ଆକ୍ରମଣ କରି ଗ୍ୟାସ ଏଜେନ୍ସି କର୍ମଚାରୀଙ୍କଠାରୁ ୧୦ ଲକ୍ଷ ୮୦ହଜାର ଲୁଟିନେଲେ ଦୁର୍ବୃତ୍ତ

ଭଦ୍ରକ ଅଫିସ, ୪।୫: ଭଦ୍ରକ ଜିଲା ତିହିଡି ବ୍ଲକରେ ସୋମବାର ଜଣେ ଗ୍ୟାସ ଏଜେନ୍ସି କର୍ମଚାରୀ ଲୁଟ୍‌ର ଶିକାର ହୋଇଛନ୍ତି। ଦୁର୍ବୃତ୍ତମାନେ ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ ନିକଟରୁ ୧୦ ଲକ୍ଷ ୮୦ ହଜାର ନେଇଯାଇଥିବା ଜଣାପଡ଼ିଛି। ଲୁଟ୍‌ର ଶିକାର ହୋଇଥିବା କର୍ମଚାରୀ ହେଲେ ବୋଡ଼କ ପଞ୍ଚାୟତର ପ୍ରମୋଦ ଭଞ୍ଜ।
ପ୍ରକାଶ ଯେ, ପାଳିଆବିନ୍ଧା ରାଉତ ଗ୍ରାମୀଣ ଗ୍ୟାସ ଏଜେନ୍ସି କର୍ମଚାରୀ ପ୍ରମୋଦ ୧୦ ଲକ୍ଷ ୮୦ ହଜାର ଟଙ୍କା ନେଇ ତିହିଡିସ୍ଥିତ ୟୁକୋ ବ୍ୟାଙ୍କ୍‌ରେ ଡିପୋଜିଟ୍‌ କରିବାକୁ ଯାଉଥିଲେ। ଜିଝାରପୁର ରେଳଲାଇନ୍‌ ନିକଟରେ ୩ ଦୁର୍ବୃତ୍ତ ଏକ ନମ୍ବର ପ୍ଲେଟ ନ ଥିବା ବାଇକ୍‌ରେ ଆସି ତାଙ୍କୁ ଆକ୍ରମଣ କରିବା ସହ ତାଙ୍କ ହାତରୁ ଟଙ୍କା ବ୍ୟାଗ୍‌କୁ ନେଇ ଫେରାର ହୋଇଯାଇଥିଲେ। ସ୍ଥାନୀୟ ଲୋକେ ପ୍ରମୋଦଙ୍କୁ ଉଦ୍ଧାରକରି ତିହିଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବା ଜଣାପଡ଼ିଛି। ଏ ନେଇ ତିହିଡ଼ି ଥାନାରେ ଅଭିଯୋଗ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

ମାଲକାନଗିରି ହିଂସା ରିପୋର୍ଟ ପ୍ରକାଶ: ଏଥିରେ ହୋଇଛି ଏତିକି କୋଟି ଟଙ୍କା କ୍ଷତି, ଜାଣିଲେ…

ମାଲକାନଗିରି,୧୨ା୧୨: ମାଲକାନଗିରି ହିଂସାରେ ହୋଇଥିବା କ୍ଷୟକ୍ଷତି ରିପୋର୍ଟ ପ୍ରକାଶ ପାଇଛି। ଏହି ହିଂସାରେ ୩ କୋଟି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ଆକଳନ କରାଯାଇଛି। ଏନେଇ...

ମୋକିମ୍‌ଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ଏଥର ଦିଲ୍ଲୀରେ …

ଭୁବନେଶ୍ୱର,୧୨।୧୨: ମୋକିମଙ୍କ ଚିଠି ପ୍ରସଙ୍ଗରେ କଂଗ୍ରେସ ବିଧାୟକ ଦଳ ନେତା ପ୍ରତିକ୍ରିୟା ରଖିଛନ୍ତି। ଓଡ଼ିଶାରେ ବିବାଦ, ଦିଲ୍ଲୀରେ ସମାଧାନ ହେବ କହିଲେ ରାମଚନ୍ଦ୍ର କାଡାମ। ଓଡ଼ିଶା...

GEN-Z ବିଦ୍ରୋହ ପାଇଁ ନେପାଳକୁ ଦେବାକୁ ପଡ଼ିଲା ବହୁମୂଲ୍ୟ, ୪୨ ବିଲିୟନ ଡଲାର ଅର୍ଥନୀତିକୁ ୫୮୬ ନିୟୁତ ଡଲାର କ୍ଷତି

କାଠମାଣ୍ଡୁ,୧୨।୧୨: GEN-Z ଯୁବକମାନଙ୍କ ନେତୃତ୍ୱରେ ସେପ୍ଟେମ୍ବରରେ ହୋଇଥିବା ଦୁର୍ନୀତି ବିରୋଧୀ ଆନ୍ଦୋଳନରେ ନେପାଳକୁ ବହୁ କ୍ଷତି ସହିବାକୁ ପଡିଲା। ଜେନ-ଜେଡ ଆନ୍ଦୋଳନ ଦ୍ୱାରା ହୋଇଥିବା ହିଂସା,...

୨୦ ଛକା, ୩୧ ଚୌକା ବର୍ଷା କରି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୧୨।୧୨: ଆଜିଠାରୁ ଆରମ୍ଭ ହୋଇଛି ୧୯ ବର୍ଷରୁ କମ ଏସିଆ କପ। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଭାରତ ଏବଂ ୟୁଏଇ ମଧ୍ୟରେ ଖେଳାଯାଉଛି। ଦୁବାଇରେ ଖେଳାଯାଇଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri