ଆଗୁଆ ସରିଲା ଶୀତ ଅଧିବେଶନ

ଭୁବନେଶ୍ୱର,୨୯-୧୧(ବ୍ୟୁରୋ):ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆଗୁଆ ଶେଷ ହୋଇଛି। ସରକାରଙ୍କ ଆଉ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ କିମ୍ବା ବିଲ୍‌ ନ ଥିବାରୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ଲାଗି ମୁଲତବୀ ଘୋଷଣା କରିଛନ୍ତି। ଏହାକୁ ବିରୋଧ କରି ଭାଜପା ସଦସ୍ୟମାନେ ବିଧାନସଭା କକ୍ଷ ତ୍ୟାଗ କରିଥିଲେ। ଏହି ଅଧିବେଶନ ନଭେମ୍ବର ୧୩ରୁ ଆରମ୍ଭ ହୋଇ ଡିସେମ୍ବର ୧୯ ତାରିଖ ଯାଏ ଚାଲିବାକୁ ଧାର୍ଯ୍ୟ କରାଯାଇଥିଲା। ଏଥିରେ ମୋଟ ୩୦ଟି କାର୍ଯ୍ୟ ଦିବସ ରହିଥିଲା। ସେଥିରୁ ୨୫ଟି ସରକାରୀ ଓ ୫ଟି ବେସରକାରୀ କାର୍ଯ୍ୟ ଦିବସ ଥିଲା। ତେବେ ୧୭ ଦିନ ଆଗରୁ ଏହି ଅଧିବେଶନକୁ ବନ୍ଦ କରାଯାଇଛି। ପ୍ରଥମ ଦିବସରେ ବିଧାନସଭାର ଅନୁମୋଦନ ପାଇଁ ୨୦୧୯-୨୦ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଆଗତ କରାଯାଇଥିଲା।
ଏହି ଅଧିବେଶନରେ ମୋଟ ୧୩ଟି କାର୍ଯ୍ୟ ଦିବସରେ ସୀମିତ ରହିଲା। ସେଥ୍‌ତ୍ରୁ ୧୨ଟି ସରକାରୀ ଓ ଗୋଟିଏ ବେସରକାରୀ ଦିବସ ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ବିଧାନସଭାରେ ୪୩ଟି ତାରକା ଚିହ୍ନିତ ଓ ୨୨୬୧ଟି ଅଣତାରକା ପ୍ରଶ୍ନ ଗୃହରେ ଉପସ୍ଥାପନ କରାଯାଇଥିଲା। ଏଥିସହିତ ବିରୋଧୀ ଦଳ ପକ୍ଷରୁ ୧୩ଟି ମୁଲତବୀ ନୋଟିସ ଦିଆଯାଇଥିବା ବେଳେ ସେଥିରୁ ମାତ୍ର ୫ଟି ଆଲୋଚନା ହୋଇଥିଲା। ସେହିପରି ଗୃହରେ ୩୧ଟି ଧ୍ୟାନ ଆକର୍ଷଣକାରୀ ପ୍ରସ୍ତାବ ଦିଆଯାଇଥିବା ବେଳେ ସେଥିରୁ ୩ଟି ଆଲୋଚନା ହୋଇଥିଲା। ବିଭିନ୍ନ ପ୍ରସଙ୍ଗରେ ୫ଟି ବିବୃତି ସରକାର ଉପସ୍ଥାପନ କରିଥିବା ବେଳେ ୫ଟି ବିଲ୍‌ ଗୃହର ଅନୁମୋଦନ ହାସଲ କରିଛି। ୧୭ଟି ରିପୋର୍ଟ ଗୃହରେ ଉପସ୍ଥାପନ କରାଯାଇଥିଲା।
ଏହି ଅଧିବେଶନରେ ରାଜ୍ୟ ସରକାରଙ୍କ ୨୦୧୮ ଆର୍ଥିକ ସ୍ଥିତି ସମ୍ପର୍କରେ ସିଏଜି ରିପୋର୍ଟ ଗୃହରେ ଉପସ୍ଥାପନ କରାଯାଇଥିଲା। ଏହି ଅଧିବେଶନରେ ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତର ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ସ୍ମିତାରାଣୀ ବିଶ୍ୱାଳଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ଭାଜପା ଓ କଂଗ୍ରେସ ସରକାରଙ୍କୁ ହଲାପଟା କରିଥିଲେ। ଏଥିସହିତ ଧାନ ବିକ୍ରି, ଚାଷୀ, ଆଇନଶୃଙ୍ଖଳା ପରିସ୍ଥିତି, ନାରୀ ନିର୍ଯାତନା ପ୍ରସଙ୍ଗକୁ ନେଇ ବିଧାନସଭା ସରଗରମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri