ଆଜିଠାରୁ ଓର୍‌ମାସ ଶିଶିର ସରସ ମେଳା

ଭୁବନେଶ୍ୱର,୧୩।୧:ପ୍ରତିବର୍ଷ ପରି ଚଳିତବର୍ଷ ମଧ୍ୟ ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓର୍‌ମାସ ଦ୍ୱାରା ଜାତୀୟସ୍ତରୀୟ ହସ୍ତଶିଳ୍ପ ମେଳା ଶିଶିର ସରସ-୨୦୨୩ ଶୁକ୍ରବାରଠାରୁ ଆରମ୍ଭ ହେଉଛି। ଜାନୁୟରୀ ୧୩ରୁ ୨୯ ତାରିଖ ପର୍ଯ୍ୟନ୍ତ ଏହି ମେଳା ଭୁବନେଶ୍ୱରରେ ଆୟୋଜନ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ହକି ବିଶ୍ୱକପ୍‌ ପରିବେଶକୁ ଉତ୍ସବମୁଖର କରିବା ପାଇଁ ରାଉରକେଲାଠାରେ ମଧ୍ୟ ଆଞ୍ଚଳକି ସରସ ମେଳା ଜାନୁୟରୀ ୧୫ରୁ ୨୭ ତାରିଖ ପର୍ଯ୍ୟନ୍ତ ହେବ। ଅପରପକ୍ଷରେ ୩୦ ଜିଲାରେ ମଧ୍ୟ ପଲ୍ଲିଶ୍ରୀ ମେଳା ଏବଂ ଜିଲା ମହୋତ୍ସବର ଆୟୋଜନ କରାଯାଉଛି। ମେଳାକୁ ଅଧିକ ଆକର୍ଷଣୀୟ ଏବଂ ଚିତ୍ତାକର୍ଷକ କରିବା ପାଇଁ ବିଭାଗ ପକ୍ଷରୁ ବିଭିନ୍ନ ପ୍ରକାର ପଦକ୍ଷେପ ମଧ୍ୟ ନିଆଯାଉଛି। ଭୁବନେଶ୍ୱର ଶିଶିର ସରସ ମେଳା ସ୍ଥାନୀୟ ବରମୁଣ୍ଡା ସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡ଼ିଆଠାରେ ଆୟୋଜନ ହେବ। ଏହି ୧୭ ଦିନିଆ ଜାତୀୟସ୍ତରୀୟ ହସ୍ତଶିଳ୍ପ ମେଳାରେ ମୋଟ ୩୫୦ଟି ଷ୍ଟଲ୍‌ ସହ ଓଡ଼ିଶାର ସମସ୍ତ ୩୦ଟି ଜିଲାରୁ ଏସ୍‌ଏଚ୍‌ଜି ଗୁଡ଼ିକର ହାତତିଆରି ସାମଗ୍ରୀ ଏବଂ ୨୪ଟି ରାଜ୍ୟର ହସ୍ତଶିଳ୍ପ, ହସ୍ତତନ୍ତ ଓ ଖାଦ୍ୟ ମସଲା ସାମଗ୍ରୀ ଆଦି ଷ୍ଟଲ୍‌ ପଡ଼ିବ ବୋଲି ଓର୍‌ମାସ ପକ୍ଷରୁ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ମେଳାର ପ୍ରତି ସନ୍ଧ୍ୟାରେ ନାମୀଦାମୀ କଳାକାରଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବା ପାଇଁ ମଧ୍ୟ ଯୋଜନା ରହିଛି। ଏଥର ମେଳାରେ ଗାୟକ ଋତୁରାଜ ମହାନ୍ତିଙ୍କ ସମେତ ଓଡ଼ିଆ ସଙ୍ଗୀତ ଜଗତର ବହୁ ନାମୀଦାମୀ ଗାୟକଗାୟିକା ଓ ନୃତ୍ୟଶିଳ୍ପୀ ସେମାନଙ୍କ କାର୍ଯ୍ୟକ୍ରମ ପରିବେଷଣ କରିବେ ବୋଲି ବିଭାଗୀୟ ଅଧିକାରୀ ସୂଚନା ଦେଇଛନ୍ତି। ଏଥିର ଶିଶିର ସରସ ମେଳାରେ ଯେଭଳି ଦିବ୍ୟାଙ୍ଗମାନେ ସହଜରେ ବୁଲାବୁଲି କରିପାରିବେ ସେଥିପାଇଁ ଓର୍‌ମାସ ପକ୍ଷରୁ ବ୍ୟାଟେରିଚାଳତି କାର୍‌, ହୁଇଲ ଚେୟାର ଏବଂ ଭଲ୍ୟୁଣ୍ଟିୟର ବ୍ୟବସ୍ଥା ମଧ୍ୟ କରାଯାଇଛି। ଅପରପକ୍ଷରେ ପ୍ରତିଦିନ ପୂର୍ବାହ୍ନ ୧୧ଟାରୁ ରାତି ୯ଟା ପର୍ଯ୍ୟନ୍ତ ମେଳା ପରିସର ଖୋଲା ରହିବ ବୋଲି ଓର୍‌ମାସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଭରେଷ୍ଟ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’, ଫେରାଇଦେଲା ସିଙ୍ଗାପୁର

ଭୁବନେଶ୍ୱର,୧୯।୪: ଏଭରେଷ୍ଟ ଫିସ୍ ମସଲାରେ ‘ଅତ୍ୟଧିକ କୀଟନାଶକ ଉପାଦାନ’ ମିଳିବା ପରେ ଭାରତରୁ ଆମଦାନୀ କରାଯାଉଥିବା ଏହି ମସାଲାକୁ ଫେରାଇ ଦେଇଛି ସିଙ୍ଗାପୁର। ସିଙ୍ଗାପୁର ଫୁଡ୍...

ଆଜିଠାରୁ ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୧୯।୪ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭେଲୋର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଭିଆଇଟି)ର ବହୁ ପ୍ରତୀକ୍ଷିତ ‘ଦି ଭିଆଇଟି ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷା...

ଗୁଣାତ୍ମକ ଉତ୍ପାଦର ସର୍ବୋତ୍ତମ ବିକ୍ରୟ ସୁଯୋଗ

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ଆର୍‌ୟା ଓମ୍‌ନିଟକ୍‌ ଏବଂ ମୋଟୋରୋଲା ସଲ୍ୟୁଶନ ମଧ୍ୟରେ ଏକ ଦ୍ୱିପାକ୍ଷିକ ସହଭାଗିତା (ପାର୍ଟନରଶିପ) ନିକଟରେ ହୋଇଯାଇଛି। ବିଶେଷକରି ଘରୋଇ...

ହୋଣ୍ଡାର ନୂତନ ସିକେଡି ଇଞ୍ଜିନ ଆସେମ୍ବ୍ଲି ଲାଇନ

ଭୁବନେଶ୍ୱର,୧୯।୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ) ଲିମିଟେଡ୍‌ର ନୂତନ କମ୍ପ୍ଲିଟଲି ନକ୍‌ ଡାଉନ୍‌ ବା ସିକେଡି ଇଞ୍ଜିନ୍‌ ଆସେମ୍ବ୍ଲି ଲାଇନ ନିକଟରେ ଉଦ୍‌ଘାଟିତ...

କଗ୍ନିଜାଣ୍ଟକୁ ଶ୍ରେଷ୍ଠ ନିଯୁକ୍ତିଦାତା ମାନ୍ୟତା

ଭୁବନେଶ୍ୱର,୧୯।୪: ଦେଶର ପ୍ରମୁଖ ତଥା ବହୁରାଷ୍ଟ୍ରୀୟ ଆଇଟି କମ୍ପାନୀ ‘କଗ୍ନିଜାଣ୍ଟ’କୁ ନିକଟରେ ଶ୍ରେଷ୍ଠ ନିଯୁକ୍ତିଦାତାର ମାନ୍ୟତା ଓ ସମ୍ମାନ ପ୍ରଦାନ କରାଯାଇଛି। ଲିଙ୍କ୍‌ଡିନ ପକ୍ଷରୁ ଘରୋଇ...

ବଦଳିଲା ଇପିଏଫ୍‌ଓ ନିୟମ: ସହଜରେ ଅଧିକ ଟଙ୍କା ଉଠାଇପାରିବେ ହିତାଧିକାରୀ

ଭୁବନେଶ୍ୱର,୧୯।୪(ଅନୁରାଧା ମହାରଣା): କର୍ମଚାରୀ ଭବିଷ୍ୟ ନିଧି ସଙ୍ଗଠନ (ଇପିଏଫ୍‌ଓ) କୋଟି କୋଟି ଗ୍ରାହକଙ୍କୁ ଆଶ୍ୱସ୍ତିକର ଖବର ଦେଇଛି। ଇପିଏଫ୍‌ଓରୁ ଟଙ୍କା ଉଠାଣ ନିୟମରେ କିଛି ନୂତନ...

୫ ହଜାର କର୍ମଚାରୀଙ୍କୁ ଛଟେଇ କଲା ଟୋଷିବା, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୮।୪: ଜାପାନର ପ୍ରମୁଖ ଇଲେକ୍ଟ୍ରୋନିକ୍ସ କମ୍ପାନୀ ଟୋଷିବା ୫୦୦୦ କର୍ମଚାରୀଙ୍କୁ ଛଟେଇ କରିଛି। କମ୍ପାନୀର ପୁନଃବ୍ୟବସ୍ଥିତ କରିବା ପାଇଁ ଏହି ନିଷ୍ପତି ନିଆଯାଇଛି। ଏହି ସଂଖ୍ୟା...

ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ

ଭୁବନେଶ୍ୱର,୧୮।୪ (ଅଭୟ ଦାଶ): ରାଜ୍ୟର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ସ୍ମାଇଲ ଗୋଲ୍ଡ ଜୁଏଲର୍ସର ୩ୟ ବାର୍ଷିକ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏପରିକି ରାମନବମୀ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri