ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ର ନିର୍ଦ୍ଦେଶକଙ୍କ ଦରମା ପ୍ରସଙ୍ଗ : ପଦକ୍ଷେପ କ’ଣ ନେଇଛ ଜଣାଅ: ହାଇକୋର୍ଟ

କଟକ ଅଫିସ,୪ା୧୦: ଆଚାର୍ଯ୍ୟ ହରିହର ଆଞ୍ଚଳିକ କର୍କଟ କେନ୍ଦ୍ରର ନିର୍ଦ୍ଦେଶକ ଡା. ଲଲାଟେନ୍ଦୁ ଷଡଙ୍ଗୀ ଚଞ୍ଚକତା କରି ନିଜ ବେତନ ବାବଦରେ ପ୍ରାପ୍ୟଠାରୁ ୩୦ ଲକ୍ଷରୁ ଅଧିକ ଉଠାଇ ନେଇଥିବା ଅଭିଯୋଗର ତଦନ୍ତ ପାଇଁ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା। ତେବେ ତଦନ୍ତ ପାଇଁ ପଦକ୍ଷେପ ସଂକ୍ରାନ୍ତରେ ଜବାବ ରଖିବାକୁ ବିଚାରପତି ଦେବବ୍ରତ ଦାଶଙ୍କ ଖଣ୍ଡପୀଠ ଭିଜିଲାନ୍ସ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ନଭେମ୍ବର ୭ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।
ମାମଲାରୁ ପକାଶ, ୨୦୧୫ ମେ ୧୩ରେ ପ୍ରକାଶ ପାଇଥିବା ସ୍ବାସ୍ଥ୍ୟ ବିଭାଗର ନୋଟିଫିକେସନ ନଂ.୯୪୫୦ ଅନୁଯାୟୀ, ଭାରତୀୟ ରେଳ ମନ୍ତ୍ରାଳୟ ଦ୍ୱାରା ପରିଚାଳିତ କର୍କଟ ଚିକିତ୍ସାଳୟରେ ମୁଖ୍ୟ ସର୍ଜନ ଭାବେ କାର୍ଯ୍ୟ କରୁଥିବା ଡା. ଲଲାଟେନ୍ଦୁ ଷଡଙ୍ଗୀ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରର ନିର୍ଦ୍ଦେଶକ ପଦବୀ ପାଇଁ ମନୋନୀତ ହୋଇଥିଲେ। ସେ ନିଜ ମୂଳ ଚାକରିରୁ ଇସ୍ତଫା ଦେଇ ୨୦୧୫ ସେପ୍ଟେମ୍ବର ୩ରେ ଆଚାର୍ଯ୍ୟ ହରିହର ଆଞ୍ଚଳିକ କେନ୍ଦ୍ରର ନିର୍ଦ୍ଦେଶକ ଭାବେ ଯୋଗଦେଇଥିଲେ। ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ ଡା. ଷଡଙ୍ଗୀ ମାସିକ ୮୦ ହଜାର ଟଙ୍କା ବେତନ ପାଇବା କଥା ା କର୍କଟ କେନ୍ଦ୍ରର ମୁଖ୍ୟ ଭାବେ ଡା. ଷଡଙ୍ଗୀ ନିଜେ ଏହି କେନ୍ଦ୍ରର ଡ୍ରଇଂ ଆଣ୍ଡ ଡିସ୍‌ବର୍ସିଂ ଅଫିସର(ଡିଡିଓ) ଥିଲେ। ଏହାର ସୁଯୋଗ ନେଇ କର୍କଟ କେନ୍ଦ୍ର ପରିଚଳନା କମିଟିର ବିନା ସୁପାରିସରେ ସେ ନିଜ ଦରମାକୁ ବଢାଇବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ସୁପାରିସ କରିଥିଲେ। ଏହି ବେଆଇନ କାର୍ଯ୍ୟରେ ତକତ୍ାଳୀନ ଅତିରିକ୍ତ ଶାସନ ସଚିବ ସହଯୋଗ କରିଥିଲେ। କର୍କଟ କେନ୍ଦ୍ର ପରିଚାଳନା କମିଟି ସଭାପତି ଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସ୍ବୀକୃତି ନ ନେଇ ନିର୍ଦ୍ଦେଶକଙ୍କ ଦରମା ୧ ଲକ୍ଷ ୬୪ ହଜାର ୯୨୮ ଟଙ୍କା ହେଲା ବୋଲି ଅତିରିକ୍ତ ଶାସନ ସଚିବ ୨୦୧୫ ଅକ୍ଟୋବରରେ କର୍କଟ କେନ୍ଦ୍ର ନିର୍ଦ୍ଦେଶକଙ୍କୁ ଚିଠି କରିଥିଲେ। ଫଳରେ ଡା. ଷଡଙ୍ଗୀ ୨୦୧୬ରୁ ଆଜି ପର୍ଯ୍ୟନ୍ତ ପାଖାପାଖି ୩୦ ଲକ୍ଷରୁ ଅଧିକ ଟଙ୍କା ନେଇ ସାରିଥିଲେ। ସୂଚନା ଅଧିକାର ଆଇନ ବଳରେ ସୂଚନା ଅଧିକାର କର୍ମୀ ରୋହନ ମହାନ୍ତି ସମସ୍ତ ତଥ୍ୟ ପାଇବା ପରେ ଭିଜିଲାନ୍ସ ବିଭାଗ ନିର୍ଦ୍ଦେଶକ ଓ ଏସ୍‌ପିଙ୍କୁ ତଦନ୍ତ ପାଇଁ ନିବେଦନ କରିଥିଲେ। କିନ୍ତୁ ଭିଜିଲାନ୍ସ ବିଭାଗ ପଦକ୍ଷେପ ନ ନେବାରୁ ମହାନ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ କ୍ଷୀରୋଦ ରାଉତ ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri