ଆକସ୍ମିକ ଯୁଦ୍ଧର ସଙ୍କେତ ଦେଲା ପାକ୍‌

ଜେନେଭା,୧୩-୯ (ଆଇଏଏନ୍‌ଏସ୍‌):ଭାରତକୁ ଆଣବିକ ଯୁଦ୍ଧାସ୍ତ୍ରର ଭୟ ଦେଖାଉଥିବା ପାକିସ୍ତାନ ଏବେ ‘ଆକସ୍ମିକ ଯୁଦ୍ଧ’ର ସଙ୍କେତ ଦେଇଛି। କଶ୍ମୀର ପ୍ରସଙ୍ଗରେ ଭାରତ ସହ ଯୁଦ୍ଧର ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ ବୋଲି ପାକିସ୍ତାନ ବହିର୍ବ୍ୟାପାର ମନ୍ତ୍ରୀ ଶାହ ମେହମୁଦ୍‌ କୁରେଶୀ କହିଛନ୍ତି।
ସ୍ବିଜରଲାଣ୍ଡର ଜେନେଭାରେ ଚାଲିଥିବା ଜାତିସଂଘ ମାନବାଧିକାର ପରିଷଦ (ୟୁଏନ୍‌ଏଚ୍‌ଆର୍‌ସି) ସମ୍ମିଳନୀରେ ଯୋଗଦେବା ପରେ ଇସ୍‌ଲାମାବାଦ ଫେରିବା ପୂର୍ବରୁ ଗଣମାଧ୍ୟମକୁ କୁରେଶୀ କହିଛନ୍ତି, କଶ୍ମୀରକୁ ନେଇ ଭାରତ ସହ ହଠାତ୍‌ ଯୁଦ୍ଧ ହୋଇପାରେ। ଉଭୟ ଭାରତ ଓ ପାକିସ୍ତାନ ଯୁଦ୍ଧର ପରିଣାମକୁ ହୃଦୟଙ୍ଗମ କରିଛନ୍ତି। କିନ୍ତୁ କ୍ରମବର୍ଦ୍ଧିଷ୍ଣୁ ଉତ୍ତେଜନାକୁ ଦେଖିଲେ ଯୁଦ୍ଧ ଆଶଙ୍କାକୁ ଏଡ଼ାଇ ହେଉନାହିଁ। ସବୁକିଛି ଏପରି ଚାଲିଲେ କିଛି ବି ଘଟିପାରେ ବୋଲି କହିଛନ୍ତି। ନୂଆଦିଲ୍ଲୀର ମାନସିକତା ଦ୍ୱିପାକ୍ଷିକ ଆଲୋଚନା ସପକ୍ଷରେ ନାହିଁ। ତେଣୁ ଉତ୍ତେଜନା ହ୍ରାସ ପାଇଁ ତୃତୀୟ ପକ୍ଷର ହସ୍ତକ୍ଷେପ ଆବଶ୍ୟକ। ଏଥିଲାଗି ସେ ଉଭୟ ଭାରତ ଓ ପାକିସ୍ତାନ ପଟର ‘ଅଶାନ୍ତ ଅଞ୍ଚଳ’କୁ ପରିଦର୍ଶନ ପାଇଁ ଜାତିସଂଘ ମାନବାଧିକାର ହାଇକମିଶନର ମିଶେଲ ବାଚେଲେଟଙ୍କୁ ଅନୁରୋଧ କରିଛନ୍ତି। ଏହାସହ କଶ୍ମୀରର ସ୍ଥିତି ସମ୍ପର୍କରେ ଅନ୍ତର୍ଜାତୀୟ ତଦନ୍ତ ପାଇଁ ସେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ଶାନ୍ତି ଆଲୋଚନାରେ ଏହି ମୁଖ୍ୟ ପ୍ରସଙ୍ଗ ରଖିବ ଇରାନ, ବିଦେଶରେ ଅଟକି ଥିବା…

ତେହରାନ,୨୧ା୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri