Categories: ଜାତୀୟ

ଆକାଶ ମାର୍ଗରୁ ବୁଲ୍‌ବୁଲ୍‌ କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ମମତା

କୋଲକାତା,୧୧।୧୧: ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ପଶ୍ଚିମବଙ୍ଗର ଅଧିକାଂଶ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଛି। ଏଥିରେ ପ୍ରାୟ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଲକ୍ଷାଧିକ ଲୋକ ବାସଶୂନ୍ୟ ହୋଇପଡିଛନ୍ତି। ଏହାସହ ହେକ୍ଟର ହେକ୍ଟର ଚାଷ ମଧ୍ୟ ନଷ୍ଟ ହୋଇଯାଇଛି। ସୋମବାର ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆକାଶ ମାର୍ଗରୁ ଏହିସବୁ ଅଞ୍ଚଳ ପରିଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ, ବାତ୍ୟା ‘ବୁଲ୍‌ବୁଲ୍‌’ ଶନିବାର ରାତି ପ୍ରାୟ ୧୧ଟାରେ ପଶ୍ଚିମବଙ୍ଗ ୨୪ପ୍ରଗଣା ଜିଲାର ସାଗରଦ୍ୱୀପ ଏବଂ ବାଂଲାଦେଶର ଖେପପୁରା ମଧ୍ୟରେ ସ୍ଥଳଭାଗ ଛୁଇଁଥିଲା। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୫ରୁ ୧୨୫ କିଲୋମିଟର ରହିଥିଲା ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ସୂଚନା ମିଳଥିଲା। ଲ୍ୟାଣ୍ଡଫଲ ସମୟରେ ପ୍ରବଳ ବର୍ଷା ମଧ୍ୟ ହୋଇଥିଲା। ଦୀର୍ଘ ୨ଘଣ୍ଟା ଧରି ‘ବୁଲ୍‌ବୁଲ୍‌’ ତାଣ୍ଡବ ରଚିବା ପରେ ଏହା ସୁନ୍ଦରବନ ଦେଇ ଉତ୍ତରପଶ୍ଚିମ ଦିଗ ଆଡ଼କୁ ଗତି କରିଥିଲା। ବାତ୍ୟାର ପ୍ରଭାବରେ ବହୁ ଗଛବୃକ୍ଷ ନଷ୍ଟ ହୋଇଯିବା ସହ ବିଦ୍ୟୁତ୍‌ ଖୁଣ୍ଟି, ଟିଣ ଓ ଚାଳ ଛପର ଘର ଉଡ଼ାଇ ଦେଇଥିଲା।

Share