ଆଖି ଗାଏବ, ନାବାଳିକା ବଳାତ୍କାର ଘଟଣା : ଭାଜପା ପକ୍ଷରୁ ୧୨ ଘଣ୍ଟିଆ ଅନୁଗୋଳ ବନ୍ଦ ପାଳନ

ଅନୁଗୋଳ ଅଫିସ,୨୪।୭: ଅନୁଗୋଳ ଜିଲାରେ ଗୋଟିଏ ସପ୍ତାହ ମଧ୍ୟରେ ଦୁଇଟି ମୃତଦେହରୁ ଆଖି ଗାଏବ ଏବଂ ଜଣେ ଆଠ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଘଟଣା ପ୍ରତିବାଦରେ ବୁଧବାର ଭାଜପା ଅନୁଗୋଳ ନଗର ମଣ୍ଡଳ ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ବୁଧବାର ସକାଳୁ ସହରର ସମସ୍ତ ଦୋକାନବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଭାଜପା ନେତା ଏବଂ କର୍ମୀମାନେ ପ୍ରମୁଖ ଛକଗୁଡ଼ିକରୁ ପିକେଟିଂ କରିବା ସହ ଟାୟାର୍‌ ଜାଳି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସହରର ପ୍ରବେଶ ଦ୍ୱାର ଯଥା ହୁଲୁରିସିଂହା ଛକ, ତୁରଙ୍ଗ ଛକ, ପ୍ରଗତିନଗର ଛକ ଏବଂ ହାଟ ଛକରେ ରାସ୍ତା ଅବରୋଧ କରାଯାଇଛି। ଫଳରେ ସହର ଭିତରକୁ ଯାନବାହନ ପ୍ରବେଶ କରିପାରୁନାହିଁ। ବନ୍ଦକୁ କେତେକ ସଂଗଠନ ମଧ୍ୟ ସମର୍ଥନ କରୁଥିବା ଦଳ ପକ୍ଷରୁ କୁହାଯାଉଛି। ଭାଜପା ଅନୁଗୋଳ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରତାପ ଚନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ନଗର ମଣ୍ଡଳ ସଭାନେତ୍ରୀ ନମିତା ଦଳବେହେରାଙ୍କ, ରୂଦ୍ରନାରାୟଣ ପାଣି, ସରିତା ମିଶ୍ର, ରୋଜାଲିନ ଦାସ, ସୁଦୀପ ଗଡ଼ନାଏକ, ସୁଜାତା ଦାସ, ଚନ୍ଦ୍ରକାନ୍ତ ପ୍ରଧାନଙ୍କ ସମେତ ବହୁ କର୍ମୀ ଏବଂ ନେତା ବିକ୍ଷୋଭ ପ୍ରଦର୍ଶନରେ ସାମିଲ ହୋଇଛନ୍ତି। ଦଳ ପକ୍ଷରୁ ଅଭିଯୋଗ ହୋଇଛି ଯେ, ଗତ ଶୁକ୍ରବାର ଜଣେ ଚାରି ବର୍ଷୀୟା ଶିଶୁକନ୍ୟାର ମୃତଦେହରୁ ଦୁଇଟି ଆଖି ଗାଏବ ହୋଇଯାଇଥିଲା। ତା’ର ଦୁଇ ଦିନ ପରେ ଆଠ ବର୍ଷୀୟା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଥିଲା। ଏବେ ପୁଣି ଥରେ ମଙ୍ଗଳବାର ଏକ ମୃତଦେହରୁ ଆଖି ଗାଏବ ହୋଇଯାଇଛି। ବାରମ୍ବାର ଏଭଳି ଗୁରୁତର ଅପରାଧିକ ଘଟଣାକୁ ନେଇ ସହରବାସୀ ଭୟଭୀତ ଅବସ୍ଥାରେ ରହୁଛନ୍ତି। ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଜିଲାପାଳ ଏବଂ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା। ହେଲେ କୌଣସି ସୁଫଳ ମିଳିଲା ନାହିଁ। ସେହିଭଳି ସହର ସାରା ଏବେ ଅଳିଆ ଆବର୍ଜନା ଭର୍ତ୍ତି ହୋଇଯାଇଛି । ପୌରପରିଷଦ ଭାଙ୍ଗିବା ପରେ ପ୍ରଶାସନ ଦାୟିତ୍ୱ ନେଇଛି। କିନ୍ତୁ ଆବର୍ଜନା ସଫା ଦିଗରେ ପଦକ୍ଷେପ ନେଉନି। ପୌରପାଳିକାର କାର୍ଯ୍ୟରେ ବ୍ୟାପକ ଅନିୟମିତତା ଦେଖିବାକୁ ମିଳୁଛି। ଏଣୁ ଏହି ବନ୍ଦ ଡାକରା ଦିଆଯାଇଛି। ଯଦି ଆଇନଶୃଙ୍ଖଳା ପରିସ୍ଥିତି ଏବଂ ଆଖି ଗାଏବ ଘଟଣାର ପର୍ଦ୍ଦାଫାଶ କରିବାରେ ପୋଲିସ ପ୍ରଶାସନ ବିଫଳ ହୁଏ, ତେବେ ଆଗାମୀ ଦିନରେ ବଡ଼ ଧରଣର ଆନ୍ଦୋଳନ ଡାକରା ଦିଆଯିବ ବୋଲି ଦଳ ପକ୍ଷରୁ ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ପାଣି ପାଇଁ ଡହଳବିକଳ

ବଇଣ୍ଡା,୨୫।୪(ପରିକ୍ଷିତ ସାହୁ)ସାରା ରାଜ୍ୟରେ ଲାଗିରହିଛି ଗ୍ରୀଷ୍ମ ପ୍ରବାହ। ଅଧିକାଂଶ ସମୟରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଥିବାବେଳେ ଏବେ ଅନେକ ଅଞ୍ଚଳରେ ପାଣି ସମସ୍ୟା ଦେଖିବାକୁ...

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri