ଆଗୁଆ ଦରମା ଦେଲା ନର୍ଭେରାମ

ଓଡ଼ାପଡ଼ା, ୨୭।୩(ଡି.ଏନ.ଏ):ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ଗୁଣ୍ଡିଚାପଡ଼ାସ୍ଥିତ ନର୍ଭେରାମ ପାୱାର ଆଣ୍ଡ୍‌ ଷ୍ଟିଲ କମ୍ପାନୀ ପକ୍ଷରୁ କୋଭିଡ୍‌-୧୯କୁ ନଜରରେ ରଖି ବିଭିନ୍ନ ପ୍ରତିଷେଧମୂଳକ ବ୍ୟବସ୍ଥା ଗ୍ରହଣ କରାଯାଇଛି। କମ୍ପାନୀ ପକ୍ଷରୁ ସମସ୍ତ ଶ୍ରମିକ ଏବଂ କର୍ମଚାରୀଙ୍କୁ ମାର୍ଚ୍ଚ ମାସର ଦରମା ଆଗୁଆ ପ୍ରଦାନ କରାଯାଇଛି। କମ୍ପାନୀ ପରିସରରେ ସଚେତନତାମୂଳକ ପୋଷ୍ଟର ଲଗାଯିବା ସହ ମୁଖ୍ୟ ଫାଟକ ନିକଟରେ ହାତ ଧୋଇବା ବ୍ୟବସ୍ଥା କରାଯାଇଛି। ସାମାଜିକ ଦୂରତା ବଜାୟ ରଖିବା ଉପରେ ଗୁରୁତ୍ୱ ଦିଆଯାଉଛି। ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ଅଧୀନରେ କମ୍ପାନୀ ପାର୍ଶ୍ୱବର୍ତ୍ତୀ ଗୁଣ୍ଡିଚାପଡ଼ା, ବାରଦା ପଞ୍ଚାୟତର ସରପଞ୍ଚଙ୍କ ମାଧ୍ୟମରେ ସମସ୍ତ ପରିବାରକୁ ସାବୁନ ବଣ୍ଟନ କରାଯାଇଛି। କେତେଜଣ ଗ୍ରାମବାସୀଙ୍କୁ ସାମାଜିକ ଦୂରତା ବଜାୟ ରଖି ସାବୁନ ପ୍ରଦାନ କରାଯାଇଥିଲା। ଏ ସମ୍ପର୍କରେ କାରଖାନା କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅମିତ ଗୁପ୍ତା କୁହନ୍ତି, କମ୍ପାନୀ ପକ୍ଷରୁ ସରକାରଙ୍କ ସମସ୍ତ ନିର୍ଦ୍ଦେଶନାମାକୁ ପାଳନ କରାଯାଉଛି। ଶ୍ରମିକ, କର୍ମଚାରୀ ଏବଂ ପାରିପାର୍ଶ୍ୱିକ ଅଞ୍ଚଳର ଗ୍ରାମବାସୀଙ୍କ ପାଇଁ ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସାମାଜିକ ଦାୟିତ୍ୱବୋଧ କାର୍ଯ୍ୟକ୍ରମ ତ୍ୱରାନ୍ବିତ କରାଯିବା ସହିତ ଜିଲା ପ୍ରଶାସନକୁ ସହଯୋଗର ହାତ ବଢ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri