ଆଉ ୨୦ ଏୟାରପୋର୍ଟରେ ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧକ

ଭୁବନେଶ୍ୱର, ୪ା୯(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜନ୍ମବାର୍ଷିକୀ ପରିପ୍ରେକ୍ଷୀରେ କେନ୍ଦ୍ର ସରକାର ଏକକ ବ୍ୟବହୃତ ପ୍ଲାଷ୍ଟିକକୁ ନିଷିଦ୍ଧକୁ ଜୋର ଦେଉଛନ୍ତି। ବିଭିନ୍ନ ସରକାରୀ କାର୍ଯ୍ୟାଳୟ, ରେଲଓ୍ବେ ଷ୍ଟେଶନ, ଏୟାରପୋର୍ଟ ଆଦି ପ୍ରମୁଖ ସ୍ଥାନରେ ଏହାକୁ ନିଷିଦ୍ଧ କରିବାକୁ କାର୍ଯ୍ୟ ଆରମ୍ଭ ହୋଇସାରିଛି। ଅନେକ ରେଳ ଷ୍ଟେଶନରେ ଏବେ ଏକକ ବ୍ୟବହୃତ ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧକ ଲାଗି ସାରିଲାଣି। ଏହି ପ୍ରକ୍ରିୟାରେ ବିମାନ ବନ୍ଦରଗୁଡିକ ଖୁବ ସକ୍ରିୟ ରହିଛନ୍ତି। ପୂର୍ବରୁ ଦେଶର ୩୫ଟି ବିମାନ ବନ୍ଦରରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ଉପରେ ପ୍ରତିବନ୍ଧକ ଲାଗିସାରିଛି। ମଙ୍ଗଳବାର ଆହୁରି ୨୦ଟି ବିମାନ ବନ୍ଦର ଏହି ସ୍ବୀକୃତି ହାସଲ କରିଛନ୍ତି। ଏ ସଂପର୍କରେ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହି ବିମାନ ବନ୍ଦରଗୁଡିକ ହେଉଛି ପ୍ରୟାଗରାଜ (ଆଲ୍ଲହାବାଦ), ଔରଙ୍ଗାବାଦ, ବେଲଗାଓଁ, ଭୂଜ, ଦିବ୍ରୁଗଡ, ଦୀମାପୁର, ଗୟା, ଗୋରଖପୁର, ଜବଲପୁର, ଜାମନଗର, ଯୋଧପୁର, ଜୋରହାଟ, କାଙ୍ଗ୍ରା, ଖଜୁରାହୋ, ଲେହ, ରାଜାମନ୍ଦ୍ରୀ, ରାଜକୋଟ, ସିଲଚାର, ସୁରତ ଓ ଟୁଟିକୋରିନ। ସୂଚନାଯୋଗ୍ୟ ଭୁବନେଶ୍ୱର ଏୟାରପୋର୍ଟ ପ୍ରଥମ ପର୍ଯ୍ୟାୟରେ ଏକକ ବ୍ୟବହୃତ ପ୍ଲାଷ୍ଟିକ ନିଷିଦ୍ଧ ବୋଲି ସ୍ବୀକୃତି ପାଇସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

ବାଂଲାଦେଶର ନୂଆ ପ୍ରଧାନମନ୍ତ୍ରୀ ରହମାନ ଭାରତକୁ ନେଇ କଲେ ବଡ଼ ଘୋଷଣା, ୟୁନୁସଙ୍କୁ ଶକ୍ତ ଝଟ୍‌କା

ଢାକା,୨୦।୨: ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ତାରିକ ରହମାନ ଭାରତ ସହିତ ସମ୍ପର୍କ ଉନ୍ନତ କରିବା ପାଇଁ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଶୁକ୍ରବାର ଦିଲ୍ଲୀରେ ଥିବା ବାଂଲାଦେଶ…

ବଡ଼ ଘୋଷଣା: ଚଳିତ ବଜେଟରେ ବାହାର ଅତିଥିଙ୍କୁ ଖୁସି କରିଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୨: ଶୁକ୍ରବାର ଓଡ଼ିଶା ବିଧାନସଭାରେ ଉପସ୍ଥାପିତ ହେଉଛି ବଜେଟ ୨୦୨୬-୨୭ । ଚଳିତ ଥର ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଜେଟ ଉପସ୍ଥାପନ କରୁଛନ୍ତି। ଗତ…

BA ପାସ୍‌ କଲେ ଝିଅଙ୍କୁ ମିଳିବ ୧ ଲକ୍ଷ ୧ ଟଙ୍କା: ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆଥିକ ବର୍ଷ ପାଇଁ ବଜେଟ୍‌ ଉପସ୍ଥାପନ କରିଛନ୍ତି । ବଜେଟ୍‌ରେ ମୁଖ୍ୟମନ୍ତ୍ରୀ କନ୍ୟା ସୁମଙ୍ଗଳ ଯୋଜନା…

୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ପିଇଓ

କଟକ,୨୦।୨: କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ବ୍ଲକର ଜଣେ ମେକାନିକଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଜଣେ ପଞ୍ଚାୟତ ଅଧିକାରୀ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି।…

ଆସିବ ସମୃଦ୍ଧ ଅଙ୍ଗନବାଡ଼ି ଯୋଜନା: ବଜେଟରେ ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri