ଆକ୍ରାନ୍ତଙ୍କ ତଥ୍ୟ ଲିକ୍‌, ହେବ ତଦନ୍ତ

ଅନୁଗୋଳ ଅଫିସ, ୧୧।୫:  ଅନୁଗୋଳ ଜିଲାର ୧୩ ଆକ୍ରାନ୍ତଙ୍କ ସମ୍ପର୍କରେ ତଥ୍ୟ ଲିକ୍‌ ହୋଇଯାଇଥିବା ଅଭିଯୋଗ ହେଉଛି। ରାଜ୍ୟ ସରକାରଙ୍କ ନିକଟରୁ ଜିଲା ପ୍ରଶାସନ ପାଖକୁ ଆସିଥିବା ସଂକ୍ରମିତଙ୍କ ନାଁ, ଠିକଣା ଆଦିର ତାଲିକା ସୋସିଆଲ ମିଡିଆରେ ଭାଇରାଲ ହୋଇଯାଇଛି। ଏହାକୁ ନେଇ ଜିଲା ପ୍ରଶାସନ ଅଡ଼ୁଆରେ ପଡ଼ିଥିବା ବେଳେ କିଭଳି ଭାଇରାଲ ହେଲା ତାହାର ଅନୁସନ୍ଧାନ କରାଯିବ ବୋଲି ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି। ଅନ୍ୟପକ୍ଷରେ ଅନୁଗୋଳ ସହରର ଜଣେ ଯୁବକ ସଂକ୍ରମିତ ଚିହ୍ନଟ ହେବା ପରେ ଉକ୍ତ ଅଞ୍ଚଳକୁ ସାନିଟାଇଜ୍‌ କରାଯିବା କଥା। ତାଙ୍କ ସଂସ୍ପର୍ଶରେ ଆସିଥିବା ପରିବାର ଲୋକଙ୍କୁ କ୍ବାରାଣ୍ଟାଇନ୍‌ କରିବା କଥା। କିନ୍ତୁ ଖବର ଲେଖା ହେବା ପର୍ଯ୍ୟନ୍ତ ସଂକ୍ରମିତ ଯୁବକଙ୍କ ଘରକୁ ସାନିଟାଇଜ୍‌ କରାଯାଇ ନାହିଁ କି ତାଙ୍କ ପରିବାରକୁ କ୍ୱାରାଣ୍ଟାଇନ ସେଣ୍ଟରକୁ ନିଆଯାଇ ନାହିଁ। ସେହିପରି ପ୍ରବାସୀମାନେ ଥିବା ସଙ୍ଗରୋଧ କେନ୍ଦ୍ର ସାନିଟାଇଜ୍‌ କରାଯାଇ ନାହିଁ। ଏ ସମ୍ପର୍କରେ ଜିଲାପାଳ ମହାନ୍ତି କହିଛନ୍ତି, ସଂକ୍ରମିତ ଚିହ୍ନଟ ହୋଇଥିବା ସ୍ଥାନ ଗୁଡ଼ିକୁ ତୁରନ୍ତ ସାନିଟାଇଜ୍‌ କରାଯିବ। ଆକ୍ରାନ୍ତ ଯୁବକଙ୍କ ଟ୍ରାଭେଲ ହିଷ୍ଟ୍ରି ସମ୍ପର୍କରେ ଯାଞ୍ଚ ସହ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କ୍ବାରାଣ୍ଟାଇନ୍‌ରେ ରଖାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ: ପ୍ରଧାନଶିକ୍ଷକ ନିଲମ୍ବିତ

ଉମରକୋଟ, ୩୧।୭(ସନ୍ତୋଷ ସତପଥୀ): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ର ବାଟିବେଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ବିଦ୍ୟାଳୟର ପ୍ରଧାନଶିକ୍ଷକ ଫ୍ରାନ୍ସିସ୍…

ନୂଆଦିଲ୍ଲୀରେ ରେଳମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନୂଆଦିଲ୍ଲୀ ଗସ୍ତରେ ଯାଇ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ସମୟରେ ରାଜ୍ୟର ରେଳ ସଂଯୋଗୀକରଣ…

‘ଯୁଦ୍ଧରେ ମୃତ ଭାରତୀୟଙ୍କ ପରିବାରକୁ କେନ୍ଦ୍ର ସାହାଯ୍ୟ କରିବା ଉଚିତ’: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩୧।୭: ସୁପ୍ରିମକୋର୍ଟ ରୁଷିଆ-ୟୁକ୍ରେନ ଯୁଦ୍ଧରେ ଶୁକ୍ରବାର ଆହତ ହୋଇଥିବା ଭାରତୀୟଙ୍କ ପରିବାରକୁ ସହାୟତା କରିବା ପାଇଁ ଜଣେ ନୋଡାଲ ଅଧିକାରୀଙ୍କୁ ନିଯୁକ୍ତି ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

odisha floods: ପାଣି ଘେରରେ କେନ୍ଦ୍ରାପଡ଼ାର ୭ ବ୍ଲକ

କେନ୍ଦ୍ରାପଡ଼ା,୩୧।୭: କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆର ଆୟର ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଜିଲାର ୭ଟି ବ୍ଲକ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଥିବା ଜିଲାପାଳ ଗଣମାଧ୍ୟମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri