ଆଗାମୀ ଦିନରେ ସମ୍ପୂର୍ଣ୍ଣ ସରକାର-ସମାଜକୁ ସମନ୍ବିତ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ମେ ୩ ତାରିଖରେ ଶେଷ ହେବ ଲକ୍‌ଡାଉନ୍‌। ଏହାପରେ ବାହାରେ ଫସି ରହିଥିବା ଓଡ଼ିଆ ଘରକୁ ଫେରିବେ। ହେଲେ ଆକ୍ରାନ୍ତ ରାଜ୍ୟରୁ ଫେରୁଥିବାରୁ ସଂକ୍ରମଣ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଜୀକରଣ ବ୍ୟବସ୍ଥା କରାଯାଇଛି। ଏନେଇ ଶନିବାର ରାଜ୍ୟ ସରକାରଙ୍କ କରୋନା ମୁକାବିଲା କମିଟି ମୁଖ୍ୟ ସୁବ୍ରତୋ ବାଗ୍‌ଚୀ ଅଧିକ ସୂଚନା ଦେଇଛନ୍ତି।

ସେ କହିଛନ୍ତି, ଓଡ଼ିଶାର ମାଟିପାଣିପବନ ଉପରେ ସୁରତ, ତିରୁପୁର ଏବଂ ଏନ୍‌ସିଆର୍‌ରୁ ଫେରିବାକୁ ଥିବା ଲୋକଙ୍କ ସେତିକି ଅଧିକାର ଅଛି, ଯେତିକି ରହିଛି ସହରାଞ୍ଚଳର ଶିକ୍ଷିତ ବ୍ୟକ୍ତିମାନଙ୍କର ରହିଛି। ସେମାନଙ୍କୁ ସୁରକ୍ଷିତ ଭାବେ ଫେରାଇ ଆଣିବା, ତାଙ୍କୁ ନିରାପଦ ଭାବେ ୧୪ ଦିନ ଅଣସରରେ ରଖିବା, ତାଙ୍କୁ ତାଙ୍କ ପରିବେଶ ସହ ପୁଣି ମିଶାଇ ଦେବାର ଦାୟିତ୍ୱ ଆମ ସମସ୍ତଙ୍କର। କିଛି ଦିନ ତଳେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ମୁଖ୍ୟ ଟେଡ୍ରସ୍‌ କହିଥିଲେ, କରୋନାର ବିପର୍ଯ୍ୟୟକୁ ଟାଳିବାକୁ ହେଲେ ସମ୍ପୂର୍ଣ୍ଣ ସରକାର ଏବଂ ସମ୍ପୂର୍ଣ୍ଣ ସମାଜକୁ ସମନ୍ବିତ ହେବାକୁ ପଡ଼ିବ। ଏବେ ସେହି ସମୟ ଆସିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri