ଆଉ ୫ ବର୍ଷରେ ଆର୍ଥିକ ସଂସ୍କାର ସାରିବାକୁ ହେବ: ପାନଗାରିୟା

ନ୍ୟୁୟର୍କ,୨୨-୪: ଭାରତରେ ଭାରି ମାତ୍ରାରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ହେଲେ ଗଭୀର ଶ୍ରମ ବିକାଶ ପ୍ରତି ଧ୍ୟାନ ଦେବାକୁ ହେବ। ସରକାରୀ ବ୍ୟାଙ୍କଗୁଡ଼ିକର ଘରୋଇକରଣ କରିବା ସହିତ ଆଗାମୀ ୫ ବର୍ଷ ମଧ୍ୟରେ ଆର୍ଥିକ ସଂସ୍କାର ପ୍ରକ୍ରିୟାକୁ ପୂର୍ଣ୍ଣ କରିବାକୁ ହେବ ବୋଲି ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ଅରବିନ୍ଦ ପାନଗାରିୟା କହିଛନ୍ତି। ୨୦୧୫ ଜାନୁୟାରୀରୁ ୨୦୧୭ ଅଗଷ୍ଟ ପର୍ଯ୍ୟନ୍ତ ନୀତି ଆୟୋଗର ଉପାଧ୍ୟକ୍ଷ ରହିଥିବା ପାନଗାରିୟାଙ୍କୁ ସାଧାରଣ ନିର୍ବାଚନ ପରେ ଭାରତରେ ନୂଆ ସରକାରଙ୍କ ପ୍ରାଥମିକତା କ’ଣ ହେବା ଉଚିତ୍‌ ବୋଲି ପ୍ରଶ୍ନ ହେବାରୁ ସେ ଉକ୍ତ ମନ୍ତବ୍ୟ ଦେଇଛନ୍ତି। କଲମ୍ବିଆ ବିଶ୍ୱବିଦ୍ୟାଳୟରେ ରାଜ ସେଣ୍ଟର ଅନ୍‌ ଇଣ୍ଡିଆନ ଇକୋନୋମିକ ପଲିସିଜରେ ନିର୍ଦ୍ଦେଶକ ରହିଥିବା ପାନଗାରିୟା କହିଛନ୍ତି ଯେ, ବ୍ୟକ୍ତିଗତ ଭାବେ ତାଙ୍କର ମତହେଉଛି, ଭାରତକୁ ଆସନ୍ତା ୫ ବର୍ଷ ମଧ୍ୟରେ ଆର୍ଥିକ ସଂସ୍କାର କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ଉଚିତ୍‌ ହେବ। ସୂଚନାଥାଉ କି, କଲମ୍ବିଆ ବିଶ୍ୱବିଦ୍ୟାଳୟର ସ୍କୁଲ ଅଫ୍‌ ଇଣ୍ଟରନ୍ୟାସନାଲ ଆଣ୍ଡ ପବ୍ଲିକ ଆଫେୟାର୍ସରେ ଦୀପକ ଏବଂ ନୀରଜ ରାଜ ସେଣ୍ଟର ନୀତି ନିଷ୍ପତ୍ତି ସମ୍ପର୍କରେ ସୂଚନା ପ୍ରଦାନ କରିବା ତଥା ଗବେଷଣା କରିବା ଏବଂ ନିଜର ବିଶେଷଜ୍ଞତା ପ୍ରଦାନ ପାଇଁ ପ୍ରସିଦ୍ଧ। ଏହି ଭାରତର ସମୃଦ୍ଧି ବୃଦ୍ଧିରେ ସହାୟତା କରିବା ସହ ବିଶ୍ୱ ଅର୍ଥନୀତିରେ ଭାରତର ଭୂମିକା ନିର୍ଦ୍ଧାରଣ କରିଥାଏ। ପ୍ରାଥମିକ କ୍ଷେତ୍ର ଗୁଡ଼ିକ ଉପରେ ମାର୍ଗଦର୍ଶନ କରି ପାନଗାରିୟା କହିଛନ୍ତି ଯେ, ଭାରତକୁ ଅଧିକ ମାତ୍ରାରେ ନିଯୁକ୍ତି ସୃଷ୍ଟି କରିବା ଲାଗି ବିଶେଷ କରି ଶ୍ରମ ସୃଷ୍ଟିକାରୀ କ୍ଷେତ୍ର ଯେପରିକି ଆପାରେଲ, ଫୁଟ୍‌ଓ୍ବିୟର, ଫର୍ନିଚର, କିଚେନଓ୍ବେୟାର ଏବଂ ଅନ୍ୟ ଲାଇଟ ମ୍ୟାନୁଫାକଚରିଂ ପ୍ରତି ଧ୍ୟାନ ଦେବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ଆମେରିକା-ଇରାନ ଯୁଦ୍ଧବିରତି ଭିତରେ ଭାରତର ବଲ୍ଲେବଲ୍ଲେ, ମିଳିଲା ବଡ଼ ଅଫର୍‌

ନୂଆଦିଲ୍ଲୀ,୮।୪: ଗତ କିଛି ସପ୍ତାହ ଧରି, ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ସମଗ୍ର ବିଶ୍ୱକୁ ଏବଂ ଭାରତୀୟ ବଜାରକୁ ନିଶ୍ୱାସ ନେବାରେ ବାଧ୍ୟ…

ଯୁଦ୍ଧବିରତି ଭିତରେ ହଠାତ୍‌ ଖସିଲା ତେଲଦର, ଜାଣନ୍ତୁ ନୂଆ ପେଟ୍ରୋଲ ରେଟ୍‌

ନୂଆଦିଲ୍ଲୀ,୮ା୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ ବୁଧବାର (୮ ଏପ୍ରିଲ) ସେୟାର ମାର୍କେଟ୍‌ରେ ବଡ଼ ବୃଦ୍ଧି ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri