟ ଘୋଷଣା କରିଛି। ତେବେ ଆମେରିକା ଯାହାଙ୍କୁ ଗ୍ଲୋବାଲ୍‌ ଟେରରିଷ୍ଟ ଘୋଷଣା କରିଛି ସେ ପୂର୍ବତନ ପ୍ରଧାନମନ୍ତ୍ରୀ ବେନଜିର ଭୁଟ୍ଟୋ ହତ୍ୟା ମାମଲାରେ ସମ୍ପୃକ୍ତ ରହିବା ସହ ମଲାଲା ୟୁସୁଫଜାଇଙ୍କ ଉପରେ ହୋଇଥିବା ଆକ୍ରମଣର ମୁଖ୍ୟ ଅଭିଯୁକ୍ତ ବୋଲି ଜଣାପଡିଛି। ଏହି ଆତଙ୍କବାଦୀ ହେଉଛନ୍ତି ତେହରିକ-ଇ-ତାଲିବାନ ପାକିସ୍ତାନ(ଟିଟିପି-ପାକିସ୍ତାନ)ର ମୁଖ୍ୟ ନୁର ଓ୍ବଲି। ୨୦୦୭ରେ ସେ ନିଜର ଆତଙ୍କବାଦୀ ସଙ୍ଗଠନ ଗଠନ କରିଥିଲେ। ଆଉ ଏହି ସଙ୍ଗଠନ ଗତ ପ୍ରାୟ ୧୨ ବର୍ଷ ମଧ୍ୟରେ ବହୁ ବଡ ବଡ ଆତଙ୍କବାଦୀ ଆକ୍ରମଣ କରିସାରିଛି। ଜୁନ୍‌ ୨୦୧୮ରେ ମୁଲ୍ଲା ଫଜଲୁଲ୍ଲାହଙ୍କ ମୃତ୍ୟୁ ପରେ ନୁର ଓ୍ବଲିଙ୍କୁ ତେହରିକ-ଇ-ତାଲିବାନ ପାକିସ୍ତାନ(ଟିଟିପି-ପାକିସ୍ତାନ)ର ମୁଖ୍ୟ ପଦରେ ଅଧିଷ୍ଠିତ କରାଯାଇଥିଲା। ସୂଚନାଯୋଗ୍ୟ, କିଛିଦିନ ତଳେ ଜୈଶ-ଇ-ମହମ୍ମଦର ମୁଖ୍ୟ ମସୁଦ ଅଜହରଙ୍କୁ ମଧ୍ୟ ଗ୍ଲୋବାଲ ଟେରରିଷ୍ଟ ବୋଲି ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri