ଆଜିଠାରୁ ଫେରନ୍ତାଙ୍କ ପାଇଁ ‘ସଟଲ ବସ୍‌’ ସେବା

ଭୁବନେଶ୍ୱର, ୧୪ା୫(ବ୍ୟୁରୋ): ଓଡ଼ିଶା ବାହାରୁ ଆସୁଥିବା ଲୋକଙ୍କ ପାଇଁ ‘ମୋ ବସ୍‌’ ପକ୍ଷରୁ ସ୍ବତନ୍ତ୍ର ‘ସଟଲ ବସ୍‌’ ସେବା ଗୁରୁବାରଠାରୁ ଆରମ୍ଭ ହେବ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଏବଂ ଭୁବନେଶ୍ୱର ରେଲୱେ ଷ୍ଟେଶନଠାରୁ ଏହି ସ୍ବତନ୍ତ୍ର ବସ ସେବା ଉପଲବ୍ଧ ହେବ। ଏହି ସେବା ଭୁବନେଶ୍ୱର, କଟକ ଓ ଖୋର୍ଦ୍ଧା ସହର ସହ ଯାତ୍ରୀଙ୍କୁ ଯୋଡ଼ିବ। ଫେରନ୍ତା ଲୋକେ ନିଜ ଗନ୍ତବ୍ୟ ସ୍ଥଳକୁ ଯାଇପାରିବେ ବୋଲି ମୋ ବସ୍‌ର ପରିଚାଳନା ଦାୟିତ୍ୱରେ ଥିବା କ୍ରୁଟ୍‌ର ମହାପ୍ରବନ୍ଧକ ଦୀପ୍ତି ମହାପାତ୍ର କହିଛନ୍ତି। ତେବେ ଯାତ୍ରା ସମୟରେ ସମସ୍ତ ଯାତ୍ରୀଙ୍କ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ନଚେତ ବସ୍‌ରେ ଯାତ୍ରା କରିବା ପାଇଁ ଅନୁମତି ମିଳିବ ନାହିଁ। ସେହିଭଳି ସାମାଜିକ ଦୂରତ୍ୱ ରକ୍ଷା ଉପରେ ଗୁରୁତ୍ୱ ଦିଆଯିବ। ପ୍ରତିଦିନ ବସ୍‌କୁ ବିଶୋଧନ କରାଯିବାର ବ୍ୟବସ୍ଥା ହୋଇଛି ବୋଲି ମହାପାତ୍ର କହିଛନ୍ତି। ଉଲ୍ଲେଖଯୋଗ୍ୟ, ପୂର୍ବରୁ ମୋ ବସ୍‌ କଲ୍‌ ସେଣ୍ଟରରେ ଆପାତକାଳୀନ ସେବାରେ ନିୟୋଜିତ କର୍ମଚାରୀଙ୍କୁ ନେବାଆଣିବା କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri