Posted inଜାତୀୟ

ଆଜମ ଖାଁଙ୍କୁ ସମର୍ଥନ ଦେବାକୁ ବର ବେଶରେ ପହଞ୍ଚିଲେ ସମାଜବାଦୀ ପାର୍ଟି ନେତା ଫିରୋଜ

ରାମପୁର,୧୪।୯: ସମାଜବାଦୀ ପାର୍ଟି ନେତା ତଥା ରାମପୁର ଏମ୍‌ପି ଆଜମ ଖାଁ ଏବେ ଅଡୁଆରେ ପଡିଛନ୍ତି। ଏହି ସମୟରେ ଦଳର ସବୁ ବରିଷ୍ଠ ନେତା ତାଙ୍କ ସାହସ ବଢାଇବାକୁ ତାଙ୍କ ନିକଟରେ ପହଞ୍ଚଥିବା ଜଣାପଡିଛି। ଏହି କ୍ରମରେ ସମ୍ଭଲର ସମାଜବାଦୀ ପାର୍ଟି ନେତା ଫିରୋଜ ଖାଁ ମଧ୍ୟ ରାମପୁର ପହଞ୍ଚିଥିଲେ। ହେଲେ ଫିରୋଜ ଯେଉଁଭଳି ଭାବେ ସେଠାରେ ପହଞ୍ଚିଥିଲେ ତାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲା। ସେ ପୋଲିସ ଆଖିରେ ଧୂଳି ଦେବାପାଇଁ ବର ବେଶରେ ସଜାଇ ହୋଇ ସେଠାରେ ପହଞ୍ଚିଥିବା ଜଣାପଡିଛି। ସୂଚନାଯୋଗ୍ୟ, ଆଜମ ଖାଁଙ୍କ ନାଁରେ ଅନେକ ଗୁଡିଏ ମାମଲା ଥିବା ବେଳେ ତାଙ୍କୁ ଆଗୁଆ ଜାମିନ ଦେବାକୁ ମଧ୍ୟ କୋର୍ଟ ମନା କରି ଦେଇଛନ୍ତି। ଫଳରେ ଉତ୍ତେଜନା ପରିସ୍ଥିତିକୁ ଦେଖି ରାମପୁରରେ ୧୪୪ ଧାରା ଜାରି କରାଯାଇଛି। ପୋଲିସ ସ୍ଥାନେ ସ୍ଥାନେ ଜଗି ରହିଥିବାରୁ ଆଜମ ଖାଁଙ୍କ ପର୍ଯ୍ୟନ୍ତ ପହଞ୍ଚିବା କଷ୍ଟସାଧ୍ୟ ହୋଇ ଥିବାରୁ ଫିରୋଜଙ୍କ ଅଭିନବ ଉପାୟ ଏବେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri