ଆଗକୁ ବିସ୍ଫୋରକ ସ୍ଥିତି ଆସୁଛି, ସଚେତନ ନ ହେଲେ ମେ’ ଶେଷ ସୁଦ୍ଧା ୧୦ ଲକ୍ଷ ଛୁଇଁପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ବାଗ୍‌ଚୀ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ଆଜିଠାରୁ ମାତ୍ର ୪ ମାସ ତଳେ ଚାଇନାର ଉହାନରେ ପ୍ରଥମେ କରୋନା ଭୂତାଣୁ ଚିହ୍ନଟ କରାଯାଇଥିଲା। ଏବେ ଏହା ସାରା ବିଶ୍ୱରେ ଏହି ମହାମାରୀ କାୟା ବିସ୍ତାର କରିବାରେ ଲାଗିଛି। ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୩,୮୧,୭୬୧ ଛୁଇଁଛି। ଭାରତରେ ୫୧୧ଜଣ ସଂକ୍ରମିତ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି। ଆମେରିକା ଓ ଇଟାଲୀର ଅବସ୍ଥାକୁ ଯଦି ନିରୀକ୍ଷଣ କରାଯାଏ ତେବେ ପ୍ରଥମ ଅତି ସାମାନ୍ୟ ସଂଖ୍ୟାରେ କରୋନା ଆକ୍ରାନ୍ତ ହେଉଥିବା ବେଳେ ପରବର୍ତ୍ତୀ ସମୟରେ ଅପ୍ରତ୍ୟାଶିତ ଭାବେ ଏହାର ବିସ୍ଫୋରଣ ଘଟେ। ଏଣୁ ଆଗକୁ ବିସ୍ଫୋରକ ସ୍ଥିତି ଆସୁଛି। ଯେଉଁ ଦେଶ ସଂକ୍ରମିତ ସେମାନେ କଠୋର ପଦକ୍ଷେପ ଗ୍ରହଣ କରୁଛନ୍ତି। ଯାହା ଆକଳନ କରାଯାଉଛି, ଭାରତରେ ମେ ୩୧ ସୁଦ୍ଧା ଅତି କମ୍‌ରେ ୫୮ହଜାର ୬୪୩ଜଣ ଆକ୍ରାନ୍ତ ହେବାର ସମ୍ଭାବନା ରହିଛି। କିନ୍ତୁ ବିଶ୍ୱାସଯୋଗ୍ୟ ଆକଳନ ଅନୁସାରେ ତାହା ୧୦ ଲକ୍ଷ ଲୋକ ପାଖାପାଖି ପହଞ୍ଚିପାରେ। ତେବେ ଓଡ଼ିଶାରେ ସାଢ଼େ ଚାରିକୋଟି ଜନସଂଖ୍ୟା। ଏଣୁ ଅତିକମ୍‌ରେ ୨,୩୪୫ଜଣ ବ୍ୟକ୍ତି ଆକ୍ରାନ୍ତ ହେବାର ସମ୍ଭାବନା ରହିଛି। ଭାରତରେ ଯଦି ୧୦ ଲକ୍ଷ ଲୋକେ ସଂକ୍ରମିତ ହେଲେ ଓଡ଼ିଶାରେ ୩୬ହଜାର ଲୋକ ସଂକ୍ରମଣ ହେବାର ଆଶଙ୍କା ରହିଛି ବୋଲି ମଙ୍ଗଳବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ସୂଚନା ଦେଇ କହିଛନ୍ତି। ଏହାକୁ ରୋକିବା ପାଇଁ ସଚେତନତା ହିଁ ଏକମାତ୍ର ଉପାୟ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri