ଆଗାମୀ କିଛି ସପ୍ତାହ ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଅନ୍ୟ ରାଜ୍ୟ ତୁଳନାରେ ଓଡ଼ିଶାରେ କରୋନା ଜନିତ ମୁତ୍ୟୁହାର ବହୁ କମ୍‌ ରହିଛି। ଏହାକୁ ଆହୁରି କମ୍‌ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ କୋଭିଡ୍‌ ମ୍ୟାନେଜ୍‌ମେଣ୍ଟ ସଂକ୍ରାନ୍ତୀୟ ଏକ ବୈଷୟିକ କର୍ମଶାଳାରେ ଯୋଗଦେଇ ଜିଲା ମୁଖ୍ୟ ଚିକିତ୍ସା ଅଧିକାରୀ, ବିଭିନ୍ନ ମେଡିକାଲ କଲେଜର ଡାକ୍ତର ଏବଂ ସ୍ବାସ୍ଥ୍ୟ କର୍ମଚାରୀଙ୍କୁ ଉଦ୍‌ବୋଧନ ଦେଇଛନ୍ତି। ଓଡ଼ିଶାରେ କରୋନା ମୃତ୍ୟୁହାର ସମଗ୍ର ଦେଶରେ ସର୍ବନିମ୍ନ। ତେଣୁ ଏଥିପାଇଁ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନଙ୍କୁ ପ୍ରଶଂସା କରିବା ସହ ଅଭିନନ୍ଦନ ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀ କହିଥିଲେ, ଆପଣମାନେ କେବଳ ଆପଣଙ୍କ ପରିବାର ପାଇଁ ଗୁରୁତ୍ୱପୂର୍ଣ୍ଣ ନୁହନ୍ତି, ସମଗ୍ର ରାଜ୍ୟବାସୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ମୌସୁମୀ ଋତୁରେ ବିଭିନ୍ନ ସଂକ୍ରାମକ ରୋଗ ହୋଇଥାଏ। ତେଣୁ କରୋନା ନିୟନ୍ତ୍ରଣ କ୍ଷେତ୍ରରେ ଆଗାମୀ କିଛି ସପ୍ତାହ ଆମ ପାଇଁ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ଏହି ପରିପ୍ରେକ୍ଷୀରେ ସ୍ବାସ୍ଥ୍ୟ ବିଭାଗ ସମଗ୍ର ରାଜ୍ୟର ଘରକୁ ଘର ବୁଲି କରୋନା ପରିସ୍ଥିତି ପର୍ଯ୍ୟବେକ୍ଷଣ କରିବା ସହିତ ଗୁରୁତର ରୋଗୀ, ଯକ୍ଷ୍ମା, ମ୍ୟାଲେରିଆ, ଡାଇରିଆ ଆଦି ରୋଗ ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ସମନ୍ବିତ ଅଭିଯାନ ଆରମ୍ଭ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଥିଲେ, ଏହି ଲମ୍ବା ଯୁଦ୍ଧରେ ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନେ ହିଁ ଲୋକଙ୍କ ପ୍ରକୃତ ଶକ୍ତି। ସେମାନଙ୍କ ଟିମ୍‌ର ନିରାପତ୍ତା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ଆମ ସମସ୍ତଙ୍କ ମିଳିତ ଉଦ୍ୟମ ଦ୍ୱାରା ହିଁ କରୋନା ପରି ମହାମାରୀର ମୁକାବିଲା କରାଯାଇପାରିବ ଏଥିପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଥିଲେ।
ଏହି କର୍ମଶାଳାରେ ମୁଖ୍ୟ ଶାସନ ସଚିବ, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସ୍ବତନ୍ତ୍ର ରିଲିଫ କମିଶନର ଏବଂ ସ୍ବାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri