ଆଉ ଦୁଇଦିନ ଛେଚିବ, ୭ ଜିଲାକୁ ଏଲୋଓ୍ବାର୍ନିଂ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ଆରବ ସାଗରରେ ଏକ ବାତ୍ୟା ସୃଷ୍ଟି ହୋଇଛି। ବଙ୍ଗୋପସାଗରରୁ ସ୍ଥଳଭାଗ ଆଡ଼କୁ ବାୟୁ ପ୍ରବାହ ହେଉଛି। ଏହାର ପ୍ରଭାବରେ ରାଜ୍ୟର ଉପକୂଳ, ଉତ୍ତର ଓ ଆଭ୍ୟନ୍ତରୀଣ ଅଞ୍ଚଳର କେତେକ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି। ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହେଉଛି। ମଙ୍ଗଳବାର ବର୍ଷା ପରିମାଣ ବହୁମାତ୍ରାରେ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଆସନ୍ତା ୨୬ ତାରିଖ ଯାଏ ଘଡ଼ଘଡି ସହ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଆଭ୍ୟନ୍ତୀରଣ ଉତ୍ତର ଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କେନ୍ଦ୍ରାପଡ଼ା, ଭଦ୍ରକ, କଟକ, ଗଞ୍ଜାମ, ପୁରୀ, ଜଗତ୍‌ସିଂହପୁର ଏବଂ ଖୋର୍ଦ୍ଧା ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଏଲୋଓ୍ବାର୍ନିଂ ଜାରି କରିଛି। ସେହିପରି ୨୫ ତାରିଖରେ ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ଼, କଟକ, ଖୋର୍ଦ୍ଧା, କନ୍ଧମାଳ ଏବଂ ଗଞ୍ଜାମ ଜିଲାର ଅଧିକାଂଶ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ଢେଙ୍କାନାଳ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଏହି ସବୁ ଜିଲା ପାଇଁ ପାଣିପାଗ ବିଭାଗ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱରରେ ୨୯.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାବେଳେ ଚାନ୍ଦବାଲି ୩୩.୫, ପାରାଦୀପ ୧୦.୩, ଭୁବନେଶ୍ୱର ୯.୭, ଗୋପାଳପୁର ୭.୬, ବାରିପଦା ୬.୪, ଝାରସୁଗୁଡା ୨୩.୨, କେନ୍ଦୁଝର ୨.୯, ତାଳଚେର ୩୦ ଏବଂ ଭବାନୀପାଟଣାରେ ୧୦ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

‘ଅସ୍ତ୍ରବିରତି ଭୁଲ’: ପାକିସ୍ତାନରେ ଆମେରିକା ସହିତ ଆଲୋଚନା ପୂର୍ବରୁ ଇରାନ ‘ୟୁରାନିୟମ ଏନରିଚମେଣ୍ଟ’ ଉପରେ ଟାଣିଲା ରେଡଲାଇନ!

ତେହରାନ,୯।୪: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧରେ ଯୁଦ୍ଧବିରତି ପରେ, ଇରାନର ପରମାଣୁ ସଂସ୍ଥା ମୁଖ୍ୟ ମହମ୍ମଦ ଇସଲାମି ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି।…

ଭିନ୍ନକ୍ଷମ ନାବାଳିକାଙ୍କୁ ଗର୍ଭବତୀ କରି ଯୁବକ ଫେରାର ଘଟଣା, ବାହାର ରାଜ୍ୟରୁ ଅଭିଯୁକ୍ତ ଗିରଫ

ଆନନ୍ଦପୁର/ହାଟଡିହୀ,୯ା୪(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅଧିନ ଜଣେ ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର ଘଟଣା । ମୁର୍ଗାଗୋଠ ଗ୍ରାମର ସଂଖ୍ଯାଲଘୁ ସମ୍ପ୍ରଦାର ଜଣେ…

ଯୁଦ୍ଧ ବିରତି ପରେ ବି ଚାଲିଛି ଯୁଦ୍ଧ: ଲେବାନନ ଉପରେ ଆକ୍ରମଣ କଲା ଇସ୍ରାଏଲ, ଇରାନ ନେଲା ପ୍ରତିଶୋଧ

ଜେରୁଜେଲମ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ହେବାର କିଛି ଘଣ୍ଟା ପରେ, ମଧ୍ୟପ୍ରାଚ୍ୟରେ ପରିସ୍ଥିତି ପୁଣି ଖରାପ ହୋଇଗଲା। ଇସ୍ରାଏଲ ଲେବାନନ ଉପରେ ଏକ…

ହାଇଓ୍ବା ଅଟକାଇ ଡ୍ରାଇଭର-ହେଲପରଙ୍କୁ ମାରଣାସ୍ତ୍ର ଦେଖାଇ ଲୁଟିନେଲେ ଟଙ୍କା

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ବନ୍ଧପଡ଼ା ଛକରେ ରାଜନଗର ଥାନା ଅନ୍ତର୍ଗତ ବଡ଼ପଲ୍ଲୀ ଗ୍ରାମର ବିଜୁ ଓରଫ ସଞ୍ଜୟ ପ୍ରଧାନ, ଠାକୁରପାଟଣା ଗ୍ରାମର ଅଙ୍କୁଶ ଜେନା…

ସିଜିମାଳି ଅଞ୍ଚଳରେ ଆଦିବାସୀମାନଙ୍କ ଉପରେ ଦମନ, ବିରୋଧ କରି ସିପିଆଇର ବିକ୍ଷୋଭ

ଜୟପୁର,୯ା୪(ପବନ ପାଣିଗ୍ରାହୀ): ବେଦାନ୍ତ ପାଇଁ ରାୟଗଡ଼ା ଜିଲା କାଶୀପୁର ଅଞ୍ଚଳ ଅଶାନ୍ତ ହୋଇପଡିଛି । ଗତ ସାତ ତାରିଖ ରାତି ଦୁଇଟାରେ ରାୟଗଡ଼ା ଜିଲା କାଶୀପୁର ବ୍ଲକ…

ନିର୍ବାଚିତ ନହୋଇ ବିଧାୟକ ହେବେ ସୁନେତ୍ରା ପାୱାର, ନାମାଙ୍କନ ପ୍ରତ୍ୟାହାରର ୧ ଘଣ୍ଟା ପୂର୍ବରୁ ମତ ବଦଳାଇଲା କଂଗ୍ରେସ

ମୁମ୍ବାଇ,୯।୪: ବର୍ତ୍ତମାନ ଏହା ପ୍ରାୟ ନିଶ୍ଚିତ ଯେ ମହାରାଷ୍ଟ୍ରର ବାରାମତୀ ବିଧାନସଭା ଆସନରୁ ସ୍ବର୍ଗତ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ବିଧାୟକ ହେବେ।…

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri