ଆକ୍ରମଣ କଲେଣି ପାକିସ୍ତାନୀ ଝିଣ୍ଟିକା

ଜୟପୁର: ସମ୍ବିଧାନର ଅନୁଚ୍ଛେଦ ୩୭୦ ହଟାଯିବା ପରେ ଜମ୍ମୁ-କଶ୍ମୀରକୁ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ ବିବାଦ ଚରମ ସୀମାରେ ପହଞ୍ଚତ୍ଛି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ ତୁହାକୁ ତୁହା ବର୍ଷୁଛନ୍ତି ଓ ପରମାଣୁ ଯୁଦ୍ଧର ଧମକ ବି ଦେଉଛନ୍ତି। ସେ ଯାହା ହେବା କଥା ହେବ, କିନ୍ତୁ ଯୁଦ୍ଧ ପୂର୍ବରୁ ପାକିସ୍ତାନୀ ଝିଣ୍ଟିକା ଭାରତ ବିରୋଧରେ ଯୁଦ୍ଧ ଘୋଷଣା କଲାଭଳି ପରିସ୍ଥିତି ସୃଷ୍ଟି ହୋଇଛି। ରାଜସ୍ଥାନର ଜୈସଲମେର, ବାଡମେର, ଶ୍ରୀଗଙ୍ଗାନଗର ଓ ବିକାନେର ଜିଲାକୁ ଝିଣ୍ଟିକା ଦଳ ପାକିସ୍ତାନରୁ ମାଡି ଆସୁଛନ୍ତି। ଫସଲ ଉପରେ ଆରମ୍ଭ କରିଦେଇଛନ୍ତି ଆକ୍ରମଣ। ରାଜସ୍ଥାନର ଏହି ୪ ଜିଲାର ୩୦ ହଜାର ହେକ୍ଟରରୁ ଅଧିକ ଚାଷ ଜମିକୁ ଅକ୍ତିଆର କରି ବ୍ୟାପକ କ୍ଷତି ବି କରିଚାଲିଛନ୍ତି। ଫସଲ ନଷ୍ଟ ହେବା ଯୋଗୁ ଚାଷୀମାନେ ଚିନ୍ତାରେ ପଡ଼ିଯାଇଛନ୍ତି। ଏମିତି ଅବସ୍ଥାରେ ରାଜ୍ୟ ସରକାର କ୍ଲୋରଫାଇରିଫସ୍‌ କେମିକାଲ କିଣିବା ଲାଗି କୃଷକଙ୍କୁ ୫୦ ପ୍ରତିଶତ ଅନୁଦାନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଅନୁଦାନ ରାଶି ସିଧା କୃଷକଙ୍କ ବ୍ୟାଙ୍କ ଖାତାକୁ ଯାଉଛି। ଝିଣ୍ଟିକା ଦଳ ଜୈସଲମେର ଓ ବାଡମେରରେ ସବୁଠୁ ବେଶି ଫସଲ ନଷ୍ଟ କରିଛନ୍ତି। ୪ଟି ଜିଲାରେ ଝିଣ୍ଟିକା ନିୟନ୍ତ୍ରଣ କକ୍ଷ ଖୋଲାଯାଇଛି। ଦିନରାତି ସେଠାରେ ସରକାରୀ କର୍ମଚାରୀ ରହୁଛନ୍ତି। କିଛି ବାଟ ନ ପାଇ କୃଷକମାନେ ବାସନ ଓ ଲହା ପାଇପ୍‌ ବାଡେଇ ଝିଣ୍ଟିକା ତଡୁଛନ୍ତି। ଏମିତି ହେଉଛି ଯେ, କୃଷକ ପରିବାର ଲୋକେ ଜମି ପାଖରେ ବାସନ ଓ ଲୁହା ପାଇପ୍‌ ଧରି ବସୁଛନ୍ତି। ଦିନ ରାତି ଏହାକୁ ବଜାଉଛନ୍ତି, ହେଲେ ପାକିସ୍ତାନୀ ଝିଣ୍ଟିକା ସହଜରେ ଯାଉନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri