ଆଉ ୨୪ ଘଣ୍ଟା ବର୍ଷା: ୧୦ରୁ ବଢ଼ିବ ଶୀତ

ଭୁବନେଶ୍ୱର, ୯ା୨ (ବ୍ୟୁରୋ): କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଦେହ ମୁଣ୍ଡ ଥରେଇ ଦେଉଛି। ଦିନରେ ମଧ୍ୟ ଶୀତରୁ ତ୍ରାହି ମିଳୁ ନାହିଁ। ବର୍ଷା ସହିତ ଥଣ୍ଡା ପବନ ବାଜିବା ମାତ୍ରେ ଦେହ ମୁଣ୍ଡ କାଲୁଆ ହୋଇଯାଉଛି। ଉପକୂଳ ଠାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ସବୁଠି ବର୍ଷା ସାଙ୍ଗକୁ ଦେହଥରା ଶୀତ ଜାରି ରହିଛି। ଗତ ଦୁଇ ତିନିଦିନ ହେବ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି।

ଦକ୍ଷିଣ ତାମିଲନାଡୁରୁ ଛତିଶଗଡ଼ ଓ ବିଦର୍ଭ ମଧ୍ୟରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏଥିସହିତ ବିହାର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବିଭିନ୍ନ ଭାଗରେ ବର୍ଷା ସାଙ୍ଗକୁ ଥଣ୍ଡା ବାୟୁ ପ୍ରବାହ ହେବ ବୋଲି ସତର୍କ କରାଯାଇଛି । ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ପୁରୀ ଏବଂ କନ୍ଧମାଳ ଜିଲାରେ ବର୍ଷା ହେବା ସହ ୩୦ରୁ ୪୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ଏହି ସମୟରେ ଦିନ ଓ ରାତ୍ରିର ତାପମାତ୍ରାରେ ୫ରୁ ୬ ଡିିଗ୍ରୀ ସେଲ୍‌ସିୟସ ହ୍ରାସ ପାଇବା ସମ୍ଭାବନା ରହିଛି। ଏପରି କି କେତେକ ସ୍ଥାନରେ ପ୍ରବଳ ଶୀତଲହରି ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ସୋନପୁର ଏବଂ ବଲାଙ୍ଗୀର ଜିଲାରେ ପ୍ରବଳ କୁହୁଡ଼ି ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ଛାଡ଼ିଯିବା ପରେ ୧୦ ତାରିଖରୁ ଶୀତର ପ୍ରକୋପ ବଢ଼ିବ । ବିଶେଷ କରି ଅନୁଗୋଳ, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ଶୀତଲହରି ସାଙ୍ଗକୁ ପ୍ରବଳ କୁହୁଡି ହେବ। ପରିସ୍ଥିତି ପ୍ରତି ନଜର ରଖିବାକୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ଦାଉରୁ ମୁଗ ବିରି ଓ ପନିପରିବା ଫସଲକୁ କିପରି ସୁରକ୍ଷିତ ରଖାଯାଇ ପାରିବ ସେ ନେଇ ମଧ୍ୟ ପରାମର୍ଶ ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ରେଢ଼ାଖୋଲରେ ସର୍ବାଧିକ ୬ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ ବିନିକା ୫, ସମ୍ବଲପୁର ୪, ବିଜେପୁର ୪, ବରଗଡ଼, ଡୁଙ୍ଗୁରିପାଲିରେ ୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀରରେ ୩୩ ମିଲିମିଟର ବର୍ଷା ହୋଇଥିବା ବେଳେ ବାଲେଶ୍ୱର ୧୦, ଭୁବନେଶ୍ୱର ୯.୩, ପୁରୀ ୭, ଅନୁଗୋଳ ୬, ଝାରସୁଗୁଡା ୯.୩, କେନ୍ଦୁଝର ୧୬.୩, ସମ୍ବଲପୁର ୨୪, ସୁନ୍ଦରଗଡ଼ ୧୦, ହୀରାକୁଦ ୨୧.୨, ତାଳଚେର ୮, ନୟାଗଡ ୧୫.୨ ଏବଂ ବୌଦ୍ଧରେ ୧୫.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri