Posted inଜାତୀୟ

ଆଖିବୁଜିଲେ ମହିଳା ତହସିଲଦାରଙ୍କ ଡ୍ରାଇଭର

ହାଇଦ୍ରାବାଦ, ୬ା୧୧(ପି.ଟି.): ମହିଳା ତହସିଲଦାର ବିଜୟା ରେଡ୍ଡୀଙ୍କୁ ତାଙ୍କ କାର୍ଯ୍ୟାଳୟରେ ପୋଡ଼ିମାରିବା ଘଟଣାର ଦିନକ ପରେ ତାଙ୍କ ଡ୍ରାଇଭର ଗୁରୁନାଥମ୍‌ ପ୍ରାଣ ହରାଇଛନ୍ତି। ବିଜୟାଙ୍କୁ ବଞ୍ଚାଇବା ଲାଗି ସେ ଉଦ୍ୟମ କରିଥିବାବେଳେ ତାଙ୍କ ଶରୀରର ୬୦ ଭାଗ ପୋଡ଼ି ଯାଇଥିଲା। ଗୁରୁତର ଭାବେ ସୋମବାର ତାଙ୍କୁ ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ରଚକୋଣ୍ଡା ପୋଲିସ କମିଶନର ମହେଶ ଏମ୍‌. ଭଗଓ୍ବତ୍‌ ପ୍ରକାଶ କରିଛନ୍ତି। ପ୍ରକାଶଥାଉ କି, ସୋମବାର ଅପରାହ୍ନ ୧ଟା ୩୦ରେ ସୁରେଶ ନାମକ ଜଣେ ବ୍ୟକ୍ତି ଜମିବାଡ଼ି ମାମଲାକୁ ନେଇ ତହସିଲ ଅଫିସ୍‌ ଆସିଥିବାବେଳେ ମହିଳା ତହସିଲଦାରଙ୍କ ସହ ତାଙ୍କର ପାଟିତୁଣ୍ଡ ହୋଇଥିଲା। ପରେ ସୁରେଶ ରାଗିଯାଇ ତହସିଲଦାରଙ୍କ ଉପରେ ପେଟ୍ରୋଲ ପକାଇ ଜାଳିଦେଇଥିଲେ। ତାଙ୍କୁ ବଞ୍ଚାଇବା ଲାଗି ୨ ଜଣ ବାହାରିଥିବାବେଳେ ତହସିଲଦାରଙ୍କ ଡ୍ରାଇଭର ଗୁରୁନାଥମ୍‌ ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହି ମାମଲାର ତଦନ୍ତ ଜାରିରହିଛି ଓ ସୁରେଶଙ୍କ ପରିବାର ସଦସ୍ୟଙ୍କୁ ଜେରା ଚାଲିଥିବା ଭଗଓ୍ବତ୍‌ କହିଛନ୍ତି। ଏହି ଘଟଣା ପରେ ତେଲେଙ୍ଗାନାରେ ରାଜସ୍ବ ବିଭାଗର କର୍ମଚାରୀମାନେ ଆନ୍ଦୋଳନକୁ ଓହ୍ଲାଇଥିବା ଜଣାପଡ଼ିଛି। ମହିଳା ତହସିଲଦାରଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏହି ଘଟଣାକୁ ନେଇ ଚାପା ଉତ୍ତେଜନା ଲାଗିରହିଥିବାବେଳେ ଘଟଣାର ତଦନ୍ତ କରାଯାଇ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri