ଆକ୍ସନ ମୋଡ୍‌ରେ ଗଣଶିକ୍ଷା ମନ୍ତ୍ରୀ: ବାଲିଅନ୍ତା ବିଇଓ ଅଫିସ, ସ୍କୁଲକୁ ଅଚାନକ ଗସ୍ତ; ଅନୁପସ୍ଥିତ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ବନ୍ଦ

ବାଳକାଟି,୧୮।୯(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିରେ ଗଣଶିକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ସମୀର ଦାସ। ଏହା ପରଠାରୁ ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ସେ ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ଏପରିକି ବିଭିନ୍ନ ସମୟରେ ସ୍କୁଲଗୁଡ଼ିକୁ ଅଚାନକ୍‌ ଗ୍ରସ୍ତ କରି ସରକାରୀ ସ୍କୁଲରେ ଶିକ୍ଷା ବ୍ୟବସ୍ଥାକୁ ପରଖୁଥିବା ଦେଖିବାକୁ ମିଳୁଛି। ଏହି କ୍ରମରେ ବୁଧବାର ବାଲିଅନ୍ତା ବ୍ଲକ ବିଇଓ ଅଫିସ୍‌ରେ ମନ୍ତ୍ରୀ ହଠାତ୍‌ ପହଞ୍ଚିଥିଲେ। ପୂର୍ବାହ୍ନ ୧୦.୨୦ ହୋଇଥିଲେ ସୁଦ୍ଧା ଅଫିସରେ ୨ଜଣଙ୍କୁ ଛାଡ଼ି ଅନ୍ୟ ୧୦ଜଣ କର୍ମଚାରୀ ଅନୁପସ୍ଥିତ ଥିବା ସେ ଦେଖିବାକୁ ପାଇଥିଲେ। ବିଳମ୍ବର କାରଣ ପଚାରି ବୁଝିବା ସହ କର୍ମଚାରୀଙ୍କ ଗୋଟିଏ ଦିନର ଦରମା କାଟ ଏବଂ କାରଣ ଦର୍ଶାଅ ନୋଟିସ ଜାରି କରିବାକୁ ସେ ନିର୍ଦ୍ଦେଶ ଦେଇଥିଲେ। ପରେ ମନ୍ତ୍ରୀ ନୂଆ ପାଟଣା ୟୁପି ସ୍କୁଲ ଏବଂ ପ୍ରତାପ ଶାସନ ହାଇସ୍କୁଲ ଯାଇ ଶିକ୍ଷକଙ୍କ ଉପସ୍ଥାନ ଯାଞ୍ଚ କରିବା ସହ ଛାତ୍ରୀଛାତ୍ରଙ୍କ ସହ ପାଠପଢ଼ା ବିଷୟରେ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri