ଆଉ ୨ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୩୭୭କୁ ବୃଦ୍ଧି

ଭୁବନେଶ୍ୱର,୧୪ା୧୧(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୩୭୭କୁ ବୃଦ୍ଧି ପାଇଥିବା ଜଣାପଡ଼ିଛି।

ଆଜି ଢେଙ୍କାନାଳରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଜଗତସିଂହପୁରରୁ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟ ୧୦,୪୫,୪୭୧ରେ ପହଞ୍ଚିଥିବାବେଳେ ୧୦,୩୪,୩୦୦ଜଣ ସୁସ୍ଥ ହୋଇଛନ୍ତି। ୨୭୪୧ ଜଣ ଚିକିିତ୍ସିତ ହେଉଛନ୍ତି। ମୃତ୍ୟୁସଂଖ୍ୟା ୮୩୭୭କୁ ବୃଦ୍ଧି ପାଇଛି।