Posted inଜାତୀୟ

ଆକ୍ସନ ମୁଡ୍‌ରେ ରାହୁଲ: ଏବେବି ଅଧ୍ୟକ୍ଷ ପଦକୁ ନେଇ ଅନିଶ୍ଚିତତା

ନୂଆଦିଲ୍ଲୀ,୨୫।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣି ଥରେ ଆକ୍ସନ ମୋଡରେ ବୋଲି କୁହାଯାଉଛି। ଲୋକ ସଭା ନିର୍ବାଚନରେ ହାରିବା ପରେ ଏବେ ପୁଣି ଥରେ ସଙ୍ଗଠନକୁ ଦୃଢ କରିବାକୁ ଲାଗି ପଡିଥିବା କୁହାଯାଉଛି। ପୂର୍ବରୁ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବାକୁ ନେଇ ଅଡି ବସିଥିବା ରାହୁଲ ଏବେ ପୁଣିଥରେ ଦଳୀୟ କାର୍ଯ୍ୟରେ ମନୋନିବେଶ କରିଥିବାରୁ ଅଧ୍ୟକ୍ଷ ପଦକୁ ସେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଗୁରୁବାର ରାହୁଲ ହରିୟାଣାରେ ଏକ ରାଲିକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ଥିବା ବେଳେ ଯେଉଁ ସବୁ ରାଜ୍ୟରେ ନିର୍ବାଚନ ବାକି ଅଛି ସେହି ରାଜ୍ୟର ନେତାଙ୍କ ସହ ରାହୁଲ ସାକ୍ଷାତ୍‌ ମଧ୍ୟ କରିପାରନ୍ତି। ସୂଚନା ଅନୁଯାୟୀ, ହରିୟାଣାର ରାଜ୍ୟ ସମନ୍ବୟ ସମିତି ସହ ନିଜ ଘରେ ଏକ ବୈଠକ କରିବା ପରେ ଗୁରୁବାର ମହାରାଷ୍ଟ୍ରର ବରିଷ୍ଠ ନେତାଙ୍କୁ କଥାବର୍ତ୍ତା ପାଇଁ ଡାକିଛନ୍ତି। ସେହିପରି ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷା ଶିଲା ଦିକ୍ଷିତଙ୍କୁ ମଧ୍ୟ ଶୁକ୍ରବାର ଏକ ସମିକ୍ଷା ବୈଠକ ପାଇଁ ଡାକିଛନ୍ତି। ଅଧ୍ୟକ୍ଷ ପଦକୁ ନେଇ ମୁହଁ ଖୋଲି ନ ଥିବା ରାହୁଲ ଏହି ସମୟରେ ହିଁ ଏସବୁ ବୈଠକର ଆୟୋଜନ କରିଛନ୍ତି। ତେଣୁ କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ଏବେବି ଅନିଶ୍ଚିତତା ଲାଗିରହିଥିବା ଆଲୋଚନା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ରେ ରାଜ୍ୟ କ୍ୟାବିନେଟ୍‌: ଆସିବ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ

ଭୁବନେଶ୍ୱର,୯ା୪ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଏପ୍ରିଲ ୧୦ରେ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଇରାନ-ଆମେରିକା ଯୁଦ୍ଧବିରତି ମଧ୍ୟରେ ଇସ୍ରାଏଲର ବଡ଼ ଦାବି: ହିଜବୁଲ୍ଲା ମୁଖ୍ୟଙ୍କ ଘନିଷ୍ଠ ସହଯୋଗୀ ନିହତ

ନୂଆଦିଲ୍ଲୀ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ୧୪ ଦିନିଆ ଯୁଦ୍ଧବିରତି ପାଇଁ ସହମତ ହୋଇଥିଲେ ମଧ୍ୟ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ, ଇସ୍ରାଏଲ ହିଜବୁଲ୍ଲା…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଆମେରିକା-ଇରାନ ମଧ୍ୟରେ କିପରି ଯୁଦ୍ଧବିରତି କରାଇଲା ଚାଇନା, ସାମ୍ନାକୁ ଆସିଲା ସେହି ୨୬ ଫୋନ କଲ୍‌ର ରହସ୍ୟ

ବେଜିଂ,୯।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଯୁଦ୍ଧବିରତି ପାଇଁ ମଧ୍ୟସ୍ଥତା କରିବା ପାଇଁ ନିଜକୁ ପିଠି ଥାପୁଡ଼ାଉଛି, କିନ୍ତୁ ଏହାକୁ ହାସଲ କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri