ଆଉ ଦାଦନ ଖଟିବାକୁ ନ ଯିବାକୁ ପରାମର୍ଶ

କୋକସରା,୪।୬(ଡି.ଏନ.ଏ)-କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ସରପଞ୍ଚ କହ୍ନେଇ ଚରଣ ଦାସଙ୍କ ଉଦ୍ୟମରେ ଲଡୁଗାଁ ହାଇସ୍କୁଲ କ୍ୱାରାଣ୍ଟାଇନ ସେଣ୍ଟରରେ ରହୁଥିବା ପ୍ରବାସୀମାନେ ଏବେ ଶୃଙ୍ଖଳିତ ଜୀବନ ଯାପନ କରୁଛନ୍ତି ା ସେମାନେ ପ୍ରତିଦିନ ସକାଳୁ ହାଇସ୍କୁଲ ପରିସରକୁ ଝାଡୁ ଧରି ସଫା କରୁଛନ୍ତି। ସରପଞ୍ଚ ଦାସ ଏହି ପ୍ରବାସୀ ଶ୍ରମିକଙ୍କ ସହ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ସେମାନଙ୍କୁ ଆଉ ଦାଦନ ଖଟି ନ ଯିବାକୁ ପରାମର୍ଶ ଦେଉଛନ୍ତି । ରାଜ୍ୟ ସରକାର ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ହେଉ ଅବା ଅନ୍ୟ ଯୋଜନାରେ ଶ୍ରମିକ ପରିବାରକୁ କାମ ଯୋଗାଇ ଦେବା ପାଇଁ ଯୋଜନା କରିଛନ୍ତି । ଏଣୁ ନିଜ ଭିଟାମାଟି ଛାଡି ଅନ୍ୟ ରାଜ୍ୟକୁ ନ ଯିବା ପାଇଁ ସେ ଶ୍ରମିକମାନଙ୍କୁ ପରାମର୍ଶ ଦେଇଛନ୍ତି ା ଏନେଇ ସରପଞ୍ଚ ଦାସ କହିଛନ୍ତି, ପ୍ରବାସୀ ଶ୍ରମିକଙ୍କ ମନ ପରିବର୍ତ୍ତନ ପାଇଁ ଆମେ ସୁସମ୍ପର୍କ ସ୍ଥାପନ କରିଛୁ ା ଏହା ଏକ ଉପଯୁକ୍ତ ସମୟ, ଏଣୁ ପ୍ରବାସୀ ଶ୍ରମିକମାନେ କେମିତି ଆଗାମୀ ଦିନରେ ଅନ୍ୟ ରାଜ୍ୟକୁ ଦାଦନ ଖଟିବାକୁ ନ ଯିବେ ସେଥିପାଇଁ ଆମେ ଆଲୋଚନା କରିଛୁ ା ସେମାନେ କିପରି ନିଜ ଜିଲା ଓ ପଞ୍ଚୟାତରେ କର୍ମ ସଂସ୍ଥାନ ପାଇବେ ତାହା ଉପରେ ମୁଁ ଗୁରୁତ୍ୱ ଦେଇଆସିଛି ବୋଲି ସେ କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି: ଦାଦନ ଘରେ ତାଲା

ଭବାନୀପାଟଣା,୨୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଏବେ ଦାଦନ ସମସ୍ୟା ଉତ୍କଟ ରୂପ ଧାରଣ କରିଛି। କାମ ଅନ୍ବେଷଣରେ ପ୍ରତିବର୍ଷ ଏଠାରୁ ବହୁସଂଖ୍ୟାରେ ଲୋକ ଦାଦନ...

ପ୍ରଦୀପ୍ତଙ୍କୁ ରୋକିବାକୁ ବିଜେଡିର ମହିଳା କାର୍ଡ

ଭବାନୀପାଟଣା,୨୪।୪(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ବିଧାନସଭା ଆସନ ପାଇଁ ପ୍ରମୁଖ ରାଜନୈତିକ ଦଳ ଭାଜପା, ବିଜେଡି ଓ କଂଗ୍ରେସ ସେମାନଙ୍କ ପ୍ରାର୍ଥୀ ଘୋଷଣା କରିସାରିଛନ୍ତି।...

ମତଦାନ କେନ୍ଦ୍ର ନ ହେଲେ ଭୋଟ୍‌ ବର୍ଜନ କରିବେ ଗ୍ରାମବାସୀ

କୋକସରା,୨୦ା୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସିର୍ଲିଗୁଡା ହେଉଛି ଏକ ରାଜସ୍ବ ଗ୍ରାମ। ତେବେ ଏହି ଗ୍ରାମର ଭୋଟର ପ୍ରତିବର୍ଷ...

ଅସ୍ଥିଶଲ୍ୟ ବିଭାଗରେ ଅସ୍ତ୍ରୋପଚାର ଠପ୍‌

ଭବାନୀପାଟଣା,୧୮।୪(ଉତ୍ତମ କୁମାର ଦାଶ)କଳାହାଣ୍ଡିବାସୀ ମେଡ଼ିକାଲ କଲେଜ ଆରମ୍ଭ ହେବାରୁ ଖୁସୀ ହୋଇଥିଲେ। ହେଲେ ଜିଲା ହସ୍ପିଟାଲ ଓ ଶହୀଦ ରେଣ୍ଡୋ ମାଝି ମେଡ଼ିକାଲ କଲେଜ ମଧ୍ୟରେ...

ତ୍ରିମୁଖୀ ଟକ୍କର ସମ୍ଭାବନା

ଗୋଲାମୁଣ୍ଡା,୧୭।୪(ବଟକୃଷ୍ଣ ପଣ୍ଡା):କଳାହାଣ୍ଡି ଜିଲା ଜୁନାଗଡ଼ ବିଧାନସଭା କ୍ଷେତ୍ରରେ ରାଜନୈତିକ ଉଷ୍ମତା ଦିନକୁ ଦିନ ବୃଦ୍ଧି ପାଉଛି। ଏହି ବିଧାନସଭା କ୍ଷେତ୍ର ପାଇଁ ୩ ପ୍ରମୁଖ ଦଳ...

ବିଜେଡିରୁ ଇସ୍ତଫା ଦେଲେ ଚିତ୍ତରଞ୍ଜନ

ଭବାନୀପାଟଣା/ନର୍ଲା,୧୫।୪(ଉତ୍ତମ କୁମାର ଦାଶ/ ସନ୍ତୋଷ ପାତ୍ର): ସାଧାରଣ ନିର୍ବାଚନ ପୂର୍ବରୁ କଳାହାଣ୍ଡି ବିଜେଡିକୁ ଶକ୍ତ ଧକ୍କା ଲାଗିଛି। ସୋମବାର ବିଜେଡିରୁ ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ...

ଶଙ୍ଖ ଛାଡି ପଦ୍ମ ଧରିଲେ ଶର୍ମିଷ୍ଠା

ଭବାନୀପାଟଣା,୧୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ନିକଟସ୍ଥ ସିଂଝରଣଠାରେ ରବିବାର ଭାଜପାର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଜେଡି, କଂଗ୍ରେସର ଅନେକ କାର୍ଯ୍ୟକର୍ତ୍ତା...

ଅଧିଷ୍ଠାତ୍ରୀ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ଆରମ୍ଭ

କୋକସରା,୧୫।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଠାକୁରାଣୀଙ୍କ ଚୈତ୍ରଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଗାଁ ଦାଣ୍ଡ। ସୋମବାର ସକାଳୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri