ଆଉ ୨୪ ଘଣ୍ଟା ବର୍ଷା: ୧୦ରୁ ବଢ଼ିବ ଶୀତ

ଭୁବନେଶ୍ୱର, ୯ା୨ (ବ୍ୟୁରୋ): କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ଦେହ ମୁଣ୍ଡ ଥରେଇ ଦେଉଛି। ଦିନରେ ମଧ୍ୟ ଶୀତରୁ ତ୍ରାହି ମିଳୁ ନାହିଁ। ବର୍ଷା ସହିତ ଥଣ୍ଡା ପବନ ବାଜିବା ମାତ୍ରେ ଦେହ ମୁଣ୍ଡ କାଲୁଆ ହୋଇଯାଉଛି। ଉପକୂଳ ଠାରୁ ଆରମ୍ଭ କରି ଆଭ୍ୟନ୍ତରୀଣ ସବୁଠି ବର୍ଷା ସାଙ୍ଗକୁ ଦେହଥରା ଶୀତ ଜାରି ରହିଛି। ଗତ ଦୁଇ ତିନିଦିନ ହେବ ରାଜ୍ୟରେ କୋହଲା ପାଗ ସାଙ୍ଗକୁ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଛି।

ଦକ୍ଷିଣ ତାମିଲନାଡୁରୁ ଛତିଶଗଡ଼ ଓ ବିଦର୍ଭ ମଧ୍ୟରେ ଏକ ଟ୍ରପ୍‌ ଲାଇନ ସୃଷ୍ଟି ହୋଇଛି। ଏଥିସହିତ ବିହାର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ବିଭିନ୍ନ ଭାଗରେ ବର୍ଷା ସାଙ୍ଗକୁ ଥଣ୍ଡା ବାୟୁ ପ୍ରବାହ ହେବ ବୋଲି ସତର୍କ କରାଯାଇଛି । ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଖୋର୍ଦ୍ଧା, ଗଞ୍ଜାମ, ପୁରୀ ଏବଂ କନ୍ଧମାଳ ଜିଲାରେ ବର୍ଷା ହେବା ସହ ୩୦ରୁ ୪୦ କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି।

ଏହି ସମୟରେ ଦିନ ଓ ରାତ୍ରିର ତାପମାତ୍ରାରେ ୫ରୁ ୬ ଡିିଗ୍ରୀ ସେଲ୍‌ସିୟସ ହ୍ରାସ ପାଇବା ସମ୍ଭାବନା ରହିଛି। ଏପରି କି କେତେକ ସ୍ଥାନରେ ପ୍ରବଳ ଶୀତଲହରି ହେବ ବୋଲି ସତର୍କ ସୂଚନା ଜାରି କରାଯାଇଛି। ଏଥିସହିତ ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, ସୋନପୁର ଏବଂ ବଲାଙ୍ଗୀର ଜିଲାରେ ପ୍ରବଳ କୁହୁଡ଼ି ହେବ ବୋଲି ଅନୁମାନ କରାଯାଇଛି। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏଲୋଓ୍ବାର୍ନିଂ ଜାରି କରାଯାଇଛି। ବର୍ଷା ଛାଡ଼ିଯିବା ପରେ ୧୦ ତାରିଖରୁ ଶୀତର ପ୍ରକୋପ ବଢ଼ିବ । ବିଶେଷ କରି ଅନୁଗୋଳ, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲାର କେତେକ ସ୍ଥାନରେ ଶୀତଲହରି ସାଙ୍ଗକୁ ପ୍ରବଳ କୁହୁଡି ହେବ। ପରିସ୍ଥିତି ପ୍ରତି ନଜର ରଖିବାକୁ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବର୍ଷା ଦାଉରୁ ମୁଗ ବିରି ଓ ପନିପରିବା ଫସଲକୁ କିପରି ସୁରକ୍ଷିତ ରଖାଯାଇ ପାରିବ ସେ ନେଇ ମଧ୍ୟ ପରାମର୍ଶ ଦିଆଯାଇଛି।

ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ରେଢ଼ାଖୋଲରେ ସର୍ବାଧିକ ୬ ସେଣ୍ଟିମିଟର ବର୍ଷା ହୋଇଥିବା ବେଳେ ବିନିକା ୫, ସମ୍ବଲପୁର ୪, ବିଜେପୁର ୪, ବରଗଡ଼, ଡୁଙ୍ଗୁରିପାଲିରେ ୪ ସେଣ୍ଟିମିଟର ବର୍ଷା ରେକର୍ଡ କରାଯାଇଛି। ସେହିପରି ବଲାଙ୍ଗୀରରେ ୩୩ ମିଲିମିଟର ବର୍ଷା ହୋଇଥିବା ବେଳେ ବାଲେଶ୍ୱର ୧୦, ଭୁବନେଶ୍ୱର ୯.୩, ପୁରୀ ୭, ଅନୁଗୋଳ ୬, ଝାରସୁଗୁଡା ୯.୩, କେନ୍ଦୁଝର ୧୬.୩, ସମ୍ବଲପୁର ୨୪, ସୁନ୍ଦରଗଡ଼ ୧୦, ହୀରାକୁଦ ୨୧.୨, ତାଳଚେର ୮, ନୟାଗଡ ୧୫.୨ ଏବଂ ବୌଦ୍ଧରେ ୧୫.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri