ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ କରୋନା ପଜିଟିଭ ସଂଖ୍ୟା ୭୯ ଛୁଇଁଲା

ଭୁବନେଶ୍ୱର, ୨୧।୪(ବ୍ୟୁରୋ): ରାଜ୍ୟରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଏବେ କରୋନା ପଜିଟିଭଙ୍କ ସଂଖ୍ୟା ୭୯ରେ ପହଞ୍ଚିଛି। ସେପଟେ ଆଉ ଜଣେ ରୋଗୀ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୋଟ ୭୯ ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ୫୩ଜଣ ଚିକିତ୍ସିତ ହେଉଥିବା ବେଳେ ୨୫ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି।