ଆଗୁଆ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ସରକାରଙ୍କ ଆଉ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ କିମ୍ବା ବିଲ୍‌ ନ ଥିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ ଘୋଷଣା କରିଛନ୍ତି। ଏହାକୁ ବିରୋଧ କରି ଭାଜପା ସଦସ୍ୟମାନେ ବିଧାନସଭା କକ୍ଷ ତ୍ୟାଗ କରିଥିଲେ। ଏହି ଅଧିବେଶନ ନଭେମ୍ବର ୧୩ରୁ ଆରମ୍ଭ ହୋଇ ଡିସେମ୍ବର ୧୯ ତାରିଖ ଯାଏ ଚାଲିବାକୁ ଧାର୍ଯ୍ୟ କରାଯାଇଥିଲା। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଥିଲା। ସେଥିରୁ ୨୫ଟି ସରକାରୀ ଓ ୫ଟି ବେସରକାରୀ କାର୍ଯ୍ୟ ଦିବସ ଥିଲା। ତେବେ ୧୭ ଦିନ ଆଗରୁ ଏହି ଅଧିବେଶନକୁ ବନ୍ଦ କରାଯାଇଛି। ପ୍ରଥମ ଦିବସରେ ବିଧାନସଭାର ଅନୁମୋଦନ ପାଇଁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ କରାଯାଇଥିଲା।
ଏହି ଅଧିବେଶନରେ ମୋଟ ୧୩ଟି କାର୍ଯ୍ୟ ଦିବସରେ ସୀମିତ ରହିଲା। ସେଥ୍‌ତ୍ରୁ ୧୨ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ବିଧାନସଭାରେ ୪୩ଟି ତାରକା ଚିହ୍ନିତ ଓ ୨୨୬୧ଟି ଅଣତାରକା ପ୍ରଶ୍ନ ଗୃହରେ ଉପସ୍ଥାପନ କରାଯାଇଥିଲା। ଏଥିସହିତ ବିରୋଧୀ ଦଳ ପକ୍ଷରୁ ୧୩ଟି ମୁଲତବୀ ନୋଟିସ ଦିଆଯାଇଥିବା ବେଳେ ସେଥିରୁ ମାତ୍ର ୫ଟି ଆଲୋଚନା ହୋଇଥିଲା। ସେହିପରି ଗୃହରେ ୩୧ଟି ଧ୍ୟାନ ଆକର୍ଷଣକାରୀ ପ୍ରସ୍ତାବ ଦିଆଯାଇଥିବା ବେଳେ ସେଥିରୁ ୩ଟି ଆଲୋଚନା ହୋଇଥିଲା। ବିଭିନ୍ନ ପ୍ରସଙ୍ଗରେ ୫ଟି ବିବୃତି ସରକାର ଉପସ୍ଥାପନ କରିଥିବା ବେଳେ ୫ଟି ବିଲ୍‌ ଗୃହର ଅନୁମୋଦନ ହାସଲ କରିଛି। ୧୭ଟି ରିପୋର୍ଟ ଗୃହରେ ଉପସ୍ଥାପନ କରାଯାଇଥିଲା।
ଏହି ଅଧିବେଶନରେ ରାଜ୍ୟ ସରକାରଙ୍କ ୨୦୧୮ ଆର୍ଥିକ ସ୍ଥିତି ସମ୍ପର୍କରେ ସିଏଜି ରିପୋର୍ଟ ଗୃହରେ ଉପସ୍ଥାପନ କରାଯାଇଥିଲା। ଏହି ଅଧିବେଶନରେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଭାଜପା ଓ କଂଗ୍ରେସ ସରକାରଙ୍କୁ ହଲାପଟା କରିଥିଲେ। ଏଥିସହିତ ଧାନ ବିକ୍ରି, ଚାଷୀ, ଆଇନଶୃଙ୍ଖଳା ପରିସ୍ଥିତି, ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ ବିଧାନସଭା ସରଗରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି।…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?