ଆଜିଠାରୁ ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା

ତାଳଚେର,୧୮ା୪(ନି.ପ୍ର.)- ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ୯ ଦିନିଆ ଯାତ୍ରା ଉତ୍ସବ ଗୁରୁବାରଠାରୁ ଆରମ୍ଭ ହେବ। ଏଥିପାଇଁ ତାଳଚେର ସହ କଳମଛୁଇଁ, ସୋଲଡ଼ା, ଗୋପାଳପ୍ରସାଦ, ଡଅଁରା ଆଦି ଗ୍ରାମ ଚଳଚଞ୍ଚଳ ହୋଇପଡ଼ିଛି। ଚଳିତବର୍ଷ ମା’ଙ୍କ ଏହି ଉତ୍ସବରେ ପ୍ରାୟ ୬ ଲକ୍ଷ ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ ପ୍ରଶାସନ ଓ ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟବୋର୍ଡ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି।

ମନ୍ଦିର ପୂର୍ବଦିଗର ୩ଶହ ମିଟର ଦୂରରେ ଏଥର ମା’ଙ୍କ ଉଭାସ୍ଥଳୀ ଚିହ୍ନଟ ହୋଇଥିବାରୁ ସେଠାରେ ପୂଜାର୍ଚ୍ଚନା ପାଇଁ ସମସ୍ତ ବ୍ୟବସ୍ଥା କରାଯାଇଛି। ବିଶେଷକରି ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ୍‌ ନିର୍ମାଣ ସହ ଖରାରୁ ରକ୍ଷା ପାଇଁ ସିଲିଂ କରାଯାଇଛି। ପୂଜାସ୍ଥଳରେ ପଲିଥିନ ନିଷେଧ କରାଯାଇଛି। ମା’ କରଡେଇ ମନ୍ଦିର ନିକଟସ୍ଥ ପଡ଼ିଆରେ ପାର୍କିଂ ବ୍ୟବସ୍ଥା ହୋଇଛି। ବିଭିନ୍ନ ଛକରେ ଓ୍ବାନ୍‌ଓ୍ବେ ଟ୍ରାଫିକ କରାଯାଇଛି। ଭିଡ଼ ତଥା ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୋଲିସ ପ୍ରଶାସନ ସହ ଆବଶ୍ୟକସ୍ଥଳେ ଏମ୍‌ସିଏଲ୍‌ ସୁରକ୍ଷା କର୍ମୀମାନଙ୍କୁ ପ୍ରସ୍ତୁତ ରଖାଯାଇଛି। ଅଂଶୁଘାତ ଚିକିତ୍ସାକେନ୍ଦ୍ର ସହ ସିସିଟିଭି କ୍ୟାମେରା ଲଗାଯାଇଛି। ମା’ଙ୍କ ମନ୍ଦିର ପରିସରରେ ଉଜ୍ଜ୍ୱଳ ଆଲୋକ ପାଇଁ ୮ଟି ହାଇମାଷ୍ଟ ଲାଇଟ୍‌ ଓ ତୈଳ ନିଗମ ପକ୍ଷରୁ ପୀଠ ଚତୁଃପାର୍ଶ୍ୱରେ ସୋଲାର ଏଲଇଡି ଲଗାଯାଇଛି। ତାଳଚେର, ଅନୁଗୋଳ, କଣିହଁା, ଛେଣ୍ଡିପଦା ଅଞ୍ଚଳକୁ ସଂଯୋଗ କରୁଥିବା ରାସ୍ତାରେ ଆସୁଥିବା ଭକ୍ତଙ୍କୁ ପାଣି, ପଣା ବଣ୍ଟନ ବ୍ୟବସ୍ଥା କରାଯାଇଛି। ସେହିପରି ୯ ଦିନ ଧରି ଚାଲିବାକୁ ଥିବା ଲୋକ ମହୋତ୍ସବ ପାଇଁ ମନ୍ଦିର ପଛ ପାର୍ଶ୍ୱରେ ଏକ ବିରାଟ ମଣ୍ଡପ ନିର୍ମାଣ ହୋଇଛି। ରାଜ୍ୟ ତଥା ରାଜ୍ୟ ବାହାରର ବହୁ ପ୍ରତିଷ୍ଠିତ କଳାକାର ଏଥିରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଯାତ୍ରା ସୁପରିଚାଳନା ପାଇଁ ବିଭିନ୍ନ ସବ୍‌କମିଟି ଗଠନ କରାଯାଇଛି। ତାଳଚେର ଉପଜିଲାପାଳ ତଥା ଟ୍ରଷ୍ଟବୋର୍ଡ ମ୍ୟାନେଜିଂ ଟ୍ରଷ୍ଟି ପରେଶ ଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ସମସ୍ତ କାର୍ଯ୍ୟ ପରିଚାଳିତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri