ଆଜିଠୁ ଇ-ଟିକେଟରେ ଆଦାୟ ହେବ ସର୍ଭିସ ଚାର୍ଜ; ଅଣ ଏସିରେ ୧୫, ଏସିରେ ୩୦ଲାଗିବ

ନୂଆଦିଲ୍ଲୀ,୧-୯: ରବିବାରଠାରୁ ଆଇଆର୍‌ସିଟିସିରୁ ଇ-ଟିକେଟ କିଣିବା ମହଙ୍ଗା ହେବ। ସେପ୍ଟେମ୍ବର ପହିଲାରୁ ଇ-ଟିକେଟ ଉପରେ ସର୍ଭିସ ଚାର୍ଜ ଆଦାୟ କରାଯିବ ବୋଲି ରେଲଓ୍ବେ ପକ୍ଷରୁ ପୂର୍ବରୁ ନିଷ୍ପତ୍ତି ନିଆଯାଇଛି। ଆଇଆର୍‌ସିଟିସି ପକ୍ଷରୁ ଗତ ୩୦ରେ ଏ ସମ୍ପର୍କରେ ଏକ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। ତଦନୁଯାୟୀ ଅଣ ଏସି ଶ୍ରେଣୀ ଲାଗି ୧୫ ଓ ଏସି ପାଇଁ ୩୦ ଟଙ୍କା ସର୍ଭିସ ଚାର୍ଜ ଆଦାୟ କରାଯିବ। ଏହା ଉପରେ ସାମଗ୍ରୀ ଏବଂ ସେବା ଟିକସ(ଜିଏସ୍‌ଟି) ସ୍ବତନ୍ତ୍ର ଭାବେ ଆଦାୟ କରାଯିବ। ସୂଚନାଥାଉ କି, ଡିଜିଟାଲ ପେମେଣ୍ଟକୁ ପ୍ରୋତ୍ସାହିତ କରିବାକୁ ଯାଇ ମୋଦି ସରକାର ୩ ବର୍ଷ ପୂର୍ବେ ସର୍ଭିସ ଚାର୍ଜକୁ ପ୍ରତ୍ୟାହାର କରିନେଇଥିଲେ। ପୂର୍ବରୁ ଅଣ ଏସି ଶ୍ରେଣୀରେ ଇ-ଟିକେଟ ଉପରେ ୨୦ ଟଙ୍କା ଓ ସମସ୍ତ ପ୍ରକାର ଏସି ଶ୍ରେଣୀ ପାଇଁ ୪୦ ଟଙ୍କା ଆଦାୟ କରାଯାଉଥିଲା। ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ପୂର୍ବରୁ କୁହାଯାଇଥିଲା ଯେ, ସର୍ଭିସ ଚାର୍ଜ ପ୍ରତ୍ୟାହାର କରିବା ଅସ୍ଥାୟୀ ନିଷ୍ପତ୍ତି। ଏହାକୁ ଯେକୌଣସି ସମୟରେ ଲାଗୁ କରାଯିବ। ଅଧିକାରୀଙ୍କ କହିବାନୁଯାୟୀ, ସର୍ଭିସ ଚାର୍ଜ ପ୍ରତ୍ୟାହାର କରାଯିବା ପରେ ଆର୍ଥିକ ବର୍ଷ ୨୦୧୬-୧୭ରେ ଆଇଆର୍‌ସିଟିସିର ଇଣ୍ଟରନେଟ ଟିକେଟ ରାଜସ୍ବ ଆଦାୟ ୨୬% ହ୍ରାସ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ସ୍କ୍ରିନ୍‌ ଆସକ୍ତି

କାଳେ ନିଦରୁ ଉଠିବାରୁ ଆରମ୍ଭ କରି ରାତିରେ ଶୋଇବା ପର୍ଯ୍ୟନ୍ତ, ଆଖି ସବୁଠାରୁ ଅଧିକ ଯେଉଁ ବସ୍ତୁଟିକୁ ଦେଖୁଛି, ତାହା ହେଉଛି ଆମ ମୋବାଇଲ୍‌ ସ୍କ୍ରିନ୍‌।...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ସାଜସଜ୍ଜାରେ ଆଗୁଆ, ପ୍ରଚାରରେ ପଛୁଆ

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ। ଏହି ମହୋତ୍ସବର ଭିନ୍ନ ଏକ ପରିଚୟ ରହିଛି। ଅନେକ ସ୍ଥାନରେ ଏବେ ଧନୁଯାତ୍ରା ଚାଲିଛି। ହେଲେ...

୧.୩ ଲକ୍ଷ ଘର ଅନ୍ଧାରରେ: ଚିନ୍ତାରେ ସରକାର

ସାନ୍‌ ଫ୍ରାନ୍ସିସ୍କୋ,୨୨ା୧୨:ସାନ୍‌ ଫ୍ରାନ୍ସିସ୍କୋରେ ବିଜୁଳି ବିଭ୍ରାଟରୁ ୧ ଲକ୍ଷ ୩୦ ହଜାର ଘର ଏବଂ ବ୍ୟବସାୟ ପ୍ରତିଷ୍ଠାନ ଅନ୍ଧାରରେ ରହିଥିବା ପାସିଫିକ୍‌ ଗ୍ୟାସ୍‌ ଆଣ୍ଡ ଇଲେକ୍ଟ୍ରିକ୍‌...

ଗଣତନ୍ତ୍ର କାହିଁକି ଦୋଷୀ ହେବ

ସନ ପଦ୍ଧତି ମଧ୍ୟରୁ ଗଣତନ୍ତ୍ର ହିଁ ସର୍ବୋତ୍କୃଷ୍ଟ। ଗଣତନ୍ତ୍ର ଶାସନର ଅର୍ଥ ଗଣଙ୍କର ଶାସନ, ନିଜକୁ ଶାସନ କରିବା। ହେଲେ ଏଥିରେ ଜନତାର ଶାସନ ପ୍ରତ୍ୟକ୍ଷ...

ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ

ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ...

ଭିତ୍ତିଭୂମି ଅଛି, ଚାଷୀଙ୍କ ଆଗ୍ରହ ନାହିଁ

ଭଣ୍ଡାରିପୋଖରୀ,୨୨।୧୨ (ରାଜେନ୍ଦ୍ର ଶତପଥୀ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକରେ ଆଳୁଚାଷ ପାଇଁ ଉପଯୋଗୀ ୮ଶହ ହେକ୍ଟର ଉର୍ବର ପଟୁ ମାଟି ମିଶା ଦୋରସା ଚାଷଜମି ରହିଛି।...

ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ

ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍‌ ବୋଲି ଆର୍‌ଏସ୍‌ଏସ୍‌ ମୁଖ୍ୟ ମୋହନ...

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri