ଆଗରପଡ଼ା ବିଦ୍ୟୁତ୍‌ ଉପକେନ୍ଦ୍ର ପରିଦର୍ଶନ କଲା ବିଧାନସଭା ଷ୍ଟାଣ୍ଡିଂ କମିଟି

ବନ୍ତ,୨୮।୧୨(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ାଠାରେ ନିର୍ମାଣାଧୀନ ଥିବା ୧୩୨/୩୩ କେଭି ବିଦ୍ୟୁତ୍‌ ଉପକେନ୍ଦ୍ରକୁ ଶନିବାର ବିଧାନସଭା ଷ୍ଟାଣ୍ଡିଂ କମିଟି ପରିଦର୍ଶନ କରିଛି। ଷ୍ଟାଣ୍ଡିଂ କମିଟିର ଏହି ଟିମ୍‌ ବିଦ୍ୟୁତ୍‌ ଉପକେନ୍ଦ୍ରରେ ପହଞ୍ଚି କାର୍ଯ୍ୟର ସମୀକ୍ଷା କରିବା ସହିତ ତୁରନ୍ତ ସମ୍ପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ୨୨କୋଟି ଟଙ୍କାର ଉକ୍ତ ପ୍ରକଳ୍ପ କାର୍ଯ୍ୟ ୨୦୧୬ରୁ ଆରମ୍ଭ ହୋଇଥିବାବେଳେ ନିର୍ମାଣ କାର୍ଯ୍ୟ ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଗୋଟିଏ ସବଗ୍ରୀଡ୍‌କୁ ଚାର୍ଜ ସରିଥିବାବେଳେ ବାକି ୩ଟିକୁ ଆସନ୍ତା ଜାନୁୟାରୀ ଶେଷ ସୁଦ୍ଧା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ଚାର୍ଜ ଦିଆଯିବ ବୋଲି ବିଭାଗୀୟ ଅଧିକାରୀମାନେ ଷ୍ଟାଣ୍ଡିଂ କମିଟି ଆଗରେ ପ୍ରକାଶ କରିଥିଲେ। ଏହି ଉପକେନ୍ଦ୍ର କାର୍ଯ୍ୟକ୍ଷମ ହେଲେ ସମ୍ପୃକ୍ତ ଅଞ୍ଚଳର ଲୋଭୋଲଟେଜ ଓ ବିଦ୍ୟୁତ୍‌ କାଟ୍‌ ସମସ୍ୟା ଦୂର ହୋଇପାରିବ ବୋଲି କୁହାଯାଇଛି। ନେସ୍କୋର ଏସ୍‌ଇ ସୁରେଶ ସାହୁ, ନିର୍ବାହୀ ଯନ୍ତ୍ରୀ ରଶ୍ମିରଞ୍ଜନ ବେହେରା, ସିନିୟର ଜିଏମ୍‌ ସୁଦର୍ଶନ ସାହୁ, କନିଷ୍ଠ ଯନ୍ତ୍ରୀ ମନୋରଞ୍ଜନ ସାହୁ, ଜିଲାପରିଷଦ ପ୍ରଶାନ୍ତ କୁମାର ଦାଶ, ଏମ୍‌ପିଙ୍କ ପ୍ରତିନିଧି ଶ୍ରୀନାଥ ମହାନ୍ତି, ସମିତିସଭ୍ୟ ଦିଲୀପ ପୁହାଣଙ୍କ ସମେତ ସ୍ଥାନୀୟ ନେତୃମଣ୍ଡଳୀ ଉପସ୍ଥିତ ରହି ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…

ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ…

ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…

ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି…

ଶିଶୁ ପୁତ୍ରକୁ ଛାଡ଼ି ଦୌଡ଼ି ପଳାଉଥିଲେ ମା’: ଆଉ ତା’ପରେ ଘଟିଲା…

ବାରଙ୍ଗ,୯ା୯(ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ଅଧୀନ ନରାଜମାର୍ଥାପୁର ରେଳଷ୍ଟେଶନ୍‌ ବାହାରୁ ଜଣେ ମହିଳା ତା’ର ଶିଶୁ ପୁତ୍ରକୁ ଛାଡ଼ି ପଳାଇଯାଉ ଥିବାବେଳେ ମଙ୍ଗଳବାର ରାତିରେ ସ୍ଥାନୀୟ ଲୋକେ ଧରି…

ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର: ପୀଡ଼ିତା ୪ ମାସର ଗର୍ଭବତୀ, ଓ୍ବାଚ୍‌ମ୍ୟାନ୍‌…

କେନ୍ଦ୍ରାପଡ଼ା,୯ା୯(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଏକ ସରକାରୀ ଅନୁଦାନପ୍ରାପ୍ତ ଶିଶୁ ଯତ୍ନ ଅନୁଷ୍ଠାନ (ସିସିଆଇ)ରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏ…

ସାଟେଲାଇଟ୍‌ ଇମେଜିଂ ଟେକ୍ନୋଲୋଜି ପାଇଁ ଭାରତୀୟ କମ୍ପାନୀକୁ ଆମେରିକାର ପ୍ୟାଟେଣ୍ଟ

ନୂଆଦିଲ୍ଲୀ,୯ା୯:ମହାକାଶ ପ୍ରଯୁକ୍ତିବଦିଦ୍ୟା କମ୍ପାନୀ ‘ଗାଲାକ୍ସଆଇ’କୁ ମଙ୍ଗଳବାର ଏହାର ଅପ୍‌ଟୋସାର ଇମେଜିଂ କ୍ଷମତାର ମୂଳ ପ୍ରଯୁକ୍ତିବିଦ୍ୟା ପାଇଁ ଆମେରିକାଠାରୁ ପ୍ୟାଟେଣ୍ଟ ମିଳିଛି। ଏହା ସହ ଏହା ସାଟେଲାଇଟ୍‌ ଇମେଜିଂ…

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri