ଆଉ ଦାଦନ ଖଟିବାକୁ ନ ଯିବାକୁ ପରାମର୍ଶ

କୋକସରା,୪।୬(ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ସରପଞ୍ଚ କହ୍ନେଇ ଚରଣ ଦାସଙ୍କ ଉଦ୍ୟମରେ ଲଡୁଗାଁ ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିବା ପ୍ରବାସୀମାନେ ଏବେ ଶୃଙ୍ଖଳିତ ଜୀବନ ଯାପନ କରୁଛନ୍ତି ା ସେମାନେ ପ୍ରତିଦିନ ସକାଳୁ ହାଇସ୍କୁଲ ପରିସରକୁ ଝାଡୁ ଧରି ସଫା କରୁଛନ୍ତି। ସରପଞ୍ଚ ଦାସ ଏହି ପ୍ରବାସୀ ଶ୍ରମିକଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ସେମାନଙ୍କୁ ଆଉ ଦାଦନ ଖଟି ନ ଯିବାକୁ ପରାମର୍ଶ ଦେଉଛନ୍ତି । ରାଜ୍ୟ ସରକାର ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ହେଉ ଅବା ଅନ୍ୟ ଯୋଜନାରେ ଶ୍ରମିକ ପରିବାରକୁ କାମ ଯୋଗାଇ ଦେବା ପାଇଁ ଯୋଜନା କରିଛନ୍ତି । ଏଣୁ ନିଜ ଭିଟାମାଟି ଛାଡି ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସେ ଶ୍ରମିକମାନଙ୍କୁ ପରାମର୍ଶ ଦେଇଛନ୍ତି ା ଏନେଇ ସରପଞ୍ଚ ଦାସ କହିଛନ୍ତି, ପ୍ରବାସୀ ଶ୍ରମିକଙ୍କ ମନ ପରିବର୍ତ୍ତନ ପାଇଁ ଆମେ ସୁସମ୍ପର୍କ ସ୍ଥାପନ କରିଛୁ ା ଏହା ଏକ ଉପଯୁକ୍ତ ସମୟ, ଏଣୁ ପ୍ରବାସୀ ଶ୍ରମିକମାନେ କେମିତି ଆଗାମୀ ଦିନରେ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ନ ଯିବେ ସେଥିପାଇଁ ଆମେ ଆଲୋଚନା କରିଛୁ ା ସେମାନେ କିପରି ନିଜ ଜିଲା ଓ ପଞ୍ଚୟାତରେ କର୍ମ ସଂସ୍ଥାନ ପାଇବେ ତାହା ଉପରେ ମୁଁ ଗୁରୁତ୍ୱ ଦେଇଆସିଛି ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

୩ ବର୍ଷ ବିତିଯାଇଥିଲେ ସୁଦ୍ଧା ଧାନ ଖଳା ସମ୍ପୂର୍ଣ୍ଣ ହୋଇ ନ ଥିବାରୁ ଚାଷୀ ହଇରାଣ, ଏତେ ଲକ୍ଷ ଟଙ୍କାରେ…

କେସିଙ୍ଗା,୬।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଶିରୋଲ ଗ୍ରାମ ପଞ୍ଚାୟତରେ ଚାଷୀଙ୍କ ସୁବିଧା ପାଇ ଗତ ୨୩-୨୪ ଆର୍ଥିକ ବର୍ଷରେ ଖଳା ନିର୍ମାଣ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri