ଆଉ ମାସେ ବଢିବ ଲକ୍‌ଡାଉନ!

ନୂଆଦିଲ୍ଲୀ,୨୭।୪: କରୋନା ଭାଇରସ ସଂକ୍ରମଣ ରୋକିବାକୁ ଦେଶରେ ଚାଲିଥିବା ଲକ୍‌ଡାଉନ ୨.୦ର ଅବଧି ପୂରଣ ହେବାକୁ ଆଉ ମାତ୍ର ୬ ଦିନ ବାକି ରହିଛି। ଇତିମଧ୍ୟରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇଛନ୍ତି। ଏହି ଆଲୋଚନାରେ କିଛି ରାଜ୍ୟର ମୁଖ୍ୟମନ୍ତ୍ରୀ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲକ୍‌ଡାଉନ ଅବଧିକୁ ଆଉ ମାନେ ବୃଦ୍ଧି କରିବାକୁ ଦାବି କରିଥିବା ଜଣାପଡିଛି। ନବୀନଙ୍କ ନିକଟରେ ଉପସ୍ଥିତ ଥିବା ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଗୋଆ ମୁଖ୍ୟମନ୍ତ୍ରୀ ପ୍ରମୋଦ ସାଓ୍ବନ୍ତ କହିଛନ୍ତି ଲକ୍‌ଡାଉନ ଅବଧିକୁ ବୃଦ୍ଧି କରାଯାଉ ହେଲେ ବାଣିଜି୍ୟକ କାରବାରରେ କିଛିଟା କୋହଳ କରାଯାଉ। ସେହିପରି ମେଘାଳୟ ମୁଖ୍ୟମନ୍ତ୍ରୀ ମଧ୍ୟ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିବାକୁ ପ୍ରସ୍ତାବ ଦେଇନ୍ତି। ପାଖାପାଖି ୧୦ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ଏହି ପ୍ରସ୍ତାବ ଦେଇଥିବା ବେଳେ କେତେଜଣ କହିଛନ୍ତି ସଂକ୍ରମିତ ହାରକୁ ନେଇ ରେଡ୍‌ ଜୋନ୍‌, ଏଲୋ ଜୋନ୍‌ ଓ ଗ୍ରୀନ୍‌ ଜୋନ୍‌ରେ ବିଭିନ୍ନ ଅଞ୍ଚଳକୁ ବିଭକ୍ତ କରାଯିବା ପରେ ସେହି ଅନୁଯାୟୀ ଲକ୍‌ଡାଉନ ନିୟମରେ କୋହଳ କରାଯାଉ। ଆଉ କେତେଜଣ ମୁଖ୍ୟମନ୍ତ୍ରୀ ଏହି ଆଲୋଚନାରେ ନିଜ ନିଜ ରାଜ୍ୟର କରୋନା ସଂକ୍ରମଣ ସ୍ଥିତି ଉପରେ ଆଲୋଚନା କରିବା ସହ ଟେଷ୍ଟିଂ ଉପରେ ମଧ୍ୟ ଗୁରୁତ୍ୱ ଦେବାକୁ ପ୍ରସ୍ତାବ ଦେଇଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଆଲୋଚନା ପରେ ୨-୩ ଦିନ ମଧ୍ୟ ଏହାକୁ ନେଇ ରଣନୀତି ପ୍ରସ୍ତୁତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଏତ ସପ୍ତାହର ଶେଷ ବେଳକୁ ପୁଣିଥରେ ଦେଶବାସୀଙ୍କୁ ସମ୍ବୋଧନ କରିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

ଏସବୁ କରିବା ବଳାତ୍କାର ଉଦ୍ୟମ: ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ରଦ୍ଦ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୮ା୨: ନାବାଳିକା ଯୌନ ନିର୍ଯାତନା ମାମଲାରେ ଆଲ୍ଲାହାବାଦ ହାଇକୋର୍ଟଙ୍କ ଏକ ବିବାଦୀୟ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ ରଦ୍ଦ କରିଦେଇଛନ୍ତି। ଜଣେ ୧୧ ବର୍ଷର ଶିଶୁ କନ୍ୟାର ସମ୍ବେଦନଶୀଳ ଅଙ୍ଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri