ଆଉ ୩ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କଲେ ରାଜ୍ୟ ସରକାର: ବାଲେଶ୍ୱରର ୨, ଭଦ୍ରକର ଜଣେ

ଭୁବନେଶ୍ୱର,୨୫ା୪(ବ୍ୟୁରୋ) : ରାଜ୍ୟ ସରକାର ଶନିବାର ସନ୍ଧ୍ୟାରେ  ଆଉ ୩ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ କରିଛନ୍ତି। କିଛି ସମୟ ପୂର୍ବରୁ ୪ ଆକ୍ରାନ୍ତଙ୍କ ଟ୍ରାଭେଲ୍‌ ହିଷ୍ଟ୍ରି ପ୍ରକାଶ ପାଇଥିବା ବେଳେ ବର୍ତ୍ତମାନ ଆଉ ୩ ଜଣଙ୍କ ଟ୍ରାଭେଲ ହିଷ୍ଟ୍ରି ପ୍ରକାଶ ପାଇଛି।


ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଜରିଆରେ କୁହାଯାଇଛି ଯେ, ରାଜ୍ୟର ୮୮ ନଂ. କରୋନା ଆକ୍ରାନ୍ତ ବାଲେଶ୍ୱର ଜିଲା ନେଳିଆବାଗର ୩୬ ବର୍ଷୀୟ ଯୁବକ ଏବଂ ୮୯ ନଂ ଆକ୍ରାନ୍ତ ଜଣେ ୫୫ ବର୍ଷୀୟା ମହିଳା। ଏମାନେ ୬୧ ନମ୍ବର କରୋନା ଆକ୍ରାନ୍ତଙ୍କ ସଂପର୍କୀୟ ଅଟନ୍ତି। ସେମାନେ ମାର୍ଚ୍ଚ ୨୨ରେ ଲକ୍‌ଡାଉନ ଆରମ୍ଭ ହେବା ପରଠାରୁ ବାହାରକୁ ଯାଇ ନ ଥିଲେ। ଏପ୍ରିଲ ୨୩ରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ତାଙ୍କୁ କଟକସ୍ଥିତ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।


ସେହିପରି ୯୦ ନଂ ଆକ୍ରାନ୍ତ ଜଣେ ୪୩ ବର୍ଷୀୟ ବ୍ୟକ୍ତି। ସେ କୋଲକାତା ଫେରନ୍ତା। ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅନ୍ତର୍ଗତ ବ୍ରାହ୍ମଣୀଶାସନ ଗାଁର। ସେ କୋଲକାତାର ଖରିଦପୁରଠାରୁ ଏପ୍ରିଲ ୧୬ ସକାଳ ୯ଟାରେ ବାହାରିଥିଲେ। ଅପରାହ୍ନ ୧ଟାରେ ଗାଁରେ ପହଞ୍ଚିଥିଲେ। ସେ ଏପ୍ରିଲ ୧୬ରୁ ୨୦ ଯାଏ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ଏପ୍ରିଲ ୨୧ରୁ ୨୩ ପର୍ଯ୍ୟନ୍ତ ସରକାରୀ କ୍ୱାରାଣ୍ଟାଇନରେ ରହିଥିଲେ। ଏପ୍ରିଲ ୨୩ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ଏପ୍ରିଲ ୨୪ରେ ତାଙ୍କୁ କଟକସ୍ଥିତ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଜନସାଧାରଣଙ୍କ ପାଇଁ ଖରାପ ଖବର: ସାବୁନ ଠାରୁ ତେଲ ପର୍ଯ୍ୟନ୍ତ ସବୁକିଛି ହେବ ମହଙ୍ଗା! ଜାଣନ୍ତୁ କେତେ ବୃଦ୍ଧି ପାଇବ…

ନୂଆଦିଲ୍ଲୀ,୩।୪: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଯୋଗୁ ଆର୍ଥିକ ଚାପ ବୃଦ୍ଧି ପାଇଛି ଏବଂ ମୁଦ୍ରାସ୍ଫୀତି ଏହାର ପ୍ରଭାବ ପକାଇବା ଆରମ୍ଭ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri