ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଆଶ୍ଚର୍ଯ୍ୟଜନିତ ଘଟଣା: କୂଅ ଓ ପୋଖରୀରେ ଭାସୁଛି ୫କେଜିର ପଥର

ନିମାପଡ଼ା,୧୩ା୮(ଡି.ଏନ୍‌.ଏ.)- ନିମାପଡ଼ା ବ୍ଲକ ଅନ୍ତର୍ଗତ ଡମ୍ପାଳୋ ଗ୍ରାମପଞ୍ଚାୟତର ଆଶାପୂରଣ ଗ୍ରାମରେ ଏକ ଆଶ୍ଚର୍ଯ୍ୟଜନିତ ଘଟଣା ଦେଖିବାକୁ ମିଳିଛି। ଗ୍ରାମର ଆରାଧ୍ୟ ଦେବତା ପ୍ରଭୁ ଆଖଣ୍ଡେଳଶ୍ୱର ମହାଦେବଙ୍କ ମନ୍ଦିର ବେଢ଼ାରେ ଥିବା ଏକ କୂଅରେ ପ୍ରାୟ ୫କେଜିର ଓଜନର ଏକ ସିମେଣ୍ଟ ପଥର ଭାସୁଥିବାର ଦେଖାଯାଇଛି। ଏଭଳି ବିରଳ ଦୃଶ୍ୟ ଦେଖିବାକୁ ଆଶାପୂରଣ ଗ୍ରାମକୁ ଲୋକଙ୍କ ଭିଡ ଜମିବାରେ ଲାଗିଛି। ଏହା ଏକ ଅଲୌକିକ ତଥା ପ୍ରଭୁ ଆଖଣ୍ଡେଶ୍ୱର ମହାଦେବଙ୍କ ମହିମାରୁ ଘଟିଥିବା ମନ୍ଦିର ପୂଜକ ସୁରେନ୍ଦ୍ରନାଥ ପଣ୍ଡା, ବିଶ୍ୱଜିତ ପଣ୍ଡା,ଗ୍ରାମର ବିକେଇଚରଣ ସାହୁ, ପୂର୍ଣ୍ଣଚନ୍ଦ୍ର ପ୍ରଧାନ, କ୍ଷେତ୍ରମୋହନ ବେହେରା ପ୍ରମୁଖ କହିଛନ୍ତି। ମନ୍ଦିର ବେଢ଼ା ରାସ୍ତାପାର୍ଶ୍ୱରେ ପଡିଥିବା ଏହି ପଥରଟିକୁ ପ୍ରଥମେ ଗ୍ରାମର କୃଷ୍ଣଚନ୍ଦ୍ର ସେନାପତି ଓ ମନୋରଞ୍ଜନ ସେନାପତି ଆଣି ଗ୍ରାମର ବଡ ପୋଖରୀରେ ପକାଇଦେଇଥିଲେ। ମାତ୍ର ପଥରଟି ପୋଖରୀରେ ବୁଡିବା ବଦଳରେ ଭାସୁଥିବାର ଦେଖି ଉଭୟେ ଚକ୍କିତ ହୋଇଯାଇଥିଲେ। ଏ ବିଷୟରେ ସେମାନେ ଗ୍ରାମବାସୀଙ୍କୁ ଜଣାଇବା ପରେ ଗ୍ରାମର ଅଧିକାଂଶ ଲୋକ ଆସି ଦେଖିଥିଲେ। ପରେ ପଥରଟିକୁ ଆଣି ଓଜନ କଲାବେଳେ ୪କିଲୋ ୮୫୦ଗ୍ରାମ ଥିଲା। ଗ୍ରାମବାସୀ ପଥରଟିକୁ ମହାଦେବଙ୍କ ପୀଠରେ ଥିବା କୂଅରେ ପକାଇ ଦେଇଥିଲେ। ହେଲେ କୂଅରେ ଗଭୀର ପାଣିରେ ମଧ୍ୟ ଅନୁରୂପ ଭାବେ ପଥରଟି ଭାସିବାରେ ଲାଗିଥିଲା। ସମସ୍ତେ ଦେଖି ଆଶ୍ଚର୍ଯ୍ୟ ହୋଇଥିବାବେଳେ ଏହା କୌଣସି ଅଦ୍ଭୂତ ପଥର ହୋଇଥାଇପାରେ ବୋଲି କଥାହେଉଥିବାର ଶୁଣିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

ରାଜନୀତିରେ ହଲଚଲ! ସନ୍ନ୍ୟାସ ନେବେ କି ଗଡ଼କରୀ? ଏଭଳି ବୟାନକୁ ନେଇ ବଢ଼ିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ଏକ ବୟାନକୁ ନେଇ ରାଜନୈତିକ ମହଲରେ ନୂଆ ଚର୍ଚ୍ଚା ଆରମ୍ଭ ହୋଇଛି । ନାଗପୁରର…

କର୍ଲାମୁଣ୍ଡାରେ ଯୁଗ୍ମ ଜନଶୁଣାଣି: ଜିଲାପାଳ ସଚିନ୍ ପାୱାରଙ୍କ ଅଧ୍ୟକ୍ଷତାରେ ୮୨ଟି ଅଭିଯୋଗ

କର୍ଲାମୁଣ୍ଡା, ୨୪।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପରିସରସ୍ଥିତ ରାଜୀବ ଗାନ୍ଧୀ ସେବା ଭବନରେ ସୋମବାର ଏକ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…

୨ ମାସ ହେବ ବଲକି ଗାଁ ଅନ୍ଧାର: ବିଦ୍ୟୁତ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ତୁମୁଡ଼ିବନ୍ଧ, ୨୪।୮ (ଦୀପକ କୁମାର ପରାସେଠ): ଦୁଇ ମାସ ହେବ ବଲକି ଗାଁ ଅନ୍ଧାରରେ। ଟ୍ରାନ୍ସଫର୍ମର ଖରାପ ହୋଇଯିବା ପରେ ଆଜି ପର୍ଯ୍ୟନ୍ତ ବିଦ୍ୟୁତ ସେବା ସ୍ୱାଭାବିକ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri