Posted inରାଜ୍ୟ

ଆଜିଠୁ ଖୋଲିବ କଲେଜ, ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବୁଧବାରଠାରୁ ଖୋଲିବ। ଅଧ୍ୟାପକ ଓ କର୍ମଚାରୀମାନେ ଅଫିସ ଆସିବେ। କିନ୍ତୁ ପାଠପଢ଼ା ହେବ ନାହିଁ। ଏନେଇ ଗତ ୧୨ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ ସରକାରଙ୍କ ଏହି ନିଷ୍ପତ୍ତିକୁ ଦୃଢ଼ ବିରୋଧ କରିଛି ସରକାରୀ ଓ ବେସରକାରୀ ଅଧ୍ୟାପକ କର୍ମଚାରୀ କ୍ରିୟାନୁଷ୍ଠାନ କମିଟି। ଏବେ କଲେଜ ନ ଖୋଲି ଜୁଲାଇ ୩୧ ପରେ ୩୦% ଅଧ୍ୟାପକଙ୍କୁ ନେଇ ଶିକ୍ଷାନୁଷ୍ଠାନ ଖୋଲିବାକୁ ଅଧ୍ୟାପକମାନେ ଦାବି କରୁଛନ୍ତି। ମଙ୍ଗଳବାର କମିଟି ପକ୍ଷରୁ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।
କମିଟିର କହିବାନୁଯାୟୀ, ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ଜୁଲାଇ ୩୧ ଓ କେନ୍ଦ୍ର ସରକାର ଅଗଷ୍ଟ ୧୫ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଛନ୍ତି। ରାଜ୍ୟରେ ୪୦୦ରୁ ଊର୍ଦ୍ଧ୍ୱ କଲେଜରେ କ୍ୱାରାଣ୍ଟାଇନ ସେଣ୍ଟର କରାଯାଇଛି। ବର୍ତ୍ତମାନ ସୁଦ୍ଧା ବସ୍‌ ଚଳାଚଳ ସ୍ବାଭାବିକ ହୋଇ ନ ଥିବାରୁ କର୍ମଚାରୀମାନେ କିପରି କଲେଜ ଆସିବେ ତାହା ଚିନ୍ତାର କାରଣ ହୋଇଛି। ସେହିପରି ଯେଉଁମାନେ ଘରଭଡ଼ା ନେଇ ରହୁଥିଲେ ସେମାନଙ୍କୁ ମଧ୍ୟ ମାଲିକମାନେ ରହିବାକୁ ଅନୁମତି ଦେଉନାହାନ୍ତି। ଏହାଛଡ଼ା ଅଧ୍ୟାପକ, କର୍ମଚାରୀମାନେ ମୂଲ୍ୟାୟନ କାର୍ଯ୍ୟ, କୋଭିଡ୍‌-୧୯ କାର୍ଯ୍ୟ ଓ ଅନ୍‌ଲାଇନ ମାଧ୍ୟମରେ ଶିକ୍ଷାଦାନ ଓ ଅନ୍ୟାନ୍ୟ ଅଫିସ କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି। ଯଦି ଏହା ପରେ ବି ଛାତ୍ରୀଛାତ୍ରଙ୍କ ଅନୁପସ୍ଥିତିରେ ଶିକ୍ଷାନୁଷ୍ଠାନ ଖୋଲିବ ତେବେ ଅଧ୍ୟାପକମାନେ କ’ଣ କରିବେ ବୋଲି ସେମାନେ ପ୍ରଶ୍ନ କରିଛନ୍ତି।
୬୬୨ବର୍ଗ କଲେଜ ସଭାପତି ତଥା କ୍ରିୟାନୁଷ୍ଠାନ କମିଟି ଆବାହକ ଗୋଲକ ନାୟକ କହିଛନ୍ତି, ଅନେକ ଅଧ୍ୟାପକ କଲେଜ ଯାଇପାରିବେ ନାହିଁ। ମୁଖ୍ୟମନ୍ତ୍ରୀ ତୁରନ୍ତ ଏ ଦିଗରେ ପଦକ୍ଷେପ ନିଅନ୍ତୁ। କମିଟି ଆବାହକ ପବିତ୍ର ମହଲା କହିଛନ୍ତି, ବିଶେଷକରି ଅଧ୍ୟାପିକାମାନେ କଲେଜ ଯିବାରେ ବହୁ ସମସ୍ୟାର ସମ୍ମୁଖୀନ ହେବେ। ଏଥି ସହିତ ସମସ୍ତ ଅଧ୍ୟାପକ ଓ କର୍ମଚାରୀ କଲେଜ ଗଲେ ସେମାନେ କମନ ରୁମ୍‌ରେ ବସିବା ଉଚିତ ହେବ ନାହିଁ। ଏହିଭଳି ଅନେକ ସମସ୍ୟା ନେଇ ଆମେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛୁ। ସେପଟେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିବା ପରେ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଥିବା ଗୋଲକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

ଡେଣ୍ଟାଲ ସର୍ଜନ ପରୀକ୍ଷା ବିଜ୍ଞପ୍ତି ପ୍ରତ୍ୟାହାର କଲା ଓପିଏସ୍‌ସି, ଆଶାୟୀଙ୍କ ସମସ୍ତ ଆବେଦନ ବାତିଲ

କଟକ,୨୭ା୫(କାର୍ତ୍ତିକ ସାହୁ) ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ଡେଣ୍ଟାଲ ସର୍ଜନ ପଦବୀରେ ନିଯୁକ୍ତି ପରୀକ୍ଷା ନିମନ୍ତେ ୨୦୨୫-୨୬ରେ ପ୍ରକାଶ କରିଥିବା ବିଜ୍ଞପ୍ତି ନଂ-୭କୁ ପ୍ରତ୍ୟାହାର କରିଛି।…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଆଇପିଏଲ୍‌ରେ ବୈଭବଙ୍କ ମହାରେକର୍ଡ: କମିନ୍ସଙ୍କୁ ଟର୍ଗେଟ, ୬୦ ଛକା ମାରି ଭାଙ୍ଗିଲେ ଗେଲ୍‌ଙ୍କ ସହ ରାଇନାଙ୍କ…

ନୂଆଦିଲ୍ଲୀ,୨୭।୫: ଆଇପିଏଲ (IPL) ମଇଦାନରେ ପୁଣି ଥରେ ଇତିହାସ ରଚିଛନ୍ତି ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀ। ଏହି ବାମହାତୀ ବିସ୍ଫୋରକ ବ୍ୟାଟର ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ମାତ୍ର…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri